କଟକ: ବରିଷ୍ଠ ବିଚାରପତି ଜଷ୍ଟିସ୍ ବିଭୂପ୍ରସାଦ ରାଉତରାୟଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ ପରେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ନଭେମ୍ୱର ୧୬ରୁ କାର୍ଯ୍ୟଭାର ଗ୍ରହଣ କରିବେ । ପରବର୍ତ୍ତୀ ସ୍ଥାୟୀ ମୁଖ୍ୟ ବିଚାରପତି ନିଯୁକ୍ତ ହେବା ପର୍ଯ୍ୟନ୍ତ ଜଷ୍ଟିସ୍ ରାଉତରାୟ ଏହି କାର୍ଯ୍ୟ ନିର୍ବାହ କରିବେ । ବର୍ତ୍ତମାନର ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ ଆସନ୍ତା ୧୫ ତାରିଖରେ ଅବସର ଗ୍ରହଣ କରିବେ ।

ଉଲ୍ଲେଖଯୋଗ୍ୟ ଯେ, ଜଷ୍ଟିସ୍ ବିଭୂପ୍ରସାଦ ରାଉତରାୟ ଜଣେ ଦକ୍ଷ ଆଇନଜୀବୀ ତଥା ବିଚାରପତି ଭାବେ ବେଶ୍ ପରିଚିତ । ପୂର୍ବରୁ ସେ ଓଡ଼ିଶା ହାଇକୋର୍ଟରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।