ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ସନ୍ତାନଙ୍କ କୃତିରୁ ଖୁସି ହେବେ; ନୂତନ କର୍ମାରମ୍ଭ ହେବ

14/11/2022 at 8:13 PM

ମେଷ – ସାଧାରଣ ଘଟଣାରେ ଝଗଡା ଲାଗିଥିବା ଗତକାଲି ର ଘଟଣାବଳୀ ମନକୁ ବିବ୍ରତକରିପାରେ । ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁପଡିପାରେ । ଆଜିର କର୍ମକ୍ଷେତ୍ରରେ ସାମାନ୍ୟ ଭୁଲ୍ ରୁ କାମଗୁଡିକ ବିଶୃଙ୍ଖଳିତହୋଇପାରେ । ପରିବାରରେ ଆକସ୍ମିକ କଳହ ଲାଗିବାର ସମ୍ଭାବନା ରହିଛି । ସନ୍ତାନଙ୍କ କୃତୀ ଓ କୃତିତ୍ୱରୁ ଖୁସି ରହିବେ ।

 ଶୁଭ ରଙ୍ଗ ଲାଲ୍, ଶୁଭ ଅଙ୍କ ୧

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବୃଷ – ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପ୍ରାପ୍ତ ହୋଇପାରେ । ପାରିବାରିକ କ୍ଷେତ୍ରରେ ଷଳଲୋକ କଳହକୁ ବଢାଇଦେଇ ପାରନ୍ତି । ପାରିବାରିକ ସ୍ତରରେ କିଛି ନ କରି ବୃଥା ଚିନ୍ତା କରିମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ଆତ୍ମୀୟ ଓ ମିତ୍ରମାନଙ୍କ ସାହାର୍ଯ୍ୟ ସହ-ଯୋଗ ନେଇକାର୍ଯ୍ୟ ହାସଲ କରିବେ। ନୂତନ କର୍ମାରମ୍ଭ କ୍ଷେତ୍ରରେ ଖର୍ଚ୍ଚଭାର କ୍ରମଶଃ ବୃଦ୍ଦି ପାଇ ଋଣ ଗ୍ରସ୍ତହେବାକୁ ପଡିବ

ଶୁଭ ରଙ୍ଗ ନାରଙ୍ଗୀ, ଶୁଭ ଅଙ୍କ ୫

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ – ଆଜି ଯାହା କଲେ ସଫଳତା ନିଶ୍ଚ୍ଖଚ୍ଛ ପାଇବେ, କିନ୍ତୁ ଶନିଙ୍କ ପ୍ରଭାବରୁ ବିଳମ୍ବହେବେ । ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସମସ୍ୟାର କାରଣ ହୋଇପଡିବ ।ବିଶ୍ରାମହୀନ କାମ ଓ ବିଶେଷ ଭ୍ରମଣ କାରଣରୁ ଆକସ୍ମିକ ସ୍ୱାସ୍ଥ୍ୟହାନିର ଆଶଙ୍କା ରହିଛି ।ପରିବାରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ ।

ଶୁଭ ରଙ୍ଗ ୟେଲୋ, ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ଦୁରଯାତ୍ରା ଓ ବନ୍ଧୁ ମିଳନରୁ ଅନନ୍ଦ ଅନୁଭବ କରିବେ। ଦୀର୍ଘ ଦିନର ଆଶା ଫଳବତୀହେବ କିନ୍ତୁ ଏଥି ସକାଶେ ଆପଣଙ୍କୁ କିଛି ଖର୍ଚ୍ଚାନ୍ତ ହେବାକୁ ପଡିପାରେ। ଆତ୍ମୀୟଙ୍କଅସଂଯତ କାର୍ଯ୍ୟକଳାପ ପାଇଁ ସମାଲୋଚିତ ହେବେ । ପରିବାରର ବିଭିନ୍ନ ଅସୁବିଧା ବିଷୟଚିନ୍ତା କରି ମନରେ ଅସ୍ଥିରତା ଲାଗି ରହିବ। କେତେକ ଖଳପ୍ରକୃତିର ଲୋକମାନେ ଜାଣି ଶୁଣି ବିରୁଦ୍ଧାଚରଣ କରିପାରନ୍ତି ।

ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ସିଂହ – ବ୍ୟବସାୟ, ପରିବହନ ଓ ବାଣିଜ୍ୟ ରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ କାର୍ଯ୍ୟଦକ୍ଷତା ହେତୁ ପଡୋଶୀମାନେ ସହ-ଯୋଗର ହାତ ବଢାଇବେ । ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ମତଭେଦ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ।

 ଶୁଭ ରଙ୍ଗ କ୍ରୀମ୍, ଶୁଭ ଅଙ୍କ ୪

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ବହୁତ ଦିନର ସୁଚିନ୍ତିତ ଯୋଜନାକୁ ବାସ୍ତବ ରୂପ ଦେବା ଦିଗରେ ଚେଷ୍ଟା କରି ସଫଳହେବେ । ପୂର୍ବାଷାଢା ନକ୍ଷତ୍ର ର ନିର୍ମାଣ କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ବାଧାପ୍ରାପ୍ତ ହେବ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାମ ହାସଲ କରିବାରେ ସଫଳ ହେବେ । ସାହିତ୍ୟ, ସାମ୍ବାଦିକତା , କଳା, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ ।

