Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ପାରିବାରିକ ସମସ୍ୟା ଦୂର ହେବ; ରଚନାତ୍ମକ କାମରେ ପ୍ରଶଂସିତ ହେବେ

3/10/2022 at 7:40 PM

ମେଷ:~ ଦୁର୍ଭାବନା ବଢିଚାଲିବ। ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ଆଜିର କର୍ମ କ୍ଷେତ୍ରରେ, ପରିବାରରେ, ମିତ୍ରଙ୍କ ମଧ୍ୟରେ ଆନନ୍ଦମୟ ପରିବେଶ ସୃଷ୍ଟି ହେବ। ଲେଖାପଢାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ସୁଖ ସମ୍ମାନ ପ୍ଧବ ଖୁସିହେବେ।

ଶୁଭ ରଙ୍ଗ:~  ଧଳା, ଶୁଭ ଅଙ୍କ:~ ୬

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ:~ ଘରେ ବନ୍ଧୁ ମିଳନ ସାଙ୍ଗକୁ ଆମୋଦ ପ୍ରମୋଦର ସୁଅ ଛୁଟିପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁଁ ମାନସିକ ସୁସ୍ଥତା ବ୍ୟାହତ ହେବ । ଅନ୍ୟମାନଙ୍କ କାନକୁ ମଧୁରଲାଗିଲା ଭଳି କଥା କହି କାମ ହାସଲ କରିବେ । ବହୁ ବିଳମ୍ବରେ ହାତକୁ ନେଇଥିବା କାମଗୁଡିକଠିକ୍ ଭାବେ ସମ୍ପନ୍ନ ହେବ । କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ ।

ଶୁଭ ରଙ୍ଗ:~  ପିଚ୍, ଶୁଭ ଅଙ୍କ:~  ୨

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମିଥୁନ:~ ଅବଶ୍ୟ ଜଣେ ବନ୍ଧୁଙ୍କ ସହ-ଯୋଗରୁ କାମ ହାସଲ କରିବେ । ସ୍ନାୟବିକ ଦୁର୍ବଳତାଜନିତ ଅସୁସ୍ଥତା ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କାମରେ ସାମାନ୍ୟ ଭୁଲ୍ ରୁକାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ଅର୍ଥ ସମ୍ବନ୍ଧିତ କ୍ଷେତ୍ରରେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି ।

ଶୁଭ ରଙ୍ଗ:~  ଧଳା , ଶୁଭ ଅଙ୍କ:~  ୩

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ:~ ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ପରିବାରରଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ଯାତ୍ରା ସମୟରେ ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ପର କଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।

ଶୁଭ ରଙ୍ଗ:~  ଗ୍ରୀନ୍, ଶୁଭ ଅଙ୍କ:~  ୭

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସୁଖୀ ହେବେ ।

ସିଂହ:~ ସହକର୍ମୀଙ୍କ ସହାୟତାରେ କୌଣସି ନୁତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଆନୁଷ୍ଠାନିକ ସାହାର୍ଯ୍ୟ ଓ ସହ-ଯୋଗର ଅଭାବ ମାନସିକ ସ୍ଥିରତାକୁ କ୍ଷୁର୍ଣ୍ଣ କରିବ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ସମୟରେ ବ୍ୟବସାୟିକ କାରବାର, ବନ୍ଧୁଙ୍କ ସହ ଆଲୋଚନା ହେତୁ ଶୁଭଫଳ ପାଇପାରନ୍ତି ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୫

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- କର୍ମଚଞ୍ଚଳ ରହିବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ସୁଖୀ ହେବେ ।

କନ୍ୟା:~ ବ୍ୟକ୍ତି ଙ୍କ ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ। ଆପଣଙ୍କ ଅଭାବୀ ପରିସ୍ଥିତିକୁ ହୃଦୟଙ୍ଗମ କରି ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ। ଗବେଷଣା, ସାହିତ୍ୟ, କଳା ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ ।

