ମେଷ- ଘାତ ଚନ୍ଦ୍ର ରହିଥିବାରୁ ଧନ କ୍ଷୟ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଅଙ୍ଗରେ ଆଘାତ ଲାଗିପାରେ। କର୍ମ କ୍ଷେତ୍ରରେ ସାମାନ୍ୟ ସମସ୍ୟା ଦେଖା ଦେଇପାରେ । ଅଧିକ ପରିଶ୍ରମ ଯୋଗୁ ଆଳସ୍ୟର ବଶବର୍ତ୍ତୀ ହେବେ। ସ୍ବାସ୍ଥ୍ୟରେ କିଛି ସମସ୍ୟା ଉପୁଜିବାର ସମ୍ଭାବନା ଅଛି ।
ବୃଷ- ମନ ଉତ୍ସାହିତ ରହିବ । ସର୍ବ କାର୍ଯ୍ୟରେ ସିଦ୍ଧି ହେବ । ଚାକିରିରେ ଉଚ୍ଚ ସ୍ଥାନ ପ୍ରାପ୍ତି ହେବ । ଭ୍ରମଣ ଯୋଗ ରହିଛି । ଆୟରେ ବୃଦ୍ଧି ହେବ । ବ୍ୟବସାୟରେ ଉତ୍ତମ ଫଳ ପ୍ରାପ୍ତ ହେବ । ବିଦ୍ୟାର୍ଥୀମାନେ ପରୋପକାରୀ ହେବେ ।
ମିଥୁନ- ମନ ସାମାନ୍ୟ ଦୁର୍ବଳ ରହିବ । କର୍ମ କ୍ଷେତ୍ରରେ କିଛି ସମସ୍ୟା ଦେଖାଦେଇପାରେ । ହେଲେ ମଧ୍ୟ ଦିନଟିରେ ରୋଜଗାର ଉତ୍ତମ ହେବ । ବ୍ୟବସାୟ ଭଲ ହେବ । ପ୍ରେମ ସମ୍ପର୍କରେ ମଧୁରତା ଆସିବ । କର୍ତ୍ତବ୍ୟ ପରାୟଣ ହେବେ ।
କର୍କଟ- ଆର୍ଥିକ ସମସ୍ୟାକୁ ନେଇ ଚିନ୍ତାରେ ରହିବେ । କୌଣସି କାର୍ଯ୍ୟ କରିବା ପୂର୍ବରୁ ଥରେ ପରାମର୍ଶ ନେବା ଆବଶ୍ୟକ । ଭ୍ରମଣ ସମୟରେ ସତର୍କତା ରକ୍ଷା କରନ୍ତୁ । ପ୍ରେମ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟୀଙ୍କ ପାଇଁ ଦିଅନ୍ତି ଅତ୍ୟନ୍ତ ଶୁଭଦାୟକ ରହିଛି ।
ସିଂହ- କୌଣସି ସ୍ଥାନରୁ ଅପଦସ୍ତ ହେବା ପରି ସମସ୍ୟା ଉପୁଜିପାରେ । ଯାନ ବାହନରେ ସତର୍କତା ନିହାତି ଆବଶ୍ୟକ । ଅଙ୍ଗରେ ଆଘାତ ଲାଗିବା ଭଳି ସମସ୍ୟା ଦେଖାଦେବ । ସନ୍ତାନଙ୍କ ସ୍ଵାସ୍ଥ୍ୟଗତ ସମସ୍ୟାକୁ ନେଇ ଚିନ୍ତାରେ ରହିବେ ।
କନ୍ୟା- ଦୂର ସ୍ଥାନକୁ ଭ୍ରମଣର ଯୋଗ ରହିଛି । ବାହ୍ୟ ସ୍ଥାନରୁ ସମ୍ମାନ ପ୍ରାପ୍ତି ହେବର ଯଥେଷ୍ଟ ସମ୍ଭାବନା ରହିଛି । କର୍ମ କ୍ଷେତ୍ରରେ ଦୃଢ଼ ମନା ହୋଇ କାର୍ଯ୍ୟ କରିବେ । ନୂଆ ଚାକିରି ପ୍ରାପ୍ତ ହୋଇପାରେ ।
