କଟକ ୨୫।୦୪ : କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ । ଡିଭିଜନ ବେଞ୍ଚରେ ଅପିଲ କଲେ ରାଜ୍ୟ ସରକାର। ପୂର୍ବରୁ ମେଧା ତାଲିକାକୁ ରଦ୍ଦ କରିଥିଲେ ଜଣିକିଆ ଖଣ୍ଡପୀଠ। ଆଉ ଏବେ ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠରେ ଆରମ୍ଭ ହେଲା ଶୁଣାଣି। ସୋମବାର ହେବ ମାମଲାର ପୂର୍ଣ୍ଣାଙ୍ଗ ଶୁଣାଣି ।
ସୂଚନାଯୋଗ୍ୟ ଯେ, ମାର୍ଚ୍ଚ ୧୨ ତାରିଖରେ କନିଷ୍ଠ ଶିକ୍ଷକ ଚୟନରେ ଅନିୟମିତତା ମାମଲାରେ ଓସେପାର ମେରିଟ ଲିଷ୍ଟକୁ ଖାରଜ କରିଥିଲେ ମାନ୍ୟବର କୋର୍ଟ । ଜିଲ୍ଲାଓ୍ୱାରୀ ମେରିଟ ଲିଷ୍ଟକୁ ବି ଖାରଜ କରିଥିଲେ ହାଇକୋର୍ଟ । ଏହାପରେ ସାନି ମେରିଟ୍ ଲିଷ୍ଟ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ ।
୨୦୨୩ ଅକ୍ଟୋବର ୨୩ ତାରିଖରେ ପ୍ରାୟ ୨୦ ହଜାର ଜୁନିଅର ଟିଚର ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପରେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଲା ଏବଂ କିଛି ପ୍ରାର୍ଥୀ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ହୋଇଥିବାର ଅଭିଯୋଗ କରି ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲେ। ମାମଲାର ପ୍ରାରମ୍ଭିକ ଶୁଣାଣି କରି, ଗତ ଜାନୁୟାରୀ 19 ତାରିଖ ଦିନ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ।