ସ୍ୱାସ୍ଥ୍ୟପ୍ରତି ଯତ୍ନବାନ ହେବେ; ଅର୍ଥ ବୃଦ୍ଧି ହେବ

Published By : Prameya-News7 Bureau | December 02, 2022 IST

ମେଷ:~ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ୍ ନ ହେଲେ ପରେ ଅନୁତାପକରିବାକୁ ପଡିବ। କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିବେ। କର୍ମକ୍ଷେତ୍ରର ସମସ୍ୟା ସମାଧାନ ହେବା ସାଙ୍ଗକୁ ଟେନସନ୍ କମିଯିବ। ଆଜି ସତ୍ କାର୍ଯ୍ୟରେ ବ୍ୟୟ ସାଙ୍ଗକୁ ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବେ। ବନ୍ଧୁଙ୍କ ସାହାର୍ଯ୍ୟ ପାଇ ସ୍ଥଗିତ କାମ ତ୍ୱରାନ୍ୱିତ କରିବାକୁ ନିଷ୍ପତ୍ତି ନେବେ।

ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୯

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥହାନୀ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ:~ ପରିବାର ଓ କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତା କରି ମନ ବିଚଳିତ ରହିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଭୁଲ୍ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ । ନିଜର ସ୍ୱାର୍ଥ ସାଧନ ପରିପ୍ରେକ୍ଷୀରେ ଅନ୍ୟମାନଙ୍କ ସହ ମିତ୍ରତା କରିବା ସକାଶେ ମନ ବଳାଇବେ । ସତର୍କତା ଅଭାବରୁ ଧନ ହାନି କିମ୍ବା କଳହର ସୂତ୍ରପାତ ହୋଇପାରେ ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୬

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ମିଥୁନ:~ ଆତ୍ମୀୟଙ୍କ ସହ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ। ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ । ପରୋକ୍ଷ ଶତ୍ରୁତା କାରଣରୁ ସମସ୍ୟା ଆସିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ବନ୍ଧୁଙ୍କ ବଦାନ୍ୟତା, ସାମାଜିକ ସମ୍ମାନ,ଆର୍ଥିକ ଉନ୍ନତି ଓ ଆଧ୍ୟାତ୍ମିକ ବାତାବରଣରେ ମନ ପ୍ରଫୁଲ୍ଲ ରହିବ। କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ସୁଦ୍ଧା ଏଥିରୁ ଓକରି ପାରିବେ ନାହିଁ ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~  ୧

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

କର୍କଟ:~ ବନ୍ଧୁମାନଙ୍କ ସହ ଆଲୋଚନା କରିବାର ସୁଯୋଗ ଲାଭ କରି ଆଜିର ସନ୍ଧ୍ୟା ସମୟଟି ପ୍ରାୟତଃ ଭଲ ରହିବ। ଦୁର ସମ୍ପର୍କୀୟ ବନ୍ଧୁ ଆଜି ଆସିପାରନ୍ତି । ବନ୍ଧୁଙ୍କ ସହ ଆପଣଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିବେ। ସମସ୍ୟା ସମାଧାନଜନିତ କାର୍ଯ୍ୟରେ ଅଗ୍ରଗତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ । ଆଲୋଚନାର ଶେଷ ପର୍ଯ୍ୟାୟରେ ବନ୍ଧୂ ବିଶ୍ୱାସ ଘାତକତା କରିପାରନ୍ତି।

ଶୁଭ ରଙ୍ଗ:~ କଫି, ଶୁଭ ଅଙ୍କ:~ ୮

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

ସିଂହ:~ ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦ ର ଜିନିଷ କିଣିବାରେ ସମର୍ଥ ହେବେ । କହିବାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି । କର୍ମକ୍ଷେତ୍ରରେ ପ୍ରତ୍ୟେକ କାମ ସମସ୍ୟା ବହୁଳ ହେଉଥିବା କାରଣରୁ ମନରେ ସରସତା ରହିବ ନାହିଁ । ଭୁଲ୍‌ ବୁଝାମଣା କାରଣରୁ ଆକସ୍ମିକ ଭାବରେ ଶତ୍ରୁମାନେ ମିତ୍ର ଭଳି ଆଚରଣ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖୀ ହେବେ ।

କନ୍ୟା – ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯତ୍ନ କଲେ ଚେଷ୍ଟା କଦାପି ବିଫଳ ହେବନି । ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ପଡିଲେ ଅପଦସ୍ଥ ହେବେ । ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାରର ସମସ୍ୟାକୁ ସାମ୍‌ନା କରି ମାନସିକ ଦୁର୍ବଳତା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି ।

ଶୁଭ ରଙ୍ଗ:~ କଳା, ଶୁଭ ଅଙ୍କ:~ ୪

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ତୁଳା:~ ସାଧାରଣ କଥାରେ ତର୍କ କାରଣରୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ । କର୍ମାଧିପଙ୍କ ଦୃଷ୍ଟିରେ ଥିବାରୁ ଆଜି ଫାଇଲ୍ କାମ ବୃଦ୍ଧି କାରଣରୁ ଅବସର ପାଇବେ ନାହିଁ । ସମସ୍ୟାର ସରଳ ସମାଧାନ କରି ଶାନ୍ତ ଲଭିବେ। କର୍ମକ୍ଷେତ୍ରରେ ଆପଣ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବାରେ ସମର୍ଥ ହୋଇପାରନ୍ତି । ଅଫିସ୍ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିବାରେ ସୂଚନା ରହିଛି ।

