ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୭ ହଜାରରୁ ଅଧିକ କରୋନା ପଜିଟିଭ୍

Published By : Prameya-News7 Bureau | January 02, 2022 IST

ନୂଆଦିଲ୍ଲୀ ୦୨/୦୧:   ଦେଶରେ କରୋନା ସଂକ୍ରମଣ ଧିରେ ଧିରେ ବଢିବା ଆରମ୍ଭ କରିଛି ।  ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ତଳେ ଥିଲେ ବି ଧିରେଧିରେ ବଢୁଛି । 

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୮୪ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୭୫୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି ।

wp:html /wp:html

ଏବେସୁଦ୍ଧା ଦେଶରେ ପ୍ରାୟ ୩୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୧୨୨୮୦୧ ସକ୍ରିୟ ମାମଲା ରହିଛି ଏବଂ ୩୪୨୮୪୫୬୧ ଜଣ ସୁସ୍ଥ ହୋଇ ଫେରିଛନ୍ତି ।  ଏତତ୍ ବ୍ୟତୀତ ୪୮୧୭୭୦ ସଂକ୍ରମିତ ପ୍ରାଣ ହରାଇଛନ୍ତି ।     

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.