oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ବାହୁଡିବେ ଭାରତୀୟ ଆଥଲେଟ୍, ମେଜର ଧ୍ୟାନଚାନ୍ଦ ଷ୍ଟାଡିୟମରେ ବିଜେତାଙ୍କୁ କରାଯିବ ସମ୍ମାନିତ

9/08/2021 at 8:26 AM

ନୂଆଦିଲ୍ଲୀ ୦୯/୦୮: ଟୋକିଓ ଅଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ ପରେ ଭାରତୀୟ ଆଥଲେଟମାନେ ଆଜି ନିଜ ଦେଶକୁ ଫେରିବେ । ଆଉ ଭାରତ ଫେରିବା ପରେ ସେନାମଙ୍କୁ ସମ୍ମାନୀତ କରାଯିବାର କାର୍ଯ୍ୟକ୍ରମ ରହିଛି । ସନ୍ଧ୍ୟାରେ ମେଜର ଧ୍ୟାନ ଚାନ୍ଦ ଜାତୀୟ ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦେଶ ପାଇଁ ପଦକ ଜିତିଥିବା ସମସ୍ତ ଖେଳାଳିଙ୍କୁ ସମ୍ମାନିତ କରାଯିବ ।

ସୂଚନା ଅନୁଯାୟୀ, ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଖେଳାଳିଙ୍କ ସହ ସାମିଲ ହେବେ । ଟୋକିଓ ଅଲିମ୍ପିକ୍ସରେ ଭାରତ ମୋଟ ୭ଟି ପଦକ ମଧ୍ୟରୁ ଗୋଟିଏ ସ୍ୱର୍ଣ୍ଣ, ଦୁଇଟି silver ଏବଂ ଚାରିଟି ବ୍ରୋଞ୍ଜ ପଦକ ଜିତିଛି । ସ୍ପୋର୍ଟସ୍ ଅଥରିଟି ଅଫ୍ ଇଣ୍ଡିଆ (SAI) ମେଜର ଧ୍ୟାନ ଚାନ୍ଦ ଷ୍ଟାଡିୟମରେ ଏହି

କାର୍ଯ୍ୟକ୍ରମ ଆୟୋଜନ କରିଛନ୍ତି ଯେଉଁଥିରେ ଟୋକିଓ ଅଲିମ୍ପିକ୍ସରେ ପଦକ ଜିତିଥିବା ଖେଳାଳିଙ୍କୁ ସମ୍ମାନିତ କରାଯିବ । ଏହି କାର୍ଯ୍ୟକ୍ରମ ସନ୍ଧ୍ୟା ୬.୩୦ରୁ ଆରମ୍ଭ ହେବ । କାର୍ଯ୍ୟକ୍ରମରେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁରଙ୍କ ସହ ବହୁ ପୂର୍ବତନ ଅଲିମ୍ପିକ୍ ଖେଳାଳି ତଥା ଭାରତ ସରକାରଙ୍କ ଅଧିକାରୀମାନେ ଯୋଗଦେବେ।

   Related Posts