ଭୁବନେଶ୍ୱର ୦୮।୦୫ : ଆଜିଠୁ ତାତିରୁ ଆଶ୍ବସ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁଁ ତାତିରୁ ତ୍ରାହି ମିଳିଛି। ପାଣିପାଗ ପୂର୍ବାନୁମାନ ଆଜିଠୁ ଗ୍ରୀଷ୍ମ ପ୍ରବାହରୁ ବିରତି ମିଳିବ। ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ଦେଖାଯାଉନି। ଆଜିଠୁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ବଢ଼ିବ।
ସେହିପରି ଅନେକ ସ୍ଥାନରେ ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୦ ତାରିଖ ଯାଏଁ ରାଜ୍ୟରେ ଭଲ ବର୍ଷା ହେବ । ଆସନ୍ତା ୩ ଦିନ ଭିତରେ ରାଜ୍ୟରେ ତାପମାତ୍ରା ୪ରୁ ୬ ଡିଗ୍ରୀ ସେଲସିୟସ୍ କମିବା ସମ୍ଭାବନା ଅଛି। ଆଜି ଉପକୂଳ ଓଡ଼ିଶାର କଟକ, ଭୁବନେଶ୍ବରରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ପାଖାପାଖି ରହିପାରେ। ସେହିପରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ଦ୍ରୁତଗତିରେ ଖସିବା ସମ୍ଭାବନା ଅଛି। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇଥିଲା । କାଳବୈଶାଖୀ ଯୋଗୁଁ ବହୁ କ୍ଷୟକ୍ଷତି ହୋଇଛି।