ଶୁଭ ରଙ୍ଗ:~  ପିଙ୍କ୍,ଶୁଭଅଙ୍କ:~  ୨

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା:~ ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍ ଠିକ୍‌ ହୋଇଯିବ । ନୂତନ ଯୋଜନା ପାଇଁ କର୍ମତତ୍ପର ହୋଇ ଉଠିବେ । କର୍ମକ୍ଷେତ୍ରରେଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ ।ଅଫିସ୍ କାମରେ ବ୍ୟସ୍ତ ରହି କୌଣସି ଗୁରୁତ୍ୱପୂର୍ଣ୍ଣ କଥାଟି ଭୁଲିଯିବେ ।

 ଶୁଭ ରଙ୍ଗ:~  ମେରୁନ୍, ଶୁଭ ଅଙ୍କ:~  ୮

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା:~ ପିଲାମାନଙ୍କ କୃତି ଓ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ। ବନ୍ଧୁଙ୍କ ସହାୟତାରେ ଦୀର୍ଘ ଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ। ବିଭିନ୍ନ ଅପ୍ରକାଶ୍ୟଘଟଣାକୁ କେନ୍ଦ୍ର କରି ଅଧିକାଂଶ ସମୟ ମନ ବିଚଳିତ ରହିବ । ଅନ୍ୟମାନଙ୍କ ମିଥ୍ୟାଳାପକାରଣରୁ ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କ ହୋଇପାରେ ।

ଶୁଭ ରଙ୍ଗ:~  ଲାଲ୍,  ଶୁଭ ଅଙ୍କ:~  ୩

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ-ସତର୍କତାର ଦିନ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ:~ ଯୋଜନାଗୁଡିକୁ ଠିକ୍ ଭାବରେ ବଦଳାଇବା ପାଇଁ କଷ୍ଟକର ହୋଇପାରେ । ଆକସ୍ମିକ ସୃଷ୍ଟି ହୋଇଥିବା ପରିସ୍ଥିତି ଆପଣଙ୍କୁ ଘଟଣାଗୁଡିକୁ ଅସ୍ୱାଭାବିକଭାବେ ଚିନ୍ତା କରିବାକୁ ବାଧ୍ୟ କରିବ । ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତକରିବ ।

ଶୁଭ ରଙ୍ଗ:~  ୟେଲୋ, ଶୁଭ ଅଙ୍କ:~  ୧

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର:~ ଶତ୍ରୁତା କାରଣରୁ ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ । କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ଆଜି ଦିନରେ ଆପଣ ଘର କାମ ଛାଡିବାହାର କାମରେ ବେଶି ସମୟ କଟାଇବେ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି ।ଏଣୁ ସତର୍କ ରହିବା ଭଲ ହେବ ।

ଶୁଭ ରଙ୍ଗ:~  ପିଚ୍, ଶୁଭ ଅଙ୍କ:~  ୪

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କୁମ୍ଭ:~ ଦୈହିକ ଦୁର୍ବଳତା ଯୋଗୁଁ ମନୋବଲ କମି ଯାଇପାରେ । ସ୍ୱାସ୍ଥ୍ୟ ଠିକ୍ ରହିଲେ ମଧ୍ୟ ସମସ୍ୟାଜନ୍ଖଚ୍ଛ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ । ଇଚ୍ଛା ନ ଥିଲେ ମଧ୍ୟ ବ୍ୟର୍ଥ ଭ୍ରମଣ ଓଅଯଥା ଖର୍ଚ୍ଚାନ୍ତ ଦୁଶ୍ଚିନ୍ତାର କାରଣ ହେବ ।

ଶୁଭ ରଙ୍ଗ:~ କ୍ରୀମ୍‌, ଶୁଭ ଅଙ୍କ:~

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ମୀନ:~କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଆଲୋଚନା କାଳରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।ସମସୟା ସମାଧାନ କରିବା ସକାଶେ ବନ୍ଧୁଙ୍କପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ପ୍ରିୟ ବନ୍ଧୁଟି ସହ ଦୀର୍ଘ ଦିନରୁଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ ।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

   Related Posts