ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ମହାପ୍ରଭୁଙ୍କ ନୀତିକାନ୍ତିଆରମ୍ଭ ହୋଇଛି।ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ପହଣ୍ଡି କରି ଦେବଦଳନ ରଥରେ ବିଜେ କରାଯାଇଥିଲା। ଏହା ପରେ ବଡ଼ ଭାଇ ଶ୍ରୀ ବଳଭଦ୍ର ଧାଡ଼ ପହଣ୍ଡିରେ ଆସି ତାଳଧ୍ୱଜ ରଥରେ ବିଜେ ହେବେ।ପରେ ମାସୁଭଦ୍ରାଙ୍କୁ ପହଣ୍ଡିରେ ଆଣି ଦେବଦଳନ ରଥରେ ବିଜେହେବେ।ଏହା ପରେ ବଡ଼ଦାଣ୍ଡରେ ଝୁଲି ଝୁଲି ରଥ ଉପରକୁ ଆସିବେକାଳିଆ ସାଆନ୍ତେ । ପହଣ୍ଡିକୁ ଅପେକ୍ଷା କରିଛନ୍ତି ଲକ୍ଷାଧିକ ଭକ୍ତ।