ଫେବ୍ରୁଆରୀ ୧୯ରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା, ଗଣିତ ପାଇଁ ମିଳିବ ଅଧିକ ୧୫ମିନିଟ୍

NEWS7
jammu-and-kashmir-government-announces-compensation

କଟକ ୫।୧୨: ଫେବ୍ରୁଆରୀ ୧୯ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ଏନେଇ ବିଜ୍ଞପ୍ତି ପ୍ରକାଶ କରିଛି ମାଧ୍ୟମିକ ଶିକ୍ଷା ପରିଷଦ । ପରୀକ୍ଷା ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ । ପରୀକ୍ଷା ସକାଳ ୯ ଟାରୁ ଆରମ୍ଭ ହେବ । କେବଳ ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ୍ ସମୟ ପାଇବେ ପରୀକ୍ଷାର୍ଥୀ । ଏହି କାର୍ଯ୍ୟସୂଚୀ ଉଭୟ ରେଗୁଲାର ଏବଂ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ଲାଗୁ ହେଉଛି । ଏଥର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେବେ ।