LIVE TV

ଶପଥ ନେଲେ ନୂଆ CJI, ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଷ୍ଟ୍ରପତି

NEWS7
indian-army-retaliates-strongly-in-jammu-sector-following-drone-attacks-by-pakistan

ନୂଆଦିଲ୍ଲୀ ୨୪/୧୧: ନୂଆ ସିଜେଆଇ ଭାବେ ଶପଥ ନେଳଏ ଜଷ୍ଟିସ ସୂର୍ଯ୍ୟକାନ୍ତ। ସୁପ୍ରିମକୋର୍ଟର ୫୩ ତମ ଚିଫ୍ ଜଷ୍ଟିସ ଭାବେ ନେଇଛନ୍ତି ଦାୟିତ୍ୱ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହା ପୂର୍ବରୁ ସିଜେଆଇ ବିଆର ଗବାଇଙ୍କ କାର୍ଯ୍ୟକାଳ ଶେଷ ହୋଇଛି ।

ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହ ଏଥର ଥିଲା ସଂପୂର୍ଣ୍ଣ ଭିନ୍ନ । ଉତ୍ସବରେ ୬ଟି ଦେଶର ପ୍ରଧାନ ବିଚାରପତି, ଜଜ୍ ଏବଂ ସେମାନଙ୍କ ପରିବାର ସଦସ୍ୟ ସାମିଲ ହୋଇଥିଲେ । ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ୬ଟି ଦେଶର ପ୍ରଧାନ ବିଚାରପତି ଏବଂ ବିଚାରପତିମାନେ ମଧ୍ୟ ଉପସ୍ଥିତ ଥିଲେ ।

 

ଏଭଳି ଦୃଶ୍ୟ ପ୍ରଥମ ଥର ଲାଗି ଦେଖିବାକୁ ମିଳିଛି । ୧୦ ଫେବୃଆରୀ, ୧୯୬୨ରେ ହରିୟାଣାର ହିସାର ଜିଲ୍ଲାର ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ଜଷ୍ଟିସ ସୂର୍ଯ୍ୟକାନ୍ତ। ୨୪ ମେ ୨୦୧୯ରେ ସେ ସୁପ୍ରିମକୋର୍ଟର ବିଚାରପତି ଭାବରେ ନିଯୁକ୍ତ ହୋଇଥିଲେ। ଏହା ପୂର୍ବରୁ ସେ ହିମାଚଳ ପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ।