ସେପ୍ଟେମ୍ଵର ୨୯ ତାରିଖ, ରବିବାର; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

Published By : Prameya-News7 Bureau | September 29, 2024 IST

ମେଷ- ପ୍ରତିରୋଧର ସାମନା କରିପାରନ୍ତି । ବନ୍ଧୁମାନଙ୍କ ସହ ଭ୍ରମଣର ଯୋଗ ରହିଛି । ବ୍ୟବସାୟୀମାନଙ୍କ ପାଇଁ ଦିନଟି ମଧ୍ୟମ ଫଳ ପ୍ରଦାନ କରିବ । ଅଙ୍ଗରେ ଆଘାତ ଲାଗିବା ଭଳି ସମସ୍ୟା ଦେଖା ଦେଇପାରେ । ଛାତ୍ର ଛାତ୍ରୀମାନେ ନିଜର ଲୁଚିଥିବା ପ୍ରତିଭାକୁ ଆଗକୁ ଆଣିବେ ।

ବୃଷ- କୃଷ୍ଣ ପକ୍ଷ ଚତୁର୍ଥ ଚନ୍ଦ୍ର ରହିଥିବାରୁ ଆର୍ଥିକ ସମସ୍ୟା ଦେଖା ଦେଲେ ମଧ୍ୟ ପରିଶ୍ରମର ଫଳ ନିଶ୍ଚିନ୍ତ ପ୍ରାପ୍ତି ହେବ। ନିଜ କର୍ମକୁ ନେଇ ଅଧିକ ବ୍ୟସ୍ତରେ ସମୟ କରିବେ। ଦମ୍ପତିଙ୍କ ପାଇଁ ଦିନଟି ବହୁତ ଶୁଭ ରହିଛି। ଛାତ୍ର ଛାତ୍ରୀଙ୍କ ପାଇଁ ପରିଶ୍ରମ ନେଇ ଫଳ ପ୍ରାପ୍ତି ।

ମିଥୁନ- କର୍ମ ଚଞ୍ଚଳ ହୋଇ କାର୍ଯ୍ୟ କରିବେ। କର୍ମ କ୍ଷେତ୍ରରେ ପଦୋନ୍ନତିର ଯୋଗ ରହିବ । ମନରେ କିଛି ନୂଆ କରିବାର ଇଚ୍ଛା ଜାଗୃତ ହେବ। ଜରୁରୀ ବସ୍ତୁ କ୍ରୟ କରିପାରନ୍ତି । ପ୍ରେମ ସମ୍ପର୍କରେ ଅନେକ ଖୁସି ଲାଭ କରିପାରନ୍ତି। ଅଣ୍ଟା ବ୍ୟଥା ଭଳି କିଛି ସମସ୍ୟା ଦେଖାଦେଇପାରେ ।

କର୍କଟ- ଆପଣଙ୍କ ରାଶିକୁ ଘାତ ଚନ୍ଦ୍ର । କାର୍ଯ୍ୟ କ୍ଷେତ୍ରରେ ଅଶାନ୍ତି ଦେଖାଦେଇପାରେ। ସୁଖ ହାନି ଘଟିପାରେ । ଅନେକ କାର୍ଯ୍ୟ ଏକ ସହ ଆସି ପହଞ୍ଚିବା ଯୋଗୁଁ ନିଜକୁ ଚିନ୍ତିତ ମନେ କରିପାରନ୍ତି । ମାଲିମୋକଦ୍ଦମାରେ ଜୟଯୁକ୍ତ ହେବେ । ବ୍ୟବସାୟ ମଧ୍ୟମ ଫଳ ଦେବ।

ସିଂହ- ରାଶିକୁ ଶ୍ରୀ ଚନ୍ଦ୍ର ଯୋଗ ରହିଛି । ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି । ଭୂମି କ୍ରୟ କରିବେ । ବ୍ୟବସାୟରେ ସୁଫଳ ମିଳିବ । ଅଳଙ୍କାର କ୍ରୟ କରିପାରନ୍ତି । ଛାତ୍ର ଛାତ୍ରୀମାନଙ୍କର ପାଠରେ ମନ ଲାଗିବ ନାହିଁ । ପ୍ରେମ ସମ୍ପର୍କରେ ନିଜକୁ ଭାଗ୍ୟଶାଳୀମାନେ କରିବେ ।

କନ୍ୟା- ଆର୍ଥିକ ସମସ୍ୟାକୁ ନେଇ ଚିନ୍ତାରେ ରହିବେ । କୌଣସି କାର୍ଯ୍ୟ କରିବା ପୂର୍ବରୁ ଥରେ ପରାମର୍ଶ ନେବା ଆବଶ୍ୟକ । ଭ୍ରମଣ ସମୟରେ ସତର୍କତା ରକ୍ଷା କରନ୍ତୁ । ପ୍ରେମ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟୀଙ୍କ ପାଇଁ   ଦିନଟି ମଧ୍ୟମ ଫଳ ପ୍ରଦାନ କରିବ ।

