Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌; ସନ୍ଧ୍ୟାରେ ଭାରତ-ଇଂଲଣ୍ଡ ନକଆଉଟ ଲଢେଇ

18/02/2023 at 3:21 PM

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଆଇସିସି ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ଶନିବାର ଭାରତ ଓ ଇଂଲଣ୍ଡ ମଧ୍ୟରେ ଲଢେଇ । ସଂଧ୍ୟାରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ ଉଭୟ ଦଳ ପାଇଁ ବହୁ ଗୁରୁତ୍ବପୂର୍ଣ୍ଣ । ଆଜିର ମ୍ୟାଚ ଜିତି ନକ୍ଆଉଟ୍‌ ସ୍ଥାନ ଦୃଢ଼ କରିବାକୁ ଲକ୍ଷ୍ୟ ରଖିଛନ୍ତି ଦୁଇ ଦଳ ।

ଗ୍ରୁପ୍‌-୨ରେ ଇଂଲଣ୍ଡ ଓ ଭାରତ ଅପରାଜେୟ ସାବ୍ୟସ୍ତ ହୋଇଛନ୍ତି । ଉଭୟ ଦଳ ୨ଟି ଲେଖାଏଁ ମ୍ୟାଚ୍‌ ଜିତି ୪ ପଏଣ୍ଟ ଲେଖାଏଁ ପାଇଛନ୍ତି । ତେବେ ଇଂଲଣ୍ଡ ରନ୍‌ରେଟ୍‌ ଅନୁଯାୟୀ ଟେବୁଲରେ ଶୀର୍ଷରେ ଥିବାବେଳେ ଭାରତ ଦ୍ୱିତୀୟରେ ରହିଛି । ଭାରତ ପ୍ରଥମ ମ୍ୟାଚ୍‌ରେ ପାକିସ୍ତାନକୁ ୭ ୱିକେଟ୍‌ରେ ଏବଂ ଦ୍ୱିତୀୟ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ୬ ୱିକେଟ୍‌ରେ ପରାଜିତ କରିଥିଲା । ଅନ୍ୟ ପଟରେ ଇଂଲଣ୍ଡ ୭ ୱିକେଟ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ଏବଂ ୪ ୱିକେଟ୍‌ରେ ଆୟର୍ଲାଣ୍ଡକୁ ହରାଇଛି ।

ଭାରତ ଓ ଇଂଲଣ୍ଡ ପୂର୍ବରୁ ୫ଥର ମୁହାଁମୁହିଁ ହୋଇଛନ୍ତି । ଏଥିରେ ଇଂଲଣ୍ଡ ସମସ୍ତ ମ୍ୟାଚ୍‌ ବିଜୟୀ ହୋଇଛି । ୨୦୨୦ରେ ଉଭୟ ଦଳ ମଧ୍ୟରେ ସେମି ଫାଇନାଲ୍‌ ଲଢେଇ ହୋଇଥାନ୍ତା, ହେଲେ ବର୍ଷା ଯୋଗୁ ମ୍ୟାଚ୍‌ ବାତିଲ୍‌ ହେବା ଫଳରେ ଭାରତକୁ ବିଜୟୀ ଘୋଷଣା କରାଯାଇଥିଲା । ହର୍ମନପ୍ରୀତ କୌରଙ୍କ ନେତୃତ୍ୱାଧିନ ଭାରତ ଦଳ ପରାଜୟଧାରା ଭାଙ୍ଗିବା ଲକ୍ଷ୍ୟରେ ରହିଛି । ପ୍ରଥମ ୨ଟି ମ୍ୟାଚ୍‌ରେ ଦଳକୁ ବିଜୟୀ କରାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ୱିକେଟ୍‌ କିପର ବ୍ୟାଟର ରିଚା ଘୋଷଙ୍କ ସମେତ ଜେମିମା ରୋଡ୍ରିଗ୍ସ, ହର୍ମନପ୍ରୀତ ଏବଂ ଅଲରାଉଣ୍ଡର ଦୀପ୍ତି ଶର୍ମାଙ୍କ ଉପରେ ସମସ୍ତଙ୍କ ନଜର ରହିବ ।

   Related Posts