ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷାରେ OAS-ORS ସାମିଲ, ୧୫୧ ଅଧିକ ପଦବୀ ପୂରଣ ପାଇଁ ଓପିଏସସିକୁ ଅନୁରୋଧ

NEWS7
husband-inject-pregnant-wife-with-hiv-infected-blood

ଭୁବନେଶ୍ବର ୩।୧: ନିକଟରେ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶିତ ହୋଇଥିଲା । ହେଲେ ଏଥିରେ ଓଏଏସ୍, ଓଆର୍ଏସ୍ ଆଦି କେତେକ କ୍ୟାଡରରେ ଆଦୌ ପଦବୀ ନଥିବାରୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିବାର ଖବର ପ୍ରକାଶିତ ହୋଇଥିଲା ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କରେ ଜାଣିବା ପରେ ଏଥିରେ ତୁରନ୍ତ ହସ୍ତକ୍ଷେପ କରି ଏହିସବୁ ପଦବୀ ସମ୍ପର୍କରେ ସମୀକ୍ଷା କରି ଖାଲି ପଦବୀ ପୂରଣ ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହା ଫଳରେ ଓଡ଼ିଶା ପ୍ରଶାସନିକ ସେବା (OAS)ରେ ୧୪ଟି, ଓଡ଼ିଶା ରାଜସ୍ବ ସେବା (ORS)ରେ ୧୧୩ଟି, ଓଡ଼ିଶା ପରିବହନ ସେବା (OTS)ରେ ୧୬ଟି ଓ ଓଡ଼ିଶା ମଙ୍ଗଳ ସେବା (OWS)ରେ ୮ଟି ପଦବୀ ପୂରଣ ପାଇଁ ଓଡ଼ିଶା ଲୋକସେବା ଆୟୋଗକୁ ଅନୁରୋଧ କରାଯାଇଛି । ସମୁଦାୟ ୧୫୧ଟି ଅଧିକ ପଦବୀ ପାଇଁ ଅନୁରୋଧ କରାଯାଇଛି ।

ଏହାଦ୍ବାରା ଏହିସବୁ ପଦବୀ ପାଇଁ ଆଶାୟୀ ଥିବା ଅନେକ ଯୁବକ ଯୁବତୀ ପରୀକ୍ଷା ଦେଇ ନିଜ ଯୋଗ୍ୟତା ବଳରେ ସଫଳତା ହାସଲ କରି ପାରିବେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ନିଯୁକ୍ତି କ୍ଷେତ୍ରକୁ ସର୍ବାଧିକ ଗୁରୁତ୍ବ ଆରୋପ କରୁଛନ୍ତି ଏବଂ ଗତ ୧୮ ମାସରେ ପ୍ରାୟ ୪୦ ହଜାର ସରକାରୀ ପଦବୀ ପୂରଣ ହୋଇସାରିଛି । ବର୍ତ୍ତମାନ ମଧ୍ୟ ବିଭିନ୍ନ ଆୟୋଗ ଦ୍ବାରା ଯେଉଁ ପରୀକ୍ଷା କରାଯିବ, ବିଜ୍ଞପ୍ତି ପ୍ରକାଶ ପର୍ଯ୍ୟନ୍ତ ଯେତେ ପଦବୀ ଖାଲିଥିବ ସବୁ ପୂରଣ କରିବା ପାଇଁ ଆୟୋଗ ଗୁଡିକୁ ସୁପାରିସ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।