 ଶୁଭ ରଙ୍ଗ ନୀଳ, ଶୁଭ ଅଙ୍କ ୬

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା – ପାରିବାରିକ କ୍ଷେତ୍ରରେ ସାମସ୍ୟା ଲାଗି ରହିଲେ ମଧ୍ୟ ଚେଷ୍ଟା ରୁ ବିରତ ହେବେ ନାହିଁ ।ଈର୍ଷାପରାୟଣ ହୋଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ସହକର୍ମୀଙ୍କ ସହଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିିକ ଠିକ୍ ଠିକ୍ ହୋଇଯିବ ।କର୍ମକ୍ଷେତ୍ରରେ ସ୍ପଷ୍ଟବାଦିତା ଓ ସହୃଦୟତାହେତୁ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।

ଶୁଭ ରଙ୍ଗ ଧଳା, ଶୁଭ ଅଙ୍କ ୩

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ପରକୁ ଆପଣାର କରିବେ ।

ବିଛା – ବନ୍ଧୁଗହଣରେ ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀହୋଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ପ୍ରତ୍ୟେକକ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧୀନ କରିପାରିଲେ ସଫଳତା ମିଳିବ ।ନୀଚ ସଂସର୍ଗରୁ ଦୂରେଇ ରହନ୍ତୁ,ନତୁବା ସମସ୍ୟା ଜାଲରେ ଛନ୍ଦି ହୋଇପଡିବେ।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୮

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

ଗୃହିଣୀ- ସୁଖଭାରା ଦିନଟି।

ଧନୁ – କର୍ମକ୍ଷେତ୍ରରେ ସହମତିରେ କାମ କଲେ ସଫଳତା ପାଇପାରନ୍ତି । ଅଧିକାଂଶ ସମୟ ପରିବାରରେସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ। ପୂର୍ବାଲୋଚନା ଅନୁଯାୟୀ ନୂତନ ସ୍ଥାନଭ୍ରମଣ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ବନ୍ଧୁଙ୍କ ପରାମର୍ଶରେ ନୂତନ କର୍ମାରମ୍ଭ ପ୍ରୀତିପଦ ହେବ ଓ ବୁଦ୍ଧିଜୀବୀଙ୍କ ଦ୍ୱାରା ପ୍ରଶଂସିତ ହେବେ।

ଶୁଭ ରଙ୍ଗ ଗ୍ରୀନ୍, ଶୁଭ ଅଙ୍କ ୪

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ରୋଗ,ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ । ନିଜ ଲୋକ ମାନଙ୍କସ୍ୱାସ୍ଥ୍ୟ ଓ ସ୍ୱଭାବରେ ପରିବର୍ତ୍ତନ ଯୋଗୁ ବିଚଳିତ ହେବେ । ବନ୍ଧୁଙ୍କ ସହାୟତାରେ ଆର୍ଥିକଅନଟନଜନିତ ମନସ୍ତାପ ଦୂରୀଭୂତ ହୋଇଯିବ । ଅଫିସରେ ଏକାଧିକ କାମ ହାତକୁ ନେଇବିବ୍ରତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ଲାଲ୍, ଶୁଭ ଅଙ୍କ ୯ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ – କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶକରିପାରନ୍ତି। ବନ୍ଧୁମାନଙ୍କ ପରାମର୍ଶରେ ସତ୍ ସଙ୍ଗ ସାଙ୍ଗ କୁ ଧର୍ମର୍ଚ୍ଚା ପ୍ରତି ମନବଳିପାରେ।ନୂତନ ଯୋଜନା କ୍ଷେତ୍ରରେ ଗୁୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହଆଲୋଚନା କରିବା ଭଲ ହେବ। ଅନ୍ୟମାନଙ୍କ କାନକୁହା କଥା ଶୁଣୀ ବ୍ୟସ୍ତ ହୁଅନ୍ତୁ ନାହିଁ ।

ଶୁଭ ରଙ୍ଗ କଫି, ଶୁଭ ଅଙ୍କ ୨

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ – ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ସମ୍ପର୍କୀୟ ଜଣେ ବନ୍ଧୁସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ । ସରକାରୀ ସ୍ତରରେ ସୁଯୋଗ ହରାଇବା ସକାଶେ ବ୍ୟଥିତହୋଇପାରନ୍ତି । ପ୍ରତିକୂଳ ସମୟ ଦେଇ ଗତି କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେଘଟଣାଗୁଡିକୁ ଅସ୍ୱାଭାବିକ ମନେ କରିବେ । ଅଫିସରେ ସଂଯମତା ରକ୍ଷା ନ କଲେବିବାଦଗ୍ରସ୍ତ ହୋଇପାରନ୍ତି ।

ଶୁଭ ରଙ୍ଗ ପିଚ୍, ଶୁଭ ଅଙ୍କ ୮

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

   Related Posts