Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ଉନ୍ନତିର ମାର୍ଗ ଖୋଲିଯିବ; ନିଜ ଲୋକଙ୍କୁ ପାଇ ଦୁଃଖ ଲାଘବ ହେବ

6/10/2022 at 7:16 PM

ମେଷ:~ ଆକସ୍ମିକ ଭାବରେ ପୁରାତନ ରୋଗର ପୀଡା ଅନୁଭବହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି। ପରିବାର ଓ କର୍ମକ୍ଷେତ୍ରର ଅସଜଡା କାମକୁ ଆଜି ହିଁ ସଜାଡି ନେବା ପାଇଁ ଚେଷ୍ଟା କରିବେ।

ଶୁଭ ରଙ୍ଗ:~ ଧୂସର, ଶୁଭ ଅଙ୍କ:~ ୫

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।

ବୃଷ:~ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ କିନ୍ତୁ ଏକପ୍ରକାରଆଶ୍ୱସ୍ତି ଲାବ କରିବେ। ସାହାର୍ଯ୍ୟ କରିବାକୁ ଯାଇ ପର ପାଇଁ ନିଜେହଇରାଣ ରେ ପଡିପାରନ୍ତି। ଆକସ୍ମିକ ଆବଶ୍ୟକତା ପୂରଣ ସକାଶେଅର୍ଥାଭାବ ହେବ। ପରକୁ ବିଶ୍ୱାସ କରି ନିଜ ଲୋକଙ୍କୁ ସନ୍ଦେହ କରିପାରନ୍ତି।

ଶୁଭ ରଙ୍ଗ:~ ପିଚ୍, ଶୁଭ ଅଙ୍କ:~ ୨

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ:~ ମିତ୍ର ବନ୍ଧୁମାନେ ଆବଶ୍ୟକ ସହ-ଯୋଗ କରିବେ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍ ଦ୍ରୁତ ହେବ। ପାରିବାରିକ କ୍ଷେତ୍ରରେ ମାନସିକଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ଆଜିକୌଣସି ବନ୍ଧୁଙ୍କ ଦେଖିବା ପାଇଁ ମନ ଛଟପଟ ହେବ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୫

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ସୁଖଭାରା ଦିନଟି ।

କର୍କଟ:~ କର୍ମକ୍ଷେତ୍ରରେ ଫାଇଲ କାମ ବୃଦ୍ଧି ପାଇବା କାରଣରୁ ଘରକଥାବୁଝିବା ପାଇଁ ସମୟ ପାଇବେ ନାହିଁ। ପ୍ରଶାସନିକ ସ୍ତରରେପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ପାରିବାରିକ ଅସ୍ଥିରତା ଲାଗି ରହିବା କାରଣରୁ ମନରେ ସରସତା ରହିବ ନାହିଁ।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୯

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ:~ ପରୋକ୍ଷ ଶତ୍ରୁତା ହେତୁ ବନ୍ଧୁଙ୍କ ସଦ୍ ଭାବ, ସହକର୍ମୀମାନଙ୍କ ସହ-ଯୋଗପାଇବେ ନାହିଁ। ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ହେବ। ଆଜି କର୍ମାରମ୍ଭ ସକାଶେ ସହ ଆଲୋଚନା କରିବେ।

ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୬

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା:~ କର୍ମକ୍ଷେତ୍ରରେ ସହଜରେ କାମ ହାସଲ ହେବା କଷ୍ଟକର ହେବ। ବାରମ୍ବାର କାନକୁହା କଥା ଶୁଣି ଆପଣଙ୍କ ପ୍ରିୟ ଲୋକଟିର ମନୋଭାବ ବଦଳିଯାଇପାରେ। ଅନ୍ୟମାନଙ୍କ ସହ ସମ୍ପର୍କ ସ୍ଥାପନକୁ ପରିବାରରେ ବିରୋଧାଭାସ ସୃଷ୍ଟି ହେବ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୭

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ତୁଳା:~ ବନ୍ଧୁଙ୍କ ଔଚିତ୍ୟପୂର୍ଣ୍ଣ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ବ୍ୟବସାୟରେ ସମସ୍ୟା ଗୁରତ୍ର ଆକାର ଧାରଣ କରିବ ଓ କ୍ଷତିରେପଡିପାରନ୍ତି । କର୍ମାରମ୍ଭରେ ସଂକଟରେ ସମ୍ମୁଖୀନ ହେଲେ ହେଁ ଯୁକ୍ତି ଯୁକ୍ତ କହି କାମ ହାସଲ କରିବେ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୧

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା:~ ପାଖ ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟରେ ଉନ୍ନତିପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ। ନିର୍ଦ୍ଦିଷ୍ଟ ସମୟରେ କାମଟି ପୂର୍ଣ୍ଣାଙ୍କ ନ ହେଲେ ମଧ୍ୟ କିଛି ଅଂଶରେ ଆଗକୁ ବଢିଚାଲିବ।

ଶୁଭ ଅଙ୍କ:~ ଧଳା, ଶୁଭ ଅଙ୍କ:~ ୮

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧାର୍ମିକ ହେବେ।

ଧନୁ:~ ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶାକରାଯାଇପାରେ। ବିଗତ ଦିନରେ ସୃଷ୍ଟି ହୋଇଥିବା ସମସ୍ୟା ଆଜିସମାଧାନ ହୋଇଯିବ। ଆରୋଗ୍ୟଲାଭ କରିବା ସହ ନିଜ ଲୋକଙ୍କୁ ଅତି ନିକଟରେ ପାଇ ସବୁ ଦୁଃଖ ଶୋକ ଭୁଲି ଯିବେ।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୬

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ମକର:~ ପାରିପାଶ୍ୱିର୍କ ପରିସ୍ଥିତି କେତେକାଂଶ ରେ ଭଲ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ।ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ।ଆଜି ଖର୍ଚ୍ଚ ପରିମାଣ ବଢିଯିବ। ଦାମ୍ପତ୍ୟ ଜୀବନରେ ସହନଶୀଳତାଗୁଣର ଅଭାବ ଅଶାନ୍ତିର କାରଣ ହେବ।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୯

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ:~ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇପାରେ। ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଆଜିର ଜୀବନ ଚର୍ଯ୍ୟାରେ ବାଧା ବାଧକତାରେ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତହେବେ। ପଦସ୍ଥବ୍ୟକ୍ତିଙ୍କ ସହାୟତାରେ ଅଭିଳାଷ ସମୟାନ୍ତରେ ପୂରଣହୋଇଯିବ ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୨

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖୀ ହେବେ ।

ମୀନ:~ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। ଯୋଜନାମୁତାବକ କାର୍ଯ୍ୟରେ ସଫଳତା ପାଇବେ। ପରିବାରରେ କାହାର ସ୍ୱାସ୍ଥ୍ୟସମସ୍ୟା ବୃଦ୍ଧିପାଇବା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ବନ୍ଧୁଙ୍କ ପରାମର୍ଶରେ ନୂଆ କାମ ହାତକୁ ନେବେ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୪

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

   Related Posts