ଭୁବନେଶ୍ବର ୪।୨: ଅଗ୍ନିଶମ କର୍ମଚାରୀଙ୍କ ପାଇଁ ଖୁସି ଖବର । ଅଗ୍ନିଶମ କର୍ମଚାରୀଙ୍କୁ ଘରଭଡ଼ା ଦେବା ସହ ସେମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ପ୍ରଦାନ କରାଯାଇଛି ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ‘ଏକ୍ସ’ରେ ଲେଖାଯାଇଛି ଯେ, ଅଗ୍ନିଶମ କର୍ମଚାରୀଙ୍କ ସାମାଜିକ ସୁରକ୍ଷା ଦିଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଳିଷ୍ଠ ପଦକ୍ଷେପ । ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି । ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ ।
ଅଗ୍ନିଶମ କର୍ମଚାରୀଙ୍କ ସାମାଜିକ ସୁରକ୍ଷା ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବଳିଷ୍ଠ ପଦକ୍ଷେପ। ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି। ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ। pic.twitter.com/XWnH4jyVHV
— CMO Odisha (@CMO_Odisha) February 4, 2025
ସୂଚନାଯୋଗ୍ୟ ଯେ, ଅଗ୍ନିଶମ କର୍ମଚାରୀଙ୍କ ଡାଏଟ ଭତ୍ତା ୯୦୦ରୁ ୧୪୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିଭଳି ମୋଟର ସାଇକେଲ ଭତ୍ତା ୩୦୦ରୁ ୧୦୫୦ ଟଙ୍କା, ମୋବିଲିଟି ଭତ୍ତା ୧୫୦ରୁ ୩୦୦ ଟଙ୍କା ଏବଂ ରିସ୍କ ଭତ୍ତା ୪୦୦ରୁ ୧୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ ।
You Can Read:
ଦୁର୍ଘଟଣା କେସ୍ରେ ଫଶିଥିବା ବାଇକ୍କୁ ଛାଡ଼ିବାକୁ ନେଉଥିଲେ ଟଙ୍କା, ASIଙ୍କୁ ମାଡ଼ିବସିଲା ଭିଜିଲାନ୍ସ