oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବାସବରାଜ ବୋମ୍ମାଇ

28/07/2021 at 8:24 AM

`କର୍ଣ୍ଣାଟକ ୨୮/୭ : କର୍ଣ୍ଣାଟକକୁ ଆଜି ମିଳିବ ନୂଆ ମୁଖିଆ । ଆଜି ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବାସବରାଜ ବୋମ୍ମାଇ । କର୍ଣ୍ଣାଟକରେ ମଙ୍ଗଳବାର ବାସବରାଜ ବୋମ୍ମଇଙ୍କୁ ଭାରତୀୟ ଜନତା ପାର୍ଟି (ବିଜେପି) ବିଧାୟକ ଦଳର ନେତା ଭାବେ ଚୟନ କରାଯାଇଥିଲା । ଏଥି ସହ ସେ ମୁଖ୍ୟମନ୍ତ୍ରୀ ହେବାର ରାସ୍ତା ସ୍ପଷ୍ଟ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ ବୋମ୍ମଇଙ୍କ ନାମ ମୁଖ୍ୟମନ୍ତ୍ରୀ ହୋଇଥିବା ପିତା-ପୁତ୍ର ଯୋଡ଼ିରେ ସାମିଲ ହୋଇଯିବ ।

ଉତ୍ତର କର୍ଣ୍ଣାଟକରୁ ଆସିଥିବା ଲିଙ୍ଗାୟତ ନେତା ବାସବରାଜ ବୋମ୍ମାଇ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍ ଆର ବୋମଇଙ୍କ ପୁତ୍ର । ସେ ୧୯୮୮ରୁ ୧୯୮୯ ମଧ୍ୟରେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଥିଲେ । ୬୧ ବର୍ଷୀୟ ବୋମ୍ମଇ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦିୟୁରପ୍ପାଙ୍କ ନେତୃତ୍ୱରେ ପରିଚାଳିତ ସରକାରରେ ଗୃହ, ଆଇନ, ସଂସଦୀୟ ଏବଂ ବଧାୟୀ କାର୍ଯ୍ୟ ବିଭାଗରେ ମନ୍ତ୍ରୀ ଦାୟିତ୍ୱ ନେଇଥିଲେ । ବୋମୋଇଙ୍କ ପୂର୍ବରୁ କର୍ଣ୍ଣାଟକରେ ଆଉ ଏକ ପିତା-ପୁତ ଯୋଡ଼ି ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ଦେବେଗୌଡ଼ା କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଥିଲେ । ପରେ ତାଙ୍କର ପୁତ୍ର ଏଚ୍‌ଡି କୁମାରସ୍ୱାମୀ ମଧ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଥିଲେ ।

   Related Posts