ମହାକାର୍ତ୍ତିକର ଦ୍ୱିତୀୟ ସୋମବାର, ଦେବଦେବଙ୍କୁ ଦର୍ଶନ ଲାଗି ଜମିଛି ଭିଡ

Published By : Prameya-News7 Bureau | October 17, 2022 IST

ଆଠଗଡ ୧୭/୧୦: ଆଜି ହେଉଛି ମହାକାର୍ତ୍ତିକ ମାସର ଦ୍ଵିତୀୟ ସୋମବାର । ଏହି ଦିନ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିବା ସହିତ ମାନସିକ ଶାନ୍ତି ମିଳିଥାଏ ବୋଲି ଧାର୍ମିକ ବିଶ୍ୱାସ ରହିଛି । ଦିତୀୟ ସୋମବାରରେ ସଂକ୍ରାନ୍ତି ପଡୁଥିବାରୁ ଆଠଗଡର ପ୍ରସିଦ୍ଧ ବାବା ଧବଳେଶ୍ଵରଙ୍କୁ ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଲାଗିଛି ।

ଏଥିସହିତ ପୀଠରେ କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି କାର୍ତ୍ତିକ ବ୍ରତଧାରୀ ଓ ଶ୍ରଦ୍ଧାଳୁ ଭକ୍ତମାନେ । ରାତି ୪ଟାରୁ ପହଡ ଖୋଲାଯାଇ ୧୦୮ଗରା କଳସ ପବିତ୍ର ଜଳରେ ସ୍ନାନ କରାଯାଇ ମଙ୍ଗଳ ଆଳତୀ ମଇଲମ୍, ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ ମୁତୟନ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.