oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଶିକ୍ଷା ଓ ପ୍ରଶାସନିକ କ୍ଷେତ୍ରରେ ଶୁଭଫଳ ମିଳିବ; ପୁରୁଣା ସମସ୍ୟାର ସମାଧାନ ହେବ

22/09/2022 at 7:10 PM

ମେଷ:~ ପରିବାରର ଖର୍ଚ୍ଚ ପରିମାଣ ବଢିଯିବା କାରଣରୁ ମାନସିକ ସ୍ଥିତି ବିଗିଡିଯାଇପାରେ। ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବାକୁପଡିବ। ପ୍ରତିବନ୍ଧକ ଲାଗି ରହିବା ହେତୁ ବିଳମ୍ବରେ ସମସ୍ୟା ଭିତରେ କାର୍ଯ୍ୟ ସମ୍ପନ୍ନ ହେବ।

ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୯

ଗୃହିଣୀ- ଗୁଣବାନ୍ ହେବେ।

ବ୍ୟବସାୟୀ- ବିଜୟୀ ହେବେ।

କର୍ମଜୀବି- ସରକାରୀ ସ୍ତରରୁ ଲାଭ ଉଠାଇବେ।

ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ।

ରୋଗୀ- ସୁସ୍ୱାଦୁ ଭୋଜନ ମିଳିବ।

ଚାଷୀ- ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।

ବୃଷ:~ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟି କୋଣରୁ ବିଚାର କରିବେ। ଅତିନିଜର ଲୋକଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କାମ କରିବେ ନାହିଁ। ଘର କଥା କହି ବନ୍ଧୁଙ୍କମନରେ ବିଶ୍ୱାସ ହେଲା ଭଳି କାମ କରିପାରନ୍ତି। ଘରୋଇ କଳହକୁ ନେଇ ବନ୍ଧୁ ଗହଣରେ ମଧ୍ୟ ଅଶାନ୍ତି ଲାଗି ରହିବ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୪

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହି ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।

ମିଥୁନ:~ ଆଶା କରି ନ ଥିବା କୌଣସି ଶୁଭ ଖବର ମନକୁ ଆହ୍ଲାଦିତ କରିବ। ପରିବାରରେଭୁଲ୍ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। ଟଙ୍କା ପାଇସାସମ୍ପର୍କିତ ଝମେଲାର ସମ୍ମୁଖୀନ ହେବା ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ସନ୍ତାନ ହେତୁକ ମାନସିକ ଆଘାତ ପାଇ ପାରନ୍ତି।

ଶୁଭ ରଙ୍ଗ:~ ନୀଳ , ଶୁଭ ଅଙ୍କ:~୨

ଗୃହିଣୀ- ସୁଖଭାରା ଦିନଟି।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ।

କର୍ମଜୀବ- ସୁ ସମ୍ବାଦ ପାଇବେ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ।

ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ।

ରୋଗୀ- ଆତ୍ମ ସନ୍ତୋଷ ଲାଭ କରିବେ।

ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ।

କର୍କଟ:~ ବନ୍ଧୁଙ୍କ ରୁଗ୍‌ଣ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭକରିବେ। ଅଯଥା କଳହରୁ ଦୂରେଇ ରୁହନ୍ତୁ, ଅତି ଭଲ ସମ୍ପର୍କ ଥିବା ବନ୍ଧୁଟି ବୁଝିବେ। ଆଜିବନ୍ଧୁମାନଙ୍କ ନିକଟରୁ ଅର୍ଥ ପାଇବେ ସତ, କିନ୍ତୁ ମାନସିକ ଶାନ୍ତି ହରାଇବେ । କର୍ମକ୍ଷେତ୍ରରେ ଠିକ୍ ସିଦ୍ଧାନ୍ତ ନେଇପାରିବେ ନାହିଁ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୭

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

ସିଂହ:~ ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡିପାରେ। ଆଜିର କର୍ମକ୍ଷେତ୍ର, ପରିବାର,ଯାନବାହନ, ବନ୍ଧୁ ସମ୍ପର୍କକୁ ଦୃଢୀଭୂତ କରିବ। ଆଜିର ପରିସ୍ଥିତି ଓ ରହୁଥିବା ପରିବେଶରେ କିଛି ଗଡବଡ ସୃଷ୍ଟି ହୋଇପାରେ। ଗତକାଲି ଯେଉଁଥି ପାଇଁ ଚିନ୍ତା କରୁଥିଲେ ଆଜିତାହା ବିଳମ୍ବରେ ପାଇଯିବେ।

ଶୁଭ ରଙ୍ଗ:~ କଫି, ଶୁଭ ଅଙ୍କ:~ ୫

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।

ରୋଗୀ- ଚକ୍ଷୁ ପୀଡା ହେବ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

କନ୍ୟା:~ ବିନା ଆହ୍ୱାନରେ ଅନ୍ୟ ମାନଙ୍କ ସକାଶେ ଭଲ କରିବାକୁ ଯାଇ ଅପଦସ୍ଥ ହେବେ । ଆଜିର ଜୀବନଯାତ୍ରରେ ସବୁ ଭାବିଚିନ୍ତି କରନ୍ତୁ । ଦୀର୍ଘ ଦିନର ଚେଷ୍ଟା ପରେ ଋଣସୂତ୍ରରେଆଜି ହିଁ ଅର୍ଥଲାଭ କରିବେ । କର୍ମବ୍ୟସ୍ତତା ମଧ୍ୟରେ ଶାରୀରିକ ଅସୁସ୍ଥି ଅନୁଭବକରିବେ ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୮

