ପୁରୀ ୦୬।୦୯ : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ । ଏହି ତିଥିରେ ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ସେଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ।
wp:embed {"url":"https://www.prameyanews7.com/land-acquisition-started-for-sreejagannath-international-airport-puri/","type":"wp-embed","providerNameSlug":"prameya-news-7"} /wp:embed wp:html /wp:htmlଖବର ଅନୁଯାୟୀ, ମଙ୍ଗଳବାର ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା । ବୁଧବାର ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ । ଅନ୍ୟପକ୍ଷରେ ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ମଠବାଡି ମାନଙ୍କରେ ଆଜି ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ । ତେବେ ଶ୍ରୀମନ୍ଦିରରେ ଆଜିଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସ ବଦ୍ଧ ପର୍ଯ୍ୟନ୍ତ ଶ୍ରୀକୃଷ୍ଣ ଲୀଳା ଅନୁଷ୍ଠିତ ହୋଇଥାଏ।
wp:embed {"url":"https://www.prameyanews7.com/this-ex-indian-player-is-worlds-highest-paid-cricket-coach/","type":"wp-embed","providerNameSlug":"prameya-news-7"} /wp:embed