ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ରାଜ୍ୟର ୨୦ଟି ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି

13/06/2019 at 8:33 AM

ଭୁବନେଶ୍ବର ୧୩|୬: ତାତିରୁ ସାମାନ୍ୟ ଆଶ୍ବସ୍ତି । ବୁଧବାର ମଧ୍ୟରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ଝିପିଝିପି ବର୍ଷା ଲାଗି ରହିଛି।  ଉତ୍ତରପୂର୍ବ ବଙ୍ଗୋପସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ସୂଚନା​ ଦେଇଛି । ଏହାର ପ୍ରଭାବରେ ଉପକୂଳ ଓଡିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ  ଭୁବନେଶ୍ବରରେ ୩୨.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଏହାସହ ପୁରୀରେ ୧୮ ଓ ସମ୍ବଲପୁରରେ ୯ ମିଲିମିଟର ବର୍ଷା ହୋଇଥିବା ଜଣାପଡିଛି । କେତେକ ସ୍ଥାନରେ ବିଜୁଳି ଓ ପବନ ହେବାରୁ ବିଦ୍ୟୁତ କାଟ୍ ହୋଇଛି ।

୨୦ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ବଲାଙ୍ଗିର, ନୂଆପଡା, କୋରାପୁଟ, ଗଞ୍ଜାମ, ଗଜପତି, କନ୍ଧମାଳ, ପୁରୀ, ନୟାଗଡ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ସକାଳ ୮ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

   Related Posts