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

ତୁଳା:~ ପୁନଶ୍ଚ ଅଫିସ୍ ରେ ମଧ୍ୟ ବିନା କାରଣରେ କଳହକୁ ନିମନ୍ତ୍ରଣ କରିପାରନ୍ତି । ଗୁପ୍ତ ଶତ୍ରୁ କେହି ଅସୁବିଧାରେ ପକାଇପାରନ୍ତି, ଏଣୁ ସତର୍କତା ବିଧେୟ । ଆଳସ୍ୟ ହେତୁ ସଫଳତା ପାଇବାକଷ୍ଟକର ହୋଇ ପଡିବ । ସ୍ୱାତୀ ନକ୍ଷତ୍ର କାମରେ ମନଦେଇ ଏହାକୁ ପୂରା ନ କରିବା ଯାଏଁଛାଡିବେ ନାହିଁ ।

ଶୁଭ ରଙ୍ଗ:~ କ୍ରୀମ୍, ଶୁଭ ଅଙ୍କ:~ ୭

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ବିଛା:~ ପରିବାରରେ ସାଧାରଣ କଥାକୁ କେନ୍ଦ୍ର କରି ବିବାଦ ବଢିପାରେ। ଅଧସ୍ତନ କର୍ମଚାରୀଙ୍କୁ ଅସହ୍ୟ କଟୁକଥା ପ୍ରୟୋଗ କରି ଅପମାନିତ ହେବେ। ଭୁଲ୍ ବୁଝାମଣାକାରଣରୁ ଝଗଡା ସାଙ୍ଗକୁ ପରିବାରରେ ଅଶାନ୍ତି ବାତାବରଣ ସୃଷ୍ଟି କରାଇପାରେ। ପୁନଶ୍ଚକର୍ମକ୍ଷେତ୍ରରେ ମଧ୍ୟ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିବା ଆଶଙ୍କା ରହିଛି।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୧

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ଅର୍ଥ ମିଳିବ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ସୁଖଭାରା ଦିନଟି।

ଧନୁ:~ ଅନ୍ୟମାନେ ଖାଲରେ ପକାଇବାକୁ ଚେଷ୍ଟା କଲେ ମଧ୍ୟ ସଫଳ ହେବେ ନାହିଁ। ଆକସ୍ମିକ ବିବାଦ କାରଣରୁ ଉନ୍ନୟନ କାମ ବାଧାପ୍ରାପ୍ତ ହୋଇପାରେ। ଶାରୀରିକ ସୁସ୍ଥତାଫେରିପାଇବା ସାଙ୍ଗକୁ ପଢା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ମିଳିବ। ରାଜନୈତିକକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ସହ ପ୍ରଶଂସିତ ହେବେ ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୬

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ସତର୍କତାର ଦିନ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ମକର:~ କର୍ମକ୍ଷେତ୍ର ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ପ୍ରତିଦ୍ୱନ୍ଦ୍ୱିତାରେ ବିଜୟଲାଭ କରିବେ । ଅଟକିଥିବା କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ ।ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖା ଦେଇପାରେ । ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୩

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ପ୍ରମୋସନ୍ ମିଳିବ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

କୁମ୍ଭ:~ କର୍ମକ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିପାରନ୍ତି । ପାରିବାରିକ ସ୍ଥିତି, ବ୍ୟବସାୟିକ ପରିସ୍ଥିତି ଏବଂ ଯାତ୍ରା, ଆଲୋଚନା କ୍ଷେତ୍ର ମଧ୍ୟ ଭଲ ରହିବ । ସାମୟିକସ୍ୱାସ୍ଥ୍ୟହାନି କାମକୁ ପ୍ରତିରୋଧ କରିବା ଆଶଙ୍କା ରହିଛି । ନିଜ ଲୋକମାନଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ସଦିଚ୍ଛା ଭାବ ରହିବ।

ମୀନ:~ ବୃଥା ଖର୍ଚ୍ଚାନ୍ତ ସାଙ୍ଗକୁ ଭୁଲ୍ ଧାରଣାଜନିତ ନିନ୍ଦା ଶୁଣିପାରନ୍ତି। ବ୍ୟବସାୟ, ପରିବହନ,ନିର୍ମାଣ ଓ ରାଜନୈତିକ କ୍ଷେତ୍ର ସମସ୍ୟାବହୁଳ ରହିବ। ଚେଷ୍ଟା କରୁଥିବା କାମଗୁଡିକଆଜି ଅପରାହ୍ନେ ଠିକ୍ ଭାବରେ ସମ୍ପନ୍ନ ହେବ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ର କରିମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ।

ଶୁଭ ରଙ୍ଗ:~ କଫି,  ଶୁଭ ଅଙ୍କ:~ ୧

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ।

ରୋଗୀ- ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

ଗୃହିଣୀ- ଧାର୍ମିକ ହେବେ।

   Related Posts