ବିନୀତ ସ୍ୱଭାବର ହେବେ; ସରକାରୀ ଅର୍ଥ ମିଳିବ

Published By : Prameya-News7 Bureau | October 28, 2022 IST

ମେଷ – ପରିବାରର ସହମତି ଓ ସହ-ଯୋଗ ଆପଣଙ୍କ କାମ ଲାଗି ଅନୁକୂଳ ପରିବେଶ ସୃଷ୍ଟି କରିବ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବେ। ଆଜି ଦଶମ ଚନ୍ଦ୍ର ହେତୁ ପ୍ରତ୍ୟେକ ଦିଗରୁ ଲାଭ ହେବେ ଓ ଯାହା ଖୋଜୁଛନ୍ତି ତାହା ପାଇବେ। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାର୍ଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ। ରୂପା କଏନ୍‌ ଘରକୁ ଆଣିବେ।

ଶୁଭ ରଙ୍ଗ ପିଙ୍କ୍, ଶୁଭ ଅଙ୍କ ୨

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।

ରୋଗୀ- ଚକ୍ଷୁ ପୀଡା ହେବ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ।

କର୍ମଜୀବି- ପ୍ରମୋସନ୍ ମିଳିବ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

ବୃଷ – ପାଖକୁ ଆସିପାରି ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢିପାରେ।କଚେରି ମାମଲାରେ ପ୍ରତିପକ୍ଷ ପ୍ରତିଶ୍ରୁତି ରକ୍ଷା କରି ଠିକ୍ ସମୟରେ ଆସିପାରିବେ ନାହିଁ।କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଅନ୍ୟମାନଙ୍କରଚାପରେ ପଡି ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ପିତଳ ଜିନିଷ ଘରକୁ ଆଣନ୍ତୁ ।

ଶୁଭ ରଙ୍ଗ ଧଳା, ଶୁଭ ଅଙ୍କ ୫

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ – ବନ୍ଧୁଙ୍କ ପରାମର୍ଶକ୍ରମେ ପ୍ରତିଯୋଗିତାରେ ସଫଳତା ହାସଲ ରେ ସମର୍ଥ ହେବେ।କଳା,ସାହିତ୍ୟ, କ୍ରୀଡା କ୍ଷେତ୍ରରେ ସଫଳତା ହାସଲ କରିବେ। ପାରିବାରିକ କ୍ଷେତ୍ରରେ ଚାପ କ୍ରମଶଃବଢିପାରେ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କାରହିଛି। କାନକୁହା କଥା ଶୁଣି ଉପର ଅଧିକାରିମାନେ ଖପ୍ପା ହୋଇପାରନ୍ତି। ସୁନା କଏନ୍‌ ପୂଜା କରନ୍ତୁ।

ଶୁଭ ରଙ୍ଗ ବ୍ରାଉନ୍, ଶୁଭ ଅଙ୍କ ୯

ଚାଷୀ- ଜଳ ସଞ୍ଚୟ କରନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- ଅର୍ଥ ମିଳିବ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ:~ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଉପସ୍ଥିତ ବୁଦ୍ଧିରେକାର୍ଯ୍ୟ ସାଧନ କରିବେ। ଆଜି ଶନିଯୁକ୍ତ ସପ୍ତମ ଚନ୍ଦ୍ର ହେତୁ ଯାତ୍ରା ସ୍ଥଗିତ ମନକୁ ବିଷାଦିତକରିବ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ ନତୁବା ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । ପିତଳ ଜିନିଷ ଘରକୁ ଆଣି ପାରିବେ।

ଶୁଭ ରଙ୍ଗ ନୀଳ, ଶୁଭ ଅଙ୍କ ୨

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ଧାର୍ମିକ ହେବେ।

ସିଂହ – ଅନ୍ୟକୁ ସାହାର୍ଯ୍ୟ କରିବାକୁ ଯାଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଚାପରବଶବର୍ତ୍ତି ହୋଇ କେତେକ କାମ କରିବାକୁ ବାଧ୍ୟ ହେବେ। ବୁଧାଦିତ୍ୟ ଯୋଗ ଗୁରୁକ୍ଷେତ୍ରସ୍ଥହେତୁ ଆପଣଙ୍କ ଯୁକ୍ତିଯୁକ୍ତ କଥାକୁ ବନ୍ଧୁମାନେ ପସନ୍ଦ କରିବା ସହ ସହମତି ପ୍ରକାଶ କରିବେ।ପିଲାମାନଙ୍କ ସମସ୍ୟା ଭିତରେ ନିଜେ ବାନ୍ଧି ହୋଇଯିବେ। ସୁନାର ଶ୍ରୀ ଗଣେଷ କଏନ୍ ଆଣି ପାରିବେ ।

ଶୁଭ ରଙ୍ଗ ୟେଲୋ, ଶୁଭ ଅଙ୍କ ୬ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୁଖୀ ହେବେ।

କନ୍ୟା – ପଡୋଶୀମାନେ ଈର୍ଷାନ୍ୱିତ ହୋଇ ଭିନ୍ନ ପ୍ରକାର ମନ୍ତବ୍ୟ ଦେଇପାରନ୍ତି। ବ୍ୟବସାୟ,ପରିବହନ ଓ ବାଣିଜ୍ୟରେ ସ୍ଥିତି ମାନ୍ଦା ହେବ ନାହିଁ। ସମସ୍ୟା ରହିଥିଲେ ମଧ୍ୟ ବିଶେଷ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ। ସହକର୍ମୀଙ୍କ ସାହାର୍ଯ୍ୟରେ ଦୀର୍ଘ ଦିନର ବକେୟା ଅର୍ଥ ଆଦାୟ କରିବେ। ରୂପାର କିଛି ବି ଜିନିଷ ଆଣିପାରିବେ।

