ପୁରୀ: ପୁରୀରେ 5ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ। ଆଜି ରାତି ୭ଟା ୩୦ମିନିଟରେ 5ଟି ଅଧ୍ୟକ୍ଷ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଶ୍ରୀମନ୍ଦିର ଚାରିପଟ ଚାଲିଥିବା ସମସ୍ତ ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ଅଧିକାରୀମାନଙ୍କୁ ପଚାରି ବୁଝିଥିଲେ। କାର୍ଯ୍ୟ କେତେଦୂର ତ୍ବରାନ୍ବିତ ହୋଇଛି ଏବଂ କେତେଶୀଘ୍ର ଏହା ଶେଷ ହେବ ସେନେଇ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ।
wp:heading {"level":4}ଅଧିକ ପଢନ୍ତୁ- ASO ଚାକିରି ଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକେଇ, ଆଶୁତୋଷ ଗିରଫ
/wp:headingସେହିପରି ଶ୍ରୀଦାଣ୍ଡ, ଜଗନ୍ନାଥ ବଲ୍ଲଭ ପିଲିଗ୍ରିମ୍ ସେଣ୍ଟର, ଶ୍ରୀସେତୁ କାର୍ଯ୍ୟ, ବଡ଼ଦାଣ୍ଡରେ ନିର୍ମାଣ ଚାଲିଥିବା ଏସି ସେଡ୍ ପାଥ୍ ୱେ ର ନିର୍ମାଣ କାର୍ଯ୍ୟ ସହ ଶ୍ରୀମନ୍ଦିର କାର୍ଯ୍ୟାଳୟ ନିକଟରେ ନିର୍ମାଣ ଚାଲିଥିବା ଅଭ୍ୟର୍ଥନା କେନ୍ଦ୍ରର ଅଗ୍ରଗତି ସମ୍ପର୍କରେ ମଧ୍ୟ ପଚାରି ବୁଝିଥିଲେ। ଏହାପରେ ଦକ୍ଷିଣ ଦ୍ୱାର ପଟେ ଶ୍ରୀମନ୍ଦିରକୁ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ ସହ ଆଶିଷ ଲାଭ କରିଥିଲେ। ଆସନ୍ତା ଜାନୁଆରୀ ୧୭ରେ ଲୋକାର୍ପଣ ହେବାକୁ ଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ଉତ୍ସବ ପ୍ରସ୍ତୁତି ସମ୍ପର୍କରେ ପଚାରି ବୁଝିଥିଲେ 5ଟି ଅଧ୍ୟକ୍ଷ। ତେବେ 5ଟି ଅଧ୍ୟକ୍ଷଙ୍କ ଏହି ଗସ୍ତ ସମୟରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ ,ଏସପି କନୱର ବିଶାଳ ସିଂଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ଥିଲେ।
{"id":887046,"sizeSlug":"full","linkDestination":"none"}