ଅଣବସରର ଚତୁର୍ଦ୍ଦଶୀ ତିଥି, ଖଡି ପ୍ରସାଦ ବିଜେ ସହ ମହାପ୍ରଭୁଙ୍କ ବନକଲାଗି ନୀତି

Published By : Prameya-News7 Bureau | June 24, 2025 IST

ପୁରୀ ୨୪/୦୬: ଆଜି ଅଣବସରର ଚତୁର୍ଦ୍ଦଶୀ ତିଥିରେ ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯିବ। 

ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜାଙ୍କୁ ପ୍ରସାଦ ଅର୍ପଣ କରିବେ। ଏହାପରେ ଦତ୍ତମହାପାତ୍ର ସେବାୟତ ମାନେ ହିଙ୍ଗୁଳ, ହରିତାଳ, କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରିବେ। 

ତେବେ ଆଜି ଏହି ବନକଲାଗି ନୀତି ଅନୁଷ୍ଠିତ ହେବାକୁ ଥିବାବେଳେ ଦତ୍ତମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଏହି ନୀତି କରିବେ। ସେପଟେ ଆଉ ମାତ୍ର ଦୁଇଦିନ ପରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରଥଯାତ୍ରାକୁ ନେଇ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତିକୁ ଜୋରଦାର କରାଯାଉଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.