scan steel
web-baneer-728x90
krs-728-90-banner (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ବରିଷ୍ଠ ସାମ୍ୱାଦିକ ଜଗନମୋହନ ମହାପାତ୍ରଙ୍କ ପରଲୋକ, ୫୮ ବର୍ଷରେ ଦେହାନ୍ତ

29/06/2023 at 1:12 PM

ବ୍ରହ୍ମପୁର ୨୯/୦୬: ପରଲୋକରେ ବରିଷ୍ଠ ସାମ୍ବାଦିକ । ୫୮ ବର୍ଷ ବୟସରେ ଡକ୍ଟର.ଜଗନମୋହନ ମହାପାତ୍ରଙ୍କ ଦେହାନ୍ତ ହୋଇଛି । ସକାଳେ ହୃଦଘାତରେ ଶ୍ରୀ ମହାପାତ୍ରଙ୍କ ପରଲୋକ ହୋଇଛି । ତାଙ୍କ ବିୟୋଗରେ ସାମ୍ୱାଦିକ ମହଲରେ ଶୋକର ଛାୟା ଖେଳିଯାଇଛି । ସେ ବ୍ରହ୍ମପୁର ଓଡ଼ିଆ ଦୈନିକ ଖବର କାଗଜ ସକାଳ ସଂସ୍କରଣର ମୁଖ୍ୟ ଥିଲେ ।

ଡକ୍ଟର ଜଗନମୋହନ ମହାପାତ୍ର ଦୀର୍ଘ ୩୦ ବର୍ଷ ଧରି ପ୍ରତ୍ୟକ୍ଷ ସାମ୍ବାଦିକତା ସହ ଜଡ଼ିତ ଥିଲେ । ୧୯୯୩ ମସିହାରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟରୁ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗରୁ ସ୍ନାତ୍ତକତୋର ପାସ୍ କରିବା ପରେ ସାମ୍ବାଦିକତାକୁ ପେଶା ରୂପେ ଗ୍ରହଣ କରିଥିଲେ । ବ୍ରହ୍ମପୁର ସମେତ ଗଞ୍ଜାମ ଜିଲ୍ଲାର ଜଣେ ଲୋକପ୍ରିୟ ସାମ୍ବାଦିକ ଭାବରେ ସୁନାମ ଅର୍ଜନ କରିଥିଲେ ଶ୍ରୀ ମହାପାତ୍ର ।

କଳାସଂସ୍କୃତି ଓ ସମାଜସେବା କ୍ଷେତ୍ରରେ ମଧ୍ୟ ସେ ବେଶ୍ ସକ୍ରିୟ ଥିଲେ । ଏହା ବ୍ୟତିତ ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ଭ୍ରାମ୍ୟମାଣ ଅଧ୍ୟାପକ ଭାବରେ ମଧ୍ୟ ଶିକ୍ଷାଦାନ କରୁଥିଲେ । ବ୍ରହ୍ମପୁରରେ ଆଞ୍ଚଳିକ କେବୁଲ ଟେଲିଭିଜନ ପ୍ରତିଷ୍ଠା କ୍ଷେତ୍ରରେ ସେ ଅଗ୍ରଣୀ ଭୂମିକା ନେଇଥିଲେ । ଗତବର୍ଷ ସ୍ବର୍ଗତ ପ୍ରଫେସର ସୁନୀଲ ବେହେରାଙ୍କ ଅଧିନରେ ଗବେଷଣା କରି ସେ ଡକ୍ଟରେଟ ଡିଗ୍ରୀ ହାସଲ କରିଥିଲେ ।

   Related Posts