ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା, କେସ୍ ଡାଏରୀ ଦାଖଲ ପାଇଁ ନିର୍ଦ୍ଦେଶ

NEWS7
kapil-sharma-show-is-ready-for-comeback

କଟକ ୧୩/୦୧: ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲା । କଣ୍ଠଶିଳ୍ପୀ ଅର୍ପିତାଙ୍କୁ ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା । କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ଘଟଣାକୁ ନେଇ ମର୍କତନଗର ଥାନାରେ ରୁଜୁ ମାମଲାରେ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା ମିଳିଛି ।  

ସୋମେଶ ଓ ଅର୍ପିତାଙ୍କ ତରଫରୁ ଦାୟର ଆଗୁଆ ଜାମିନ ଆବେଦନର ହାଇକୋର୍ଟ ଶୁଣାଣି କରି ରାଜ୍ୟ ସରକାରଙ୍କୁ କେସ୍‌ ଡାଏରି ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାରେ ହ୍ୟୁମାନଙ୍କ ମାଆ ତଥା ଏତଲାକାରୀ ସେଫାଳି ସୁନାଙ୍କୁ ପକ୍ଷଭୁକ୍ତ କରିବାକୁ ହାଇକୋର୍ଟ ଆବେଦନକାରୀଙ୍କୁ ଅନୁମତି ଦେଇଛନ୍ତି ।

ଏଥିସହ ମାମଲାର ପ୍ରତିପକ୍ଷ ନମ୍ବର-୨ ଶ୍ରୀମତୀ ସୁନାଙ୍କୁ ହାଇକୋର୍ଟ ନୋଟିସ୍‌ ଜାରି କରିଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣି ଫେବୃୟାରୀ ୧୬ରେ ହେବ ବୋଲି ଜଣାପଡିଛି । ମାମଲାର ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ମର୍କତନଗର ଥାନାର ଏହି ମାମଲାରେ ଆବେଦନକାରୀଙ୍କୁ ହେପାଜତକୁ ନନେବାକୁ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି ।

ତଦନ୍ତକାରୀ ଏଜେନ୍ସିକୁ ତଦନ୍ତରେ ଆବେଦନକାରୀ ସହଯୋଗ କରିବେ ବୋଲି ହାଇକୋର୍ଟ କହିଛନ୍ତି । ହ୍ୟୁମାନଙ୍କ ମାଆ ସେଫାଳି ସୁନାଙ୍କ ଅଭିଯୋଗକୁ ଆଧାର କରି ମର୍କତନଗର ଥାନାରେ ଡିସେମ୍ବର ୨୧‌ରେ ମାମଲା ହୋଇଥିଲା । ସୋମେଶ, ଅର୍ପିତାଙ୍କ ସମେତ ୯ ଜଣଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଥିଲା । ପରବର୍ତ୍ତୀ ସମୟରେ ସୋମେଶ ଓ ଅର୍ପିତାଙ୍କ ତରଫରୁ ଆଗୁଆ ଜାମିନ ଆବେଦନ କରାଯାଇଥିଲା ।