oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ଚତୁର୍ଥ ଦିନରେ ନାମାଙ୍କନ ପାଇଁ ଭିଡ, ଭଦ୍ରକ ଜିଲ୍ଲାର ବିଭିନ୍ନ ଜୋନ୍‌ ପାଇଁ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ

20/01/2022 at 5:38 PM

ଭଦ୍ରକ, ୨୦/୦୧: ଚତୁର୍ଥ ଦିନରେ ବିଭିନ୍ନ ଦଳର ଜିଲ୍ଲା ପରିଷଦ ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର ଭଦ୍ରକ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦାଖଲ କରିଛନ୍ତି । ନାମାଙ୍କନ ପତ୍ର ଦାଖଲର ଚତୁର୍ଥ  ଦିନରେ ଜିଲ୍ଲାର ବିଭିନ୍ନ ନିର୍ବାଚନ ମଣ୍ଡଳୀର ଜିଲ୍ଲା ପରିଷଦ ପାର୍ଥୀମାନେ ନିଜ ସମର୍ଥକମାନଙ୍କ ସହ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଭଦ୍ରକ ନିର୍ବାଚନ ମଣ୍ଡଳୀର ୪ଟି ଜିଲ୍ଲା ପରିଷଦ ଜୋନରୁ ବିଜେଡି ଜିଲ୍ଲା ପରିଷଦ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ପ୍ରାର୍ଥୀମାନଙ୍କ ସହ ଆସି ନାମାଙ୍କନ ପତ୍ର ଗ୍ରହଣ କରିବା ସମୟରେ ଉପସ୍ଥିତ ରହିଥିଲେ ।

ଅନ୍ୟପଟେ ବିଜେପି ଓ କଂଗ୍ରେସ ପକ୍ଷରୁ ଜିଲ୍ଲା ପରିଷଦ ପ୍ରାର୍ଥୀମାନେ ବିଭିନ୍ନ ଜୋନରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିରୋଧୀ ଦଳ ଉପନେତା ତଥା ଧାମନଗର ବିଧାୟକ ବିଷ୍ଣୁ ସେଠୀ ମଧ୍ୟ ନିଜ ଦଳ ସମର୍ଥିତ ପ୍ରାର୍ଥୀମାନଙ୍କ ନାମାଙ୍କନ ପତ୍ର ଗ୍ରହଣ ବେଳେ ଉପସ୍ଥିତ ରହିଥିଲେ । ଧାମନଗର ନିର୍ବାଚନ ମଣ୍ଡଳୀର ୧୩ ନଂ ଜୋନରୁ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କ ଭାଇ ପ୍ରଦୀପ ମଲ୍ଲିକ ଆଜି ନିଜର ସମର୍ଥକମାନଙ୍କ ସହ ଆସି ବିଜେଡିରୁ ଜିଲ୍ଲା ପରିଷଦ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ । ଅନ୍ୟପଟେ ଜିଲ୍ଲାର ବିଭିନ୍ନ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ପ୍ରାର୍ଥୀ ଓ ବିଭିନ୍ନ ପଞ୍ଚାୟତ ସମିତିରେ ସମିତି ସଭ୍ୟ ପ୍ରାର୍ଥୀମାନେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

   Related Posts