scan steel
web-baneer-728x90
1 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଆଇଟିଇଆର୍ ନିକଟରେ ଜଗମୋହନ ନଗର ପୋଲିସ ଫାଣ୍ଡି ଉଦ୍‌ଘାଟିତ

22/07/2023 at 7:31 PM

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ନିକଟସ୍ଥ ଜଗମୋହନ ନଗର ଅଞ୍ଚଳରେ କମିଶନରେଟ ପୋଲିସ ପକ୍ଷରୁ ଏକ ପୋଲିସ୍ ଫାଣ୍ଡି ଆରମ୍ଭ କରାଯାଇଛି । ଦ୍ୱୈତ ନଗରୀରର ପୋଲିସ୍ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ  ଶନିବାର ଏହି ଫାଣ୍ଡିର ଉଦ୍‌ଘାଟନ କରିଥିବା ବେଳେ ଭୁବନେଶ୍ୱର ଡିସିପି ଶ୍ରୀ ପ୍ରତୀକ ସିଂ ଓ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏହି ଅବସରରେ ଉପସ୍ଥିତ ଥିଲେ ।

ଅଧିକ ପଢନ୍ତୁ- ଏଣିକି CBSE ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠ ପଢିପାରିବେ ଛାତ୍ରଛାତ୍ରୀ : ଧର୍ମେନ୍ଦ୍ର ପ୍ରଧାନ

ଜଗମୋହନ ନଗର ଅଞ୍ଚଳରେ ପ୍ରାୟ ୧୦ ହଜାରରୁ ଊର୍ଦ୍ଧ୍ୱ ବାସିନ୍ଦା ରହୁଥିବା ବେଳେ ଆଇଟିଇଆର୍ କଲେଜରେ ହଜାର ହଜାର ସଂଖ୍ୟାର ଛାତ୍ରଛାତ୍ରୀ ଅଧ୍ୟୟନ କରିବାକୁ ଆସିଥାନ୍ତି । ଶିକ୍ଷାନୁଷ୍ଠାନ ନିକଟବର୍ତ୍ତୀ  ଅଂଚଳଗୁଡ଼ିକରେ ଅନେକ କାର୍ଯ୍ୟକଳାପ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ତେଣୁ ଆଇନ୍ ଶୃଙ୍ଖଳା ପରିସ୍ଥିତିର ତଦାରଖ, ଅପରାଧ ନିୟନ୍ତ୍ରଣ ଓ ଟ୍ରାଫିକ ବ୍ୟବସ୍ଥାର ସଠିକ ପରିଚାଳନା ନିମନ୍ତେ ଏହି ଅଂଚଳରେ ଏକ ଫାଣ୍ଡିର ଆବଶ୍ୟକତା ରହିଥିଲା ବୋଲି ଏହାର ଉଦ୍‌ଘାଟନ କରି ପୋଲିସ୍ କମିଶନର ଶ୍ରୀ ପ୍ରିୟଦର୍ଶୀ କହିଛନ୍ତି ।

ଫାଣ୍ଡି ପ୍ରତିଷ୍ଠା ନେଇ ଆବଶ୍ୟକୀୟ ଭିତ୍ତିଭୂମି ନିମନ୍ତେ ସୋଆ ପକ୍ଷରୁ ସହଯୋଗ କରାଯାଇଥିବାରୁ ଶ୍ରୀ ପ୍ର୍ରିୟଦର୍ଶୀ, ବିଶ୍ୱବିଦ୍ୟାଳୟ ଓ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ନାୟକଙ୍କୁ କୃତଜ୍ଞତା ଜଣାଇଥିଲେ । ଏହି ଅବସରରେ ଆଇଟିଇଆର ପରିସରରେ ପୋଲିସ କମିଶନର ଶ୍ରୀ ପ୍ରିୟଦର୍ଶୀ, ଭୁବନେଶ୍ୱର ଡିସିପି ଶ୍ରୀ ସିଂ ଓ ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର ନାୟକ ତିନୋଟି ବୃକ୍ଷ ରୋପଣ କରିଥିଲେ ।

ଫାଣ୍ଡି ଉଦ୍‌ଘାଟନ ବେଳେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଜୋନ୍‌-୪ର ଏସିପି ଶ୍ରୀ ପି.କେ. ରାଉତ, ଖଣ୍ଡଗିରି ଥାନା ଅଧିକାରୀ ଶ୍ରୀ ଦୟାନିଧି ନାୟକ, ଆଇଟିଇଆର୍‌ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଚିଫ୍ ଭିଜିଲାନ୍ସ ଅଫିସର ତଥା ଡାଇରେକ୍ଟର ରିସୋର୍ସେସ୍ ଶ୍ରୀ ଯୁଗଳ କିଶୋର ଦାସ, ଡାଇରେକ୍ଟର ଲିଗାଲ ସର୍ଭିସେସ୍ ଶ୍ରୀ ସଞ୍ଜୟ କୁମାର ସାହୁ , ଆସିଷ୍ଟାଂଟ ପ୍ରଫେସର ସତୀଶ କୁମାର ସାମଲ, ସଂପୃକ୍ତ ଫାଣ୍ଡିର ଇନ୍‌ଚାର୍ଜ ଶ୍ରୀ ବିଶ୍ୱଜିତ୍ ସାମନ୍ତରାୟ ତଥା ଜଗମୋହନ ନଗର ଅଂଚଳର ଅନେକ ବରିଷ୍ଠ ନାଗରିକ ଉପସ୍ଥିତ ଥିଲେ ।

   Related Posts