Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

କାଳ ହେଲା କୁହୁଡି: ବାଘମାରୀ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍, ୧୦ ଆହତ

4/11/2022 at 7:45 AM

ଖୋଦ୍ଧା ୦୪/୧୧: ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବାଘମାରୀ ନିକଟରେ ଓଲଟିଲା ଯାତ୍ରୀବାହୀ ନାଇଟକୋଚ ଏସି ବସ୍ । ପ୍ରବଳ କୁହୁଡି କାରଣରୁ ବସ୍ ଟି ଭାରସାମ୍ୟ ହରାଇ ବାଘମାରୀ ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ ବିଲ ଭିତରୁ ଓଲଟି ପଡିଥିବା ଜଣାପଡିଛି । ଭୋରରୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି ।

ଘଟଣା ସ୍ଥଳରେ ସ୍ଥାନୀୟ ଲୋକ ଓ ବାଘମାରୀ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ପ୍ରବଳ କୁହୁଡି କାରଣରୁ ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି । ତେବେ ବସଟି ବଲାଙ୍ଗୀରରୁ ଭୁବନେଶ୍ବର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି ।

ଦୁର୍ଘଟଣାରେ ୧୦ ଯାତ୍ରୀଙ୍କୁ ଆହତ ଅବସ୍ଥାରେ ଖୋର୍ଦ୍ଧା ଜିଲ୍ଲା ହସ୍ପିଟାଲକୁ ପଠାଯାଇଥିବା ବେଳେ ଦୁଇଜଣ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ବାଘମାରି ପୋଲିସ ଗାଡିର କାଚ ଭାଙ୍ଗି ୪୦ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରିଥିବା ଜଣାପଡ଼ିଛି । ସେପଟେ ଦୁର୍ଘଟଣା ଘଟାଇ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଥିବା ଜଣାପଡିଛି ।

   Related Posts