ଭୁବନେଶ୍ୱର: ଅର୍ଣ୍ଣବ କୋପ ଯାଇନି, ହେଲେ ତା ପଛକୁ ଆସିଲାଣି ଆଉ ଏକ ବାତ୍ୟା। ବଙ୍ଗୋପସାଗରରେ ପୁଣି ଏକ ସମ୍ଭାବ୍ୟ ବାତ୍ୟାକୁ ନେଇ ଚିନ୍ତା ବଢ଼ିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାଖାପାଖି ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହେଉଛି। ଏହାରି ଭିତରେ ବଡ଼ ସୂଚନା ଦେଇଛି IMD। ଭାରତୀୟ ପାଣିପାଗ ବିଭାଗ ଅନୁସାରେ ଆଗାମୀ ୬ରୁ ୧୨ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ। ଏହାପରେ ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।

ବାତ୍ୟାରେ ପରିଣତ ହେଲେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ନଭେମ୍ବର ୨ ତାରିଖ ସନ୍ଧ୍ୟା ସୁଦ୍ଧା ଆନ୍ଧ୍ର ଉପକୂଳ ନିକଟରେ ପହଞ୍ଚିପାରେ। ଏନେଇ ସୂଚନା ଦେଇଛନ୍ତି IMD ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ଆଗାମୀ ୬ରୁ ୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାର ଆକଳନ କରିଛି IMD। ଅବପାତରେ ପରିଣତ ହେବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ପରବର୍ତ୍ତୀ ସମୟରେ ଏହା ଆହୁରି ଶକ୍ତିଶାଳୀ ହୋଇ ବାତ୍ୟାର ରୂପ ନେଇପାରେ। ଆକଳନ ଅନୁଯାୟୀ, ନଭେମ୍ବର ୨ ତାରିଖ ସନ୍ଧ୍ୟା ସୁଦ୍ଧା ଏହି ପାଣିପାଗ ପ୍ରଣାଳୀ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବାର ସମ୍ଭାବନା ରହିଛି।

also read- ଧଳା କୁହୁଡ଼ିରେ ଲୁଚିଲା ସ୍ମାର୍ଟ ସିଟି, ଭୁବନେଶ୍ୱରରେ ଶୀତ ଋତୁର ପ୍ରଥମ ଘନ କୁହୁଡ଼ି

ଏନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବରିଷ୍ଠ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ଅନ୍ୟପଟେ, IMD ଏହି ପାଣିପାଗ ପ୍ରଣାଳୀର ଗତିପଥ ଓ ତୀବ୍ରତା ଉପରେ ନଜର ରଖିଛି।