ଶୁଭ ରଙ୍ଗ କଫି, ଶୁଭ ଅଙ୍କ ୭

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା – ବିଶିଷ୍ଟ ବ୍ୟକ୍ତିଙ୍କ ପୃଷ୍ଟପୋଷକତା କାରଣରୁ ସାମୟିକ ମନୋବଳ କାମକୁତ୍ୱରାନ୍ୱିତ କରିବ। ଶୁକ୍ର ପ୍ରଭାବରେ ଆନୁଷ୍ଠାନିକ ସୁବିଧା ସୁଯୋଗ ସହ କାବ୍ୟ, ସାହିତ୍ୟ, କଳା, କାରିଗର ପ୍ରତି ରୁଚି ବଳିବ। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ କିନ୍ତୁ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ। ରୂପାର କଏନ୍ ପୂଜା ଘରେ ରଖନ୍ତୁ।

ଶୁଭ ରଙ୍ଗ କ୍ରୀମ୍, ଶୁଭ ଅଙ୍କ ୩

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – ଅତୀତର ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ବିବାଦ ଦେଖା ଦେଇପାରେ ।ଦୀର୍ଘଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରି ରେ ମିଳିବ । କେତୁ ଯୁକ୍ତ ରାଶିସ୍ଥହେତୁ କୌଶଳରେ କାମ ହାସଲ କରିପାରିବେ । ପ୍ରଶାସନିକ ସ୍ତରରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ । ସୁନାର କଏନ୍ ପୂଜା ଘରେ ରଖନ୍ତୁ ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୭

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧାର୍ମିକ ହେବେ ।

ଧନୁ – ପୂର୍ବକଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ଆଜି କର୍ମକ୍ଷେତ୍ର, ପ୍ରକାଶନ, ପ୍ରଶାସନିକ ଏବଂ ନିର୍ମାଣ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଉତ୍ତରାଷାଢା ନକ୍ଷତ୍ରର ସାମାନ୍ୟ ବଚସାରୁ ପ୍ରିୟ ବନ୍ଧୁଙ୍କ ସହ ସମ୍ପର୍କ ହାନି ଘଟିପାରେ। ରୂପା, ସୁନା, ପିତଳ ର ଗୋଟେ ଗୋଟେ ଜିନିଷ ପୂଜା ଘରେ ରଖି ପୂଜା କରନ୍ତୁ।

ଶୁଭ ରଙ୍ଗ ପିଚ୍, ଶୁଭ ଅଙ୍କ ୧

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ମକର – ନିର୍ମାଣ, ପରିବହନ, ସଭାସମିତି , ସାମ୍ବାଦିକତା ପ୍ରଭୃତି କ୍ଷେତ୍ରରେ ସମସ୍ୟା ଦୂର ହେବ। ସକାଳୁ ଅର୍ଥ ସାହାର୍ଯ୍ୟ ଆଶାରେ ବନ୍ଧୁଙ୍କୁ ବିଭିନ୍ନ ବିନୟପୂର୍ଣ୍ଣ କଥା କହିବେ। ଆଜି ଅଧ୍ୟୟନ, ଆଲୋଚନା , ତର୍କରେ ପ୍ରଶଂସିତ ହେବେ। ଭୁଲ୍ ବୁଝାମଣା କାରଣରୁ ପଡୋଶୀଙ୍କ ସହ ସମ୍ପର୍କ ତିକ୍ତ ହୋଇପାରେ। ତମ୍ବା ର ଶ୍ରୀ ଗଣେଷ ଓ ମା ଲକ୍ଷ୍ମୀ ର ମୁର୍ତ୍ତି ଆଣନ୍ତୁ।

ଶୁଭ ରଙ୍ଗ କଫି, ଶୁଭ ଅଙ୍କ ୪

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କୁମ୍ଭ – ଦୀର୍ଘ ଦିନରୁ ଯାହା ଆଜି ଯାଏ ଚାହୁଁଛନ୍ତି ତାହା ପାଇବା ସକାଶେ ସାମାନ୍ୟ କଷ୍ଟସ୍ୱୀକାର କରିବାକୁ ପଡିବ। ଜନ୍ମ ଚନ୍ଦ୍ର ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କଥା ଚିନ୍ତା କରିମାନସିକ ସ୍ଥିତି ଭଲ ରହି ନ ପାରେ। ଅଫିସ କାମ ହାସଲ ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇ ଉଠିବ। ତମ୍ବାର କିଛି ବି ଜିନିଷ ଆଣି ପାରିବେ ।

ଶୁଭ ରଙ୍ଗ ୟେଲୋ, ଶୁଭ ଅଙ୍କ ୬

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ମୀନ – ଆକସ୍ମିକ କାରଣକୁ ନେଇ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇପାରେ। ଆଲୋଚନାକ୍ଷେତ୍ରରେ ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ। ସକାଳୁ କୌଣସି ଭଦ୍ରବ୍ୟକ୍ତିଙ୍କ ସହ ଆଲୋଚନାମନଃସ୍ଥିତିକୁ ଦୃଢ କରିପାରେ। କର୍ମକ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଆଶ୍ୱସ୍ତି ଲାଭ କରିବେ। ସୁନାର କିଛି ଜିନିଷ ଆଣନ୍ତୁ ।

ଶୁଭ ରଙ୍ଗ ମେରୁନ୍, ଶୁଭ ଅଙ୍କ ୮

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ।

ବ୍ୟବସାୟୀ- ବିଜୟୀ ହେବେ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.