LIVE TV

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ : ୨୨ରେ ଲଘୁଚାପ କ୍ଷେତ୍ର, ୨୪ରେ ନେଇପାରେ ଅବପାତର ରୂପ

NEWS7
italy-frees-33-indian-farm-labourers-from-slavery-in-verona

ଭୁବନେଶ୍ବର ୨୦୧୧: ବଙ୍ଗୋପସାଗରରେସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ୨୪ ତାରିଖରେ ନେଇପାରେ ଅବପାତର ରୂପ । ପାଣିପାଗ ବିଭାଗର ଆକଳନ ଅଧିକ ଘନୀଭୂତ ହେବାକୁ ପାଗ ଅନୁକୂଳ ରହିଛି । ଏନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।

ପାଣିପାଗ ବିଜ୍ଞାନୀ ଲେଖିଛନ୍ତି, ମାଲାକ୍କା ସମୁଦ୍ର ସନ୍ଧିର ମଧ୍ୟ ଅଂଶରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାର ବ୍ୟାପ୍ତି ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୫.୮ କି.ମି. ଉଚ୍ଚତା ଯାଏଁ ସକ୍ରିୟ ରହିଛି । ଏହାର ପ୍ରଭାବରେ, ୨୨ ନଭେମ୍ବର ପାଖାପାଖି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ, ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଦକ୍ଷିଣ ବଙ୍ଗୋପସାଗରର ମଧ୍ୟ ଭାଗରେ ଗୋଟିଏ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।