ମେ' ୨୦ ତାରିଖ, ସୋମବାର ; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

Published By : Prameya-News7 Bureau | May 20, 2024 IST

ମେଷ- ମେଷ ରାଶି ପାଇଁ  ଷଷ୍ଠ ଚନ୍ଦ୍ର । ଦିନଟିରେ ବହୁତ ଭଲ ଯୋଗ ରହିଛି । ରାଜନୀତିରେ ସଫଳତା ପ୍ରାପ୍ତି ହେବ । ଛାତ୍ର ଛାତ୍ରୀ ମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ କରିବେ । ବ୍ୟବସାୟରେ ଅଟକିଥିବା କାର୍ଯ୍ୟ ଆଗକୁ ବଢିବ ।

ବୃ- ରାଶି ପାଇଁ ଘାତ ଚନ୍ଦ୍ର ଯୋଗୁଁ ଉଦବେଗଜନକ ପରିସ୍ଥିତି ସୃଷ୍ଟି ହେବ । ମନ ବିଚଳିତ ହୋଇପାରେ । ଆତ୍ମବିଶ୍ୱାସର ଅଭାବ ହେବ। ଚାକିରିରେ ପରିବର୍ତ୍ତନ ହେବାର ସମ୍ଭାବନା ଅଛି । କାର୍ଯ୍ୟ କ୍ଷେତ୍ରରେ ମଧ୍ୟ ପରିବର୍ତ୍ତନ ହୋଇପାରେ ।   ପରିଶ୍ରମ ଅଧିକ ହେବ । 

ମିଥୁନ- ଦିନଟି ଆଶାନୁରୂପ ଫଳ ଦେବ ନାହିଁ । ଚାକିରି କ୍ଷେତ୍ରରେ ମାନହାନି ହୋଇପାରେ । ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ । ଛାତ୍ରଛାତ୍ରୀ ମାନେ ସଫଳତା ପ୍ରାପ୍ତ କରିବେ । କିଛି ଖୁସି ଖବର ମିଳିବ । ଯାନ ବାହନରେ ସାତର୍କତା ନିହାତି ଆବଶ୍ୟକ ।

କର୍କଟ- ତୃତୀୟ ଚନ୍ଦ୍ର କାଳ ଭୋଗ ହେତୁ ଦିନଟି ଶୁଭରେ କଟିବ । ଦାମ୍ପତ୍ୟ ଜୀବନରେ ଶାନ୍ତି ଦେଖାଦେବ । ଧାର୍ମିକ ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ଆୟର ଯୋଗ ରହିଛି। ବ୍ୟବସାୟରେ ଅଟକି ଥିବା କାର୍ଯ୍ୟ  ପୁଣି ଆରମ୍ଭ ହେବ ।

ସିଂହ- ଅଟକିଥିବା ଧନ ପାଇ ଖୁସି ହେବେ । କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସା ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବ୍ୟବସାୟରେ ଜଗିରଖି କାର୍ଯ୍ୟ କଲେ ଆୟ ଉତ୍ତମ ହେବ । ବିଦ୍ୟାର୍ଥୀଙ୍କୁ ପରିଶ୍ରମ ସଫଳତା ଦେବ ।

କନ୍ୟା- ଶ୍ରୀ ଚନ୍ଦ୍ର ରହିଥିବାରୁ ଦିନଟି ବହୁତ ଖୁସି ଖବର ଦେବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଶତ୍ରୁଙ୍କ ପରାଜୟ ହେବ । କର୍ମକ୍ଷେତ୍ରରେ ନୂତନ ପଦ ପଦବୀରେ ଯୋଗଦାନ କରିବେ । ବ୍ୟବସାୟ ଖୁବ୍ ଭଲ ହେବ ।

ତୁଳା- ଅର୍ଥ ନିବେଶ ପାଇଁ ଦିନଟି ଅଶୁଭ ଅଟେ । ସନ୍ତାନଙ୍କ ପାଇଁ ସାମାନ୍ୟ ଚିନ୍ତାରେ ରହିବେ । ପ୍ରେମ ସମ୍ପର୍କରେ ନୂତନ ଆଶା ଉଜ୍ଜୀବିତ ହେବ । କିଛି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ବ୍ୟୟର ପରିମାଣ ଅଧିକ ରହିବ ।

ବିଛା- ଏକାଦଶ ଚନ୍ଦ୍ର ହେତୁ ଦିନଟି ଭଲ ଫଳ ଦେବ । ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଦିନଟି ଶୁଭ ରହିଛି । ରାଜନୀତି   ସମ୍ମାନିତ ହେବାର ଯୋଗ ଅଛି । କାର୍ଯ୍ୟ କ୍ଷେତ୍ରରେ ଦାୟିତ୍ବବାନ ହେବେ । ଗୃହରେ ପୂଜା ପାଠର ଆୟୋଜନ ହେବ ।

ଧନୁ- ଦଶମ ଚନ୍ଦ୍ର କାଳ ଭୋଗ ହେତୁ ଚାକିରି କ୍ଷେତ୍ରରେ ନିଶ୍ଚିନ୍ତ ଶୁଭ ଖବର ମିଳିବ । ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଅତି ଉତ୍ତମ ରହିଛି। ବ୍ୟବସାୟରେ ଧନ ପ୍ରାପ୍ତିର ଯୋଗ ରହିଛି । ବନ୍ଧୁଙ୍କ ଦ୍ଵାରା ଆୟର ଅବସର ପ୍ରାପ୍ତ ହେବ । ବିବାହ ପ୍ରସ୍ତାବ ଆସିବ ।

ମକର- ସ୍ବାସ୍ଥ୍ୟ କ୍ଷେତ୍ରରେ ସମସ୍ୟା ଦେଖା ଦେବ । ଭ୍ରମଣର ଯୋଗ ରହିଛି । ଚାକିରିରେ ସ୍ଥାନ ପରିବର୍ତ୍ତନ ହେବ । ପୁରୁଣା ବନ୍ଧୁଙ୍କ ସହ ମିଳନ ହେବ । ବ୍ୟବସାୟ ମଧ୍ୟମ ଫଳ ଦେବ । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ।

କୁମ୍ଭ- ଭାଗ୍ୟର ସାଥ ମିଳିବ । ଦୂର ଯାତ୍ରା କରିପାରନ୍ତି । ଯେକୌଣସି କ୍ଷେତ୍ରରୁ ଶୁଭ ସମାଚାର ମିଳିବ । ଜୀବନ ସାଥୀଙ୍କ ସହଯୋଗ ମିଳିବ । ମାଲି ମକୋଦମାରେ ଜୟଯୁକ୍ତ ହେବେ । ବିଦ୍ୟାର୍ଥୀମାନେ ପ୍ରଗତି କରିବେ ।

ମୀନ- ପରିବାରରେ ଖୁସି ଦେଖିବାକୁ ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଅନିଚ୍ଛା ସତ୍ତ୍ୱେ ଖର୍ଚ୍ଚ ବୃଦ୍ଧି ହେବ । ନିଜ ସ୍ବାସ୍ଥ୍ୟର ଧ୍ୟାନ ରଖନ୍ତୁ। ଦୂର ସ୍ଥାନକୁ ଯାତ୍ରା କରିବେ । ଗୃହରେ ଧାର୍ମିକ କାର୍ଯ୍ୟର ଆୟୋଜନ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.