ତୁଳା- ଦିନଟି ସଫଳତାର ସହ ସଂପୂର୍ଣ୍ଣ ହେବ । ପରୋପକାର କରି ନିଜକୁ ଖୁସି ଅନୁଭବ କରିବେ । ଆର୍ଥିକ ସ୍ଥିତି  ସ୍ୱଚ୍ଛଳ ରହିବ । ଛାତ୍ର ଛାତ୍ରୀମାନେ କୃତ କାର୍ଯ୍ୟ ହେବେ । ଦମ୍ପତିମାନେ ଆଲୋଚନା କରି କିଛି ନୂଆ କାର୍ଯ୍ୟ  ଆରମ୍ଭ କରିପାରନ୍ତି ।

ବିଛା- ନୂଆ ଚାକିରି ପ୍ରାପ୍ତ ହୋଇ ପାରେ। ସୁଖ ସମ୍ମାନ ଲାଭର ଯୋଗ ରହିଛି । ଇଚ୍ଛା କରିଥିବା କାର୍ଯ୍ୟ ସଫଳ ହେବ । ଛାତ୍ର ଛାତ୍ରୀମାନେ କ୍ୟାରିୟରକୁ ନେଇ ଆଗକୁ ବଢ଼ିବେ । ବ୍ୟବସାୟରେ ଉତ୍ତମ ଫଳ ମିଳିବ । ଧନ ଲାଭର ଯୋଗ ରହିଛି ।

ଧନୁ- ସେବା ପୂଜାରେ ମନୋନିବେଶ କରିବେ । କିଛି ଘଟଣା ଆପଣଙ୍କୁ ଆଶ୍ଚର୍ଯ୍ୟ କରିପାରେ । ବନ୍ଧୁ ଆପଣଙ୍କ ଘରକୁ ଆସିପାରନ୍ତି । ବାକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବ୍ୟବସାୟରେ ସଫଳତା ମିଳିବ । ମହିଳାମାନେ ଗୃହ କାର୍ଯ୍ୟରେ ଅଧିକ ମନୋନିବେଶ କରିବେ ।

ମକର- ଚିନ୍ତା କରିଥିବା ବିଷୟରେ ପରିବର୍ତ୍ତନ ଆଣିପାରନ୍ତି । ଅହଙ୍କାରର ବଶବର୍ତ୍ତୀ ହୋଇ କିଛି ଭୁଲ ନିଷ୍ପତ୍ତି ନେବେ । ଦେହ ପୀଡା ଭଳି ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ । ଛାତ୍ର ଛାତ୍ରୀ ମାନେ ନୂତନ ଚିନ୍ତାଧାରାର ବଶବର୍ତ୍ତୀ ହେବେ । ମାନସିକ ଯନ୍ତ୍ରଣା ମିଳିପାରେ ।

କୁମ୍ଭ- ସହକର୍ମୀଙ୍କ ସହ ବିଶେଷ ଆଲୋଚନା କରିବେ । ବ୍ୟବସାୟ ରେ ବିଶେଷ ଭଲ ଫଳ ପ୍ରାପ୍ତି ହେବ । ପତିପତ୍ନୀ ଙ୍କ ପାଇଁ ଦିନଟି ବିଶେଷ  ଭଲ ରହିଛି । ସ୍ବାସ୍ଥ୍ୟ ସଂପୂର୍ଣ୍ଣ ସୁସ୍ଥ ରହିବ । ଛାତ୍ରଛାତ୍ରୀ ମାନେ ଭବିଷ୍ୟତ ଚିନ୍ତା ରେ ରହିବେ ।

ମୀନ- ସବୁ କର୍ମରେ ଆପଣ ସଂପୂର୍ଣ୍ଣ ଯୋଗଦାନ ଦେବେ । ଅନେକ ବାଧା ବିଘ୍ନର ସାମ୍ନା କରିବାକୁ ପଡ଼ିବ । ଛାତ୍ର ଛାତ୍ରୀଙ୍କ ପାଇଁ ଦିନଟି ମଧ୍ୟମ ଫଳ ପ୍ରାପ୍ତ ହେବ । ଉଚ୍ଚ ପଦବୀ ମିଳିବାର ଯୋଗ ଅଛି । ଦମ୍ପତିମାନେ ଖୁସିରେ ଦିନଟି କାଟିବେ।

ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ (Astro researcher & gemstone consultant)

ଯୋଗାଯୋଗ - 8249826682

  • Horoscope
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.