suno sunao
Aao Nxt
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବେଙ୍ଗଲ ଦଙ୍ଗା ଉପରେ ଫିଲ୍ମ କରିବ ବିଜେପି, ସ୍ବାଧୀନତା ସମୟରେ କଲିକତା ସ୍ଥିତିର ମିଳିବ ଝଲକ
  • ||
  • ଶେଷ ପର୍ଯ୍ୟନ୍ତ ଲଢ଼ି ଅଷ୍ଟ୍ରେଲିଆ ‘ଏ’ କୁ ୨-୧ରେ ହରାଇଲା ଭାରତୀୟ ମହିଳା ହକି ଦଳ
  • ||
  • କୁସ୍ତି ଯୋଦ୍ଧାଙ୍କ ସମର୍ଥନରେ ବାହାରିଲେ ରାମଦେବ, କହିଲେ ମା’ଭଉଣୀଙ୍କ ବିଷୟରେ ବେକାର କଥା କହୁଥିବା ବ୍ରିଜ ଭୂଷଣଙ୍କୁ ଗିରଫ କର
  • ||
  • ଦିଲ୍ଲୀ ୟୁନିଭର୍ସିଟି ସିଲାବସରୁ ହଟିଲା ‘ସାରେ ଜାହାଁ ସେ ଆଚ୍ଛା’ର ଲେଖକ ମହମ୍ମଦ ଇକ୍‌ବାଲଙ୍କ ବିଷୟ
  • ||
  • ଏବେ ଉତ୍ତରାଖଣ୍ଡ ସଂଲଗ୍ନ LACରେ ଦ୍ରୁତ ଗତିରେ ଗାଁ ଗଢି ଚାଲିଛି ଚୀନ, ସୈନ୍ୟ ଶିବିର ବି ନିର୍ମାଣ କରୁଛି
  • ||
  • ହାଇଦ୍ରାବାଦ: କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ସମର୍ଥନ ପାଇଁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେଜରିଓ୍ଵାଲ
  • ||
  • ନୂଆଦିଲ୍ଲୀ: ଜବାହରଲାଲ ନେହେରୁଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାହୁଲ ଗାନ୍ଧୀ
  • ||
  • IPL 2023: ମୁମ୍ବାଇକୁ ହରାଇ ଲଗାତାର ୨ୟ ଥର ଫାଇନାଲ୍‌ରେ ଗୁଜରାଟ ଟାଇଟନ୍ସ, ରବିବାର ଚେନ୍ନାଇ ସହ ଟାଇଟଲ୍ ମୁକାବିଲା
  • ||
  • ବିଜେପି ସରକାରର ୯ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ୯ଟି ପ୍ରଶ୍ନ କଲା କଂଗ୍ରେସ
  • ||
  • ଟିଏମ୍‌ସି ସାଂସଦ ଅଭିଷେକ ବାନାର୍ଜୀଙ୍କ କାର୍କେଡ୍‌ ଉପରେ ଆକ୍ରମଣ, ଇଟା ଫିଙ୍ଗି ଭାଙ୍ଗିଲେ ମନ୍ତ୍ରୀଙ୍କ କାର୍ କାଚ
  • ||

କାଳବୈଶାଖୀ ତାଣ୍ଡବ : ଘଡଘଡି ବର୍ଷା ସାଙ୍ଗକୁ ପ୍ରବଳ ବେଗରେ ବହିଲା ପବନ

24/05/2023 at 6:11 PM

ମୁନିଗୁଡା ୨୪।୫: ରାୟଗଡା ଜିଲ୍ଲା ବିଷମକଟକ ବ୍ଲକର ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି l ବୁଧବାର ଅପରାହ୍ନ ସମୟରେ ଘଡଘଡି ବର୍ଷା ସାଙ୍ଗକୁ ପ୍ରବଳ ବେଗରେ ପବନର   ବହିବା ଯୋଗୁଁ ଚାଟିକଣା ପଞ୍ଚାୟତରେ ଅନେକ ଘର ଓ ଦୋକାନର ଛାତ ଉଡିଯାଇଥିବା ବେଳେ ଅନେକ ସ୍ଥାନରେ ଗଛପଡି ରାସ୍ତା ଅବରୋଧ ହୋଇଥିବା ସହ ଗାଡି ଉପରେ ଗଛପଡି ଯାଇଥିବା ଦେଖିବାକୁ ମିଳିଛି l

ରାସ୍ତାରେ ଗଛପଡି ଯାଇଥିବା ଯୋଗୁଁ ଗାଡି ଚଳାଚଳରେ ଆଂଶିକ ବାଧା ଦେଖାଦେଉଥିବା ଦେଖିବାକୁ ମିଳିଛି l ବିଷମକଟକ ଅଗ୍ନିଶମ ବାହିନୀ ବିଭିନ୍ନ ସ୍ଥାନରେ ପହଞ୍ଚି ରାସ୍ତାରେ ପଡିରହିଥିବା ଗଛକୁ କାଟି ଗଛ ଗୁଡିକୁ ହଟେଇବା କାର୍ଯ୍ୟ ଜାରି ରଖିଛି ।

ଅନ୍ୟପଟେ ପ୍ରଗତି ସଂସ୍ଥାର ସାର ଗୋଦାମ ଗୃହର ଟିଣ ଛପର ଉଡାଇ ଲକ୍ଷାଧିକ ଟଙ୍କାର ସାର ନଷ୍ଟ ହୋଇଛି । ସେହିପରି ବିଷମକଟକ ଥାନା ବଡମଟକବାଡି ମଶାଣି ଆମ୍ବଗଛ ଠାରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି l ଯୁବକ ଜଣଙ୍କ ଆମ୍ବ ତୋଳିବା ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ବଜ୍ରପାତର ଶିକାର ହୋଇଛନ୍ତି । ମୃତ ଯୁବକ ଜଣଙ୍କ ବଡମଟକବାଡି ଗ୍ରାମର ଇନିସ କନ୍ଦପାଣି ବୋଲି ସୂଚନା ମିଳିଛି l

   Related Posts