ଶୁଭ ରଙ୍ଗ:~ କଫି, ଶୁଭ ଅଙ୍କ:~ ୬

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବିଛା:~ ବନ୍ଧୁ ଆଗ ଭଳି ତାହାର ମନୋଭାବ ନ ଥିବା ଅନୁଭବ କରିପାରନ୍ତି। ପାରିବାରିକ ସମସ୍ୟା ବୃଦ୍ଧି ପାଇବା କାରଣରୁ କୌଣସି କାମ ଶୃଙ୍ଖଳିତ ରହିବ ନାହିଁ । ଆଜି ଆପଣଙ୍କ ସ୍ୱସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। କର୍ମକ୍ଷେତ୍ରରେ ଜଣେ ବନ୍ଧ ପ୍ରଗାଢ ଅନୁରକ୍ତି ପ୍ରକାଶ କରିପାରନ୍ତି। କ୍ର‌ୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିବେ।

ଶୁଭ ରଙ୍ଗ:~ କ୍ରୀମ୍, ଶୁଭ ଅଙ୍କ:~ ୯

ଗୃହିଣୀ- ମିତ୍ର ସୁଖ ପାଇବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ଧନୁ:~ ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତରହିଛନ୍ତି, ସେଥିରେ କିଛି ଅସୁବିଧା ହେବନି । କୌଣସି ଆନୁଷ୍ଠାନିକ କ୍ଷେତ୍ରରୁ ଅର୍ଥ ଓ ସମ୍ମାନ ପାଇବେ । ଆଜିରକର୍ମକ୍ଷେତ୍ରରେ ସାଧାରଣ ଟିକିଏ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି । ଆନୁଷ୍ଠାନିକ କାର୍ଯୟରେ ଉଚ୍ଚ ପ୍ରଶଂସା ପାଇବେ । ପରିବାରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।

ଶୁଭ ରଙ୍ଗ:~  ଗ୍ରୀନ୍, ଶୁଭ ଅଙ୍କ:~  ୨

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର:~ କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚପ୍ରଶଂସିତ ହୋଇ ପାରନ୍ତି। ନିଜସ୍ୱ ପରିବେଶରେ ବନ୍ଧୁବର୍ଗଙ୍କସହାନୁଭୂତି ଯୋଗୁ କର୍ମମୁଖର ହେବେ। ଆଜି ଯେଉଁ କାମରେ ହାତ ଦିଅନ୍ତୁ ନା କାହିଁକି, ସହ-ଯୋଗର ଅଭାବ ରହିବ ନାହିଁ। କର୍ମ କ୍ଷେତ୍ରରେ ଖୁବ୍ ଆଶାବାଦୀ ହେବେ, ମାତ୍ର ସାମୟିକ କଳଜନିତ ସମ୍ପର୍କ ହାନି ହୋଇପାରେ।

 ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୫

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କୁମ୍ଭ:~ସରକାରୀ କାମ ଓ ପଦସ୍ଥ ବ୍ୟକ୍ତି ବିଶେଷଙ୍କ ଦେଖା ସାକ୍ଷାତ୍ ରୁଉପକୃତ ହେବେ। ମତପାର୍ଥକ୍ୟ କାରଣରୁ ସହକର୍ମୀଙ୍କ ସହ ସାମାନ୍ୟ ତୁକ୍ତତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନର ଅପୁରଣୀୟ ଆଶା ମନରେ ଭାବାନ୍ତର ସୃଷ୍ଟି କରିବ। ଆତ୍ମୀୟସ୍ୱଜନମାନେ ସ୍ୱାର୍ଥ ସାଧନ ଆଶା କ୍ଷୀଣ ଦେଖି ଦୂରେଇ ଯାଇପାରନ୍ତି । ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ଝଡ ଉଠିପାରେ ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୧

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ପରକୁ ଆପଣାର କରିବେ ।

ମୀନ:~ ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ସବୁ କାମବିଳମ୍ବିତ ସମୟରେ ସମ୍ପନ୍ନ ହେବ । କର୍ମକ୍ଷେତ୍ରରେ ଦୃଢ ମନୋବଳ ଯୋଗୁ ବହୁ ବିପଦୁ ରକ୍ଷା ପାଇବେ । କୌଣସି କାମ ଅଟକିବ ନାହିଁ । ଯାହା ଆଶା କରୁଛନ୍ତି ଅବଶ୍ୟ ପାଇବେ । ପରିବାରର ଖର୍ଚ୍ଚ ବଢିଯିବା କାରଣରୁ ମନରେ ସରସତା ରହିବ ନାହିଁ । ପତ୍ୟେକ କ୍ଷେତ୍ରରେ ପ୍ରିୟ ବନ୍ଧୁଟି ସହ-ଯୋଗ କରିବେ ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୪

ଗୃହିଣୀ- ସୁଖୀ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.