ଆଶାନୁରୂପ ଫଳ ପାଇବେ; ବନ୍ଧୁଙ୍କ ସହ ଭ୍ରମଣରେ ଯାଇପାରନ୍ତି

Published By : Prameya-News7 Bureau | November 11, 2022 IST

ମେଷ – ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବା ଶୁଣିବାକୁପାଇବେ। ଆପଣଙ୍କ ଅପ୍ରିୟ ମିଶ୍ରିତ ମଧୁର ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେସାହାର୍ଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା କଠିନହୋଇପାରେ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗି ପାରେ ।

ଶୁଭ ରଙ୍ଗ କ୍ରୀମ୍,  ଶୁଭ ଅଙ୍କ ୮

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ବୃଷ – ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡିବ ।କର୍ମ କ୍ଷେତ୍ରରେ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ବନ୍ଧୁମାନଙ୍କଜରିଆରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ବାଣିଜ୍ୟ ଓପରିବହନରେ କ୍ଷତିର ଆଶଙ୍କା ରହିଛି । ଆଗାମୀ ମାଙ୍ଗଳିକ କାମ ସକାଶେ ତପ୍ତରତା ଦେଖା ଦେଇପାରେ ।

ଶୁଭ ରଙ୍ଗ ଗ୍ରୀନ୍, ଶୁଭ ଅଙ୍କ ୯ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - ଆଜି ଏକାଧିକ ଗ୍ରହ କୋଣଭାବସ୍ଥ ହେତୁ ଆଲୋଚନା କ୍ଷେତ୍ରରେ ସହମତି ପ୍ରକାଶପାଇ ନ ପାରେ। ମନ ବୁଝିଲା ଭଳି କତା କହି ବନ୍ଧୁଙ୍କୁ ଆପଣେଇବାରେ ସମର୍ଥ ହେବେ।ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ଭିତରେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରି ପାରନ୍ତି।

ଶୁଭ ରଙ୍ଗ -ମେରୁନ୍, ଶୁଭ ଅଙ୍କ- ୨

ଗୃହିଣୀ- ସୁଖଭାରା ଦିନଟି ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କର୍କଟ – ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି।ଆଶା ଓ ନିରାଶାର ଦୋଛକିରେ ରହି ସମୟକୁ ପ୍ରତୀକ୍ଷା କରିବାକୁ ପଡିପାରେ। ସହକର୍ମୀଙ୍କସୌହାର୍ଦ୍ଦ୍ୟରୁ ପରିବାର ମଧ୍ୟରେ ପୂର୍ବ ସମସ୍ୟା ସମାଧାନ ହେବ। ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ଠିକ୍ ଭାବେ ସମ୍ପୂର୍ଣ୍ଣ ହୋଇ ନ ପାରେ ।

ଶୁଭ ରଙ୍ଗ- ୟେଲୋ, ଶୁଭ ଅଙ୍କ- ୮

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ସିଂହ – ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ। ଆଗାମୀ

ରାଜନୈତିକ , ଆନୁଷ୍ଠାନି କାମ ସକାଶେ ବ୍ୟସ୍ତ ରହିପାରନ୍ତି। କର୍ମକ୍ଷେତ୍ରରେ କିମ୍ବା

ସାମାଜିକ କ୍ଷେତ୍ରରେ ସତକଥା କହି ବିବାଦ ଘେରରେ ପଡିପାରନ୍ତି। ସାହିତ୍ୟ, କଳା, କ୍ରୀଡା,

ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତି ତଥା ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍ କୌଣସି

ଘଟଣାରେ ଭାଙ୍ଗି ପଡୁନ୍ତୁ ନାହିଁ ।

ଶୁଭ ରଙ୍ଗ- ଲାଲ୍, ଶୁଭ ଅଙ୍କ- ୪

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା –ଚନ୍ଦ୍ର ଙ୍କ ସମାଗମସ୍ଥ ସ୍ଥିତିଜନିତ ଭାବପ୍ରବଣତାକୁ ନିୟନ୍ତ୍ରଣ ରେ ରଖିବା କଷ୍ଟକର

