ବିଧାନସଭା ଆରମ୍ଭରୁ ପ୍ରବଳ ହଟ୍ଟଗୋଳ: ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବୀ
30/09/2023 at 11:01 AM

ଭୁବନେଶ୍ୱର ୩୦/୦୯: ବିଧାନସଭା ଆରମ୍ଭରୁ ପ୍ରବଳ ହଟ୍ଟଗୋଳ । ବିରୋଧୀ ଦଳ ନେତାଙ୍କୁ ଅସମ୍ମାନ ଏବଂ ଦୁଇ ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାର କରିବାକୁ ଦାବି କରି ଗୃହ ମଧ୍ୟ ଭାଗରେ ବିଜେପି ସଦସ୍ୟ ହଟ୍ଟଗୋଳ କରିଥିଲେ । ପୋଡିୟମ ପାଖରେ ପ୍ଲାକାର୍ଡ ଧରି ବିଜେପି ବିଧାୟକ ହୋହଲ୍ଲା କରୁଥିବା ଦେଖିବାକୁ ମିଳିଥିଲା ।
ବାଚସ୍ପତି ପ୍ରମିଳା ମଲ୍ଲିକ ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି । ବିଜେପି ବିଧାୟକମାନେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ପୋଡ଼ିୟମ ଉପରକୁ ଡାଲି ଫିଙ୍ଗି ପ୍ରତିବାଦ କରିଥିଲେ । ଏଥିପାଇଁ ବାଚସ୍ପତି ବିଜେପି ବିଧାୟକ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ ଓ ବିଧାୟକ ମୁକେଶ ମହାଲିଙ୍ଗଙ୍କୁ ଚଳିତ ବିଧାନସଭା ଅଧିବେଶନର ଶେଷ ପର୍ଯ୍ୟନ୍ତ ନିଲମ୍ବନ କରିଛନ୍ତି ।
ସୂଚନା ଥାଉକି, ବିଧାନସଭା ସଭାର ପ୍ରଶ୍ନକାଳରେ ପର୍ଯ୍ୟଟନ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟା ଲଘୁ ସମ୍ପ୍ରଦାୟ ଓ ପଛୁଆଁବର୍ଗ କଲ୍ୟାଣ, ମହିଳା ଓ ଶିଶୁ ବିକାଶ, ଅବକାରୀ, ଆଇନ, ମିଶନ ଶକ୍ତି, ଓଡ଼ିଆ ଭାଷା ଓ ସଂସ୍କୃତି ବିଭାଗର ଆଲୋଚନା ରହିଛି । କିନ୍ତୁ ଗୁରୁବାର ଠରୁ ଗୃହ ଅଶାନ୍ତ ରହିଛି ।
you can also read…