oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

କରୋନାରେ ପ୍ରାଣ ହରାଇଲେ ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ , ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

29/05/2021 at 10:58 AM

ଭୁବନେଶ୍ବର ୨୯।୦୫ : କରୋନା ନେଲା ଆଉ ଜଣ ସାମ୍ବାଦିକଙ୍କ ଜୀବନ । ବରିଷ୍ଠ ସାମ୍ବାଦିକ ତଥା ଲେଖକ ବସନ୍ତ ଦାସଙ୍କ ମୃତ୍ୟୁ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ସ୍ବର୍ଗତ ଦାସ କରୋନା ପଜିଟିଭ ଚିହ୍ନଟ ହେବା ପରେ ଭୁବନେଶ୍ୱରର ଏକ ଘରୋଇ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଶୁକ୍ରବାର ବିଳମ୍ବିତ ରାତିରେ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।

ସେପଟେ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ଵର୍ଗତ ଦାସ ଜଣେ ସ୍ତମ୍ଭକାର ତଥା ରାଜନୈତିକ ବିଶ୍ଳେଷକ ଭାବରେ ସୁନାମ ଅର୍ଜନ କରିଥିଲେ । ଅଦ୍ଧଶତାବ୍ଦୀରୁ ଅଧିକ ସମୟ ଧରି ସେ ସାମ୍ବାଦିକତା ବୃତ୍ତିରେ ସକ୍ରିୟ ରହିଥିଲେ । ସାହିତ୍ୟ ଓ ସାମ୍ବାଦିକତା ଷେତ୍ରରେ ତାଙ୍କର ଅବଦାନ ପାଇଁ ସେ ସ୍ମରଣୀୟ ରହିବେ। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି। ବସନ୍ତ ଦାସଙ୍କ ଦେହାନ୍ତରେ ସାମ୍ବାଦିକ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି।

   Related Posts