ହେବ। କାର୍ଯ୍ୟ ଦକ୍ଷତା ହେତୁ ଆଜିର କର୍ମକ୍ଷେତ୍ରରେ ଆବଶ୍ୟକ ସହ-ଯୋଗ, ସୁଖ ସମ୍ମାନ ପାଇ

ଖୁସି ହେବେ। ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ପଇସା ଦେବା

ନେବାକୁ କେନ୍ଦ୍ର କରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ ।

ଶୁଭ ରଙ୍ଗ- ୟେଲୋ, ଶୁଭ ଅଙ୍କ- ୮

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା –କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ। ପ୍ରଶାସନ, ପ୍ରକାଶନ ,ରାଜନୀତି , ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ କାମ ଆରମ୍ଭ କରି ପ୍ରଶଂସିତ ହେବେ।ଜଣେ ବନ୍ଧୁଙ୍କ ଜରିଆରେ ଦୀର୍ଘ ଦିନର ଆଶା ଫଳବତୀ ହେବ। କଳହ ଲାଗିଥିବା ବନ୍ଧୁଟିପ୍ରତି ସତର୍କ ରହନ୍ତୁ । ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଶିଳ୍ପ, ବାଣିଜ୍ୟ ,ପରିବହନ, ସଭାସମିତି, ରାଜନୀତି, ସଂଗଠନ, ଗବେଷଣା ଓ ପ୍ରତିଯୋଗିତା କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ ।

ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ବିଛା – ପ୍ରତ୍ୟେକ କ୍ଷେତ୍ରରେ ଭାରସାମ୍ୟ ରକ୍ଷା ନ କଲେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ।

ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିବାକୁ ଚେଷ୍ଟା କରିବା ଭଲ।

ଆଲୋଚନା କାଳରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ବିଗତ ଦିନର

କୌଣସି ଘଟଣା ସକାଶେ ଟେନ୍‌-ସନ୍ ବଢିପାରେ।

ଶୁଭ ରଙ୍ଗ- ମେରୁନ୍,  ଶୁଭ ଅଙ୍କ- ୭

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ – କର୍ମତ୍ରେରେ ଜଣେ ପ୍ରତିଷ୍ଠାବାନ୍ ବ୍ୟକ୍ତି ଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋରହୋଇପାରନ୍ତି। ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବାରେପ୍ରତିବନ୍ଧକ ଦୂରେଇ ଯିବ। ପାରିପାଶ୍ୱିର୍କ ପରିସ୍ଥିତି ଭଲ ନ ଥିଲେ ମଧ୍ୟ ଯେଉଁଥି ପାଇଁଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍ ହେବନି।

ଶୁଭ ରଙ୍ଗ -ଲାଲ୍, ଶୁଭ ଅଙ୍କ- ୬

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର – ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବିଢିବ। ବନ୍ଧୁଙ୍କ ସହ ନୂତନ ସ୍ଥାନଭ୍ରମଣ ସୁଯୋଗ ଜୁଟିବ। ନିକଟ ସମ୍ପର୍କୀୟଙ୍କ ସହ ସୁସମ୍ପର୍କକୁ କେନ୍ଦ୍ର କରି ସମସ୍ୟା ଦେଖା ଦେବ। ପାରିବାରିକ କ୍ଷେତ୍ରରେ ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢିଯାଇପାରେ। କାଳେ ଦେବାକୁପଡିବ ଏହି କଥା ଚିନ୍ତା କରି ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ।

ଶୁଭ ରଙ୍ଗ –ଧଳା, ଶୁଭ ଅଙ୍କ- ୬

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

କୁମ୍ଭ- ବିଭିନ୍ନ ସମସ୍ୟା ଭିତରେ ଗତି କରି ମଧ୍ୟ ପଛକୁ ଫେରିବାକୁ ଚିନ୍ତା କରିବେ ନାହିଁ।ଆଜିର ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳିବ। ବିବାଦୀୟ ପରିସ୍ଥିତିରେସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ଅନର୍ଥର କାରଣ ହୋଇପାରେ।

ଶୁଭ ରଙ୍ଗ- ପିଚ୍, ଶୁଭ ଅଙ୍କ- ୯

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମୀନ - ବନ୍ଧୁ କିମ୍ବା ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ ନୂତନ କାମ କରିପାରନ୍ତି। ଆଜିବନ୍ଧୁଙ୍କ ଆଲୋଚନାନ୍ତେ ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ପଡୋଶୀଙ୍କସହାୟତାରେ ବାକି ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ବାକ୍ ସଂଯମତାଅଭାବରୁ ସୁସମ୍ପର୍କ ବ୍ୟାହତ ହୋଇପାରେ।

ଶୁଭ ରଙ୍ଗ- ପିଙ୍କ୍, ଶୁଭ ଅଙ୍କ -୩

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.