LIVE TV

କାର୍ତ୍ତିକ ମାସର ପ୍ରଥମ ସୋମବାର, ବାବା ଧବଳେଶ୍ୱରଙ୍କ ବଡ଼ସିଂହାର ବେଶ

NEWS7
kartika

ଆଠଗଡ଼ ୧୩।୧୦ : ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର । ଚଳଚଞ୍ଚଳ ହୋଇପଡିଛି ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କ ପୀଠ। ଧାର୍ମିକ ବିଶ୍ୱାସ ରହିଛି ଏହି ଦିନମାନଙ୍କରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ ।

ପ୍ରଥମ ସୋମବାରରେ ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । କାର୍ତ୍ତିକ ସୋମବାରରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବା ସହିତ ପୀଠରେ କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି ବ୍ରତଧାରୀ ଓ ଶ୍ରଦ୍ଧାଳୁ । ପୂଜକ ସମିତି ପକ୍ଷରୁ ଭୋର ୪ଟାରୁ ମନ୍ଦିରର ପହଡ଼ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ କରାଯାଇଥିଲା । ଏହାପରେ ମଙ୍ଗଳାଆଳତୀ, ମଇଲମ, ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଛି । କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳୁମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ପୋଲିସ ଫୋର୍ସ ମୁତୟନ କରାଯାଇଛି । ​​​​