ଘଟଗାଁ ନାବାଳିକା ଗଣଦୁଷ୍କର୍ମ ମାମଲା : ୨ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

Published By : Prameya-News7 Bureau | May 31, 2022 IST

କେନ୍ଦୁଝର, ୩୧|୦୫: ୨ ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲ୍ ।  କେନ୍ଦୁଝରର ଜଣେ ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଶୁଣାଇଛନ୍ତି ପୋକ୍ସୋ କୋର୍ଟ । ଏହାସହ ୫୦ ହଜାର ଟଙ୍କା ଜରିମାନା ମଧ୍ୟ ଲଗାଇଛନ୍ତି ।

ଯଦି ଅଭିଯୁକ୍ତମାନେ ଜରିମାନା ଦେବାରେ ବିଫଳ ହୁଅନ୍ତି ତେବେ ଅଧିକ ଏକ ବର୍ଷ ଜେଲ ଦଣ୍ଡା ଭୋଗିବେ । ଜିଲ୍ଲାର ସ୍ୱତନ୍ତ୍ର  ପୋକ୍ସୋ କୋର୍ଟ ଏହି ଦଣ୍ଡ ବିଧାନ କରିଛନ୍ତି। ଏହା ସହ ପୀଡିତାଙ୍କୁ ୫ ଲକ୍ଷ ଟଙ୍କାର ସହାୟତା ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି  ।

ସୂଚନାଯୋଗ୍ୟ, ୨୦୧୭ ମସିହାରେ ଜିଲ୍ଲାର ଘଟଗାଁ ଥାନା ଅଞ୍ଚଳର ଜଣେ ନାବାଳିକା ଗଣଦୁଷ୍କର୍ମକ ଶିକାର ହୋଇଥିଲେ । ଅଭିଯୋଗ ପାଇବା ପରେ ପୋଲିସ ତଦନ୍ତ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.