ତୁଳା- କର୍ମ କ୍ଷେତ୍ରରେ ନିଜ ପ୍ରାଧାନ୍ୟ ବୃଦ୍ଧି ପାଇବ। ଇଚ୍ଛା କରିଥିବା ଦ୍ରବ୍ୟକୁ ଲାଭ କରିବେ । ସମ୍ମାନ ପ୍ରାପ୍ତି ହେବ । ଦିନଟି ଭଲ ଫଳ ଦେବ । ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଦିନଟି ଶୁଭ ରହିଛି । ବିଦ୍ୟାର୍ଥୀମାନେ ଦୃଢ଼ ମନା ହେବେ ।
ବିଛା- ଆର୍ଥିକ ସ୍ଥିତିରେ ଅବନତି ଘଟିବ। ଦିନଟି ଏତେ ଉତ୍ତମ ଫଳ ଦେବ ନାହିଁ । ଚାଲୁଥିବା କାର୍ଯ୍ୟ ଅଧାରୁ ଅଟକି ଯାଇପାରେ । ଛାତ୍ରଛାତ୍ରୀମାନେ ନୂତନ ପାଠର ଆରମ୍ଭ କରିବେ । ରାଜନୀତିରେ ସଫଳତା ପ୍ରାପ୍ତି ହେବ । ଭ୍ରମଣ ଯୋଗୁଁ ଦ୍ୱିଧା ଅନୁଭବ କରିବେ ।
ଧନୁ- ପ୍ରତାରଣାର ଶିକାର ହୋଇପାରନ୍ତି । ଆର୍ଥିକ ବ୍ୟୟ ହେବାର ଯଥେଷ୍ଟ ସମ୍ଭାବନା ରହିଛି ଶରୀର ପୀଡ଼ା ପରି ସମସ୍ୟା ଦେଖା ଦେଇପାରେ । ଏକାଗ୍ରତାର ଅଭାବ ରହିବ। ମନ କୌଣସି କାର୍ଯ୍ୟରେ ନିୟୋଜିତ ହୋଇପାରିବ ନାହିଁ ।
ମକର- ଗୃହରେ କିଛି ଶୁଭ କାର୍ଯ୍ୟର ଆରମ୍ଭ ହେବ । ସମସ୍ତ କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ ହେବ । ପରିବର୍ତ୍ତନ ଆପଣଙ୍କ ସପକ୍ଷରେ ରହିବ । ଛାତ୍ରମାନଙ୍କ ପାଇଁ ଏକ ଅନୁକୂଳ ଦିନ ହେବ । ଆର୍ଥିକ ବିକାଶ ମଧ୍ୟ ହେବ ।
କୁମ୍ଭ- ନିଜ କର୍ମର ଫଳ ନିଶ୍ଚିନ୍ତ ପ୍ରାପ୍ତ କରିବେ । ଯାନ ବାହନରେ ସତର୍କତା ଅବଲମ୍ବନ କରନ୍ତୁ । ଭ୍ରମଣର ଯୋଗ ରହିଛି ଦମ୍ପତିଙ୍କ ପାଇଁ ଦିନଟି ବହୁତ ଶୁଭ ରହିଛି । ଛାତ୍ରଛାତ୍ରୀଙ୍କ ପାଇଁ ପରିଶ୍ରମ ନେଇ ଫଳ ।
ମୀନ- ମନରେ ବିଷାଦର ଭାବ ସୃଷ୍ଟି ହେବ । ପରୋପକାର କରି ନିଜେ ଅସୁବିଧାରେ ପଡ଼ିପାରନ୍ତି । ଆତ୍ମ ବିଶ୍ବାସ ବଜାୟ ରଖନ୍ତୁ । ମନରେ ସାଧାରଣ ଅଶାନ୍ତି ଭାବ ଦେଖା ଦେବ । କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ । ଗୃହରେ ଧାର୍ମିକ କାର୍ଯ୍ୟ ହୋଇପାରେ ।
ଜ୍ୟୋତିର୍ବିଦ ସିଦ୍ଧାର୍ଥ ଶେଖର ନାୟକ
ଯୋଗାଯୋଗ -8249826682