କଳିଙ୍ଗାଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ; ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Published By : Prameya-News7 Bureau | May 25, 2022 IST

ଭୁବନେଶ୍ୱର ୨୫।୦୫: କଳିଙ୍ଗା ଘାଟି ବସ୍ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦାରିଙ୍ଗବାଡି କଳିଙ୍ଗା ଘାଟି ନିକଟରେ ପର୍ଯ୍ୟଟକ ବସ୍ ଦୁର୍ଘଟଣାରେ ଅନେକଙ୍କ ପ୍ରାଣହାନୀ ହୋଇଥିବା ଖବର ବିଷୟରେ ଜାଣି ମୁଁ ଦୁଃଖିତ। ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

wp:html /wp:html

ସେହିପରି କେନ୍ଦ୍ର ଶିକ୍ଷା, ଉଦ୍ୟମିତା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । କହିଛନ୍ତି ଯେ, ସେମାନଙ୍କ ପରିବାର ପ୍ରତି ମୋର ଭାବାବେଗ ରହିଛି । ସମସ୍ତଙ୍କ ଆରୋଗ୍ୟ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

wp:html /wp:html

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଦୁର୍ଗାପ୍ରସାଦରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଟୁରିଷ୍ଟ ବସ୍ ଓଲପଡିଥିଲା । ଯାହାଫଳରେ ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୬ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୪ଜଣ ମହିଳା ରହିଥିବା ଜଣାପଡିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.