Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଭଦ୍ରକ : ୩ ଦିନ ହେଲା ନିଖୋଜ ଥିଲେ, ନଦୀରୁ ମିଳିଲା ଯୁବକଙ୍କ ମୃତଦେହ
  • ||
  • କେନ୍ଦୁଝର : ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା କାର୍
  • ||
  • ବିନିକା : ଶେଷ ଦିନରେ ବି ପ୍ରଶ୍ନପତ୍ର ଭାଇରାଲ୍, ପରୀକ୍ଷା ପୂର୍ବରୁ ମୋବାଇଲ୍‌ରୁ ମୋବାଇଲ୍‌କୁ ଘୂରିବୁଲିଥିଲା
  • ||
  • ଭୁବନେଶ୍ବର : କୌଣସି ପ୍ରଶ୍ନପତ୍ର ଭାଇରାଲ୍ ହୋଇନି : ଗଣଶିକ୍ଷା ମନ୍ତ୍ରୀ
  • ||
  • ଖଲ୍ଲିକୋଟ : ଅଟୋକୁ ପଛପଟୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଡ୍ରାଇଭରଙ୍କ ସମେତ ୪ ଆହତ
  • ||
  • ଭୁବନେଶ୍ବର : ଆସନ୍ତା ୩ ତାରିଖରୁ ମାଟ୍ରିକ୍ ଖାତା ଦେଖା, ଅପ୍ରେଲ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ
  • ||
  • ଭୁବନେଶ୍ୱର: ସରିଗଲା ମାଟ୍ରିକ୍ ପରୀକ୍ଷା, ଶେଷ ଦିନରେ ସବଜେକ୍ଟ୍ ଥିଲା ମ୍ୟାଥମାଟିକ୍ସ
  • ||
  • ଭୁବନେଶ୍ୱର : ପଶ୍ଚିମା ଝଡ଼ର ପ୍ରଭାବ, ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ବର୍ଷା
  • ||

ବନ୍ଧୁଙ୍କ ଠାରୁ ଉପହାର ମିଳିବ; ଭ୍ରମଣରେ ଯାଇ ପାରନ୍ତି

11/03/2023 at 8:24 PM

ମେଷ:~ ଚିନ୍ତା କରିଥିବା ବିଷୟରେ ପରିବର୍ତ୍ତନ ଆଣି ପାରନ୍ତି। ଅହଙ୍କାରର ବଶବର୍ତ୍ତୀ ହୋଇ କିଛି ଭୁଲ ନିଷ୍ପତି ନେବେ। ଅଳପ କିଛି ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ଭାଙ୍ଗିଥିବା ସମ୍ପର୍କ ଯୋଡ଼ି ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଛାତ୍ରଛାତ୍ରୀମାନେ ନୂତନ ଚିନ୍ତାଧାରାର ବଶବର୍ତ୍ତୀ ହେବେ।

ବୃଷ:~ ସହକର୍ମୀଙ୍କ ସହ ବିଶେଷ ଆଲୋଚନା କରିବେ। ବ୍ୟବସାୟରେ ବିଶେଷ ଭଲ ଫଳପ୍ରାପ୍ତି ହେବ। ପତିପତ୍ନୀଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି। ସ୍ୱାସ୍ଥ୍ୟ ସଂପୂର୍ଣ୍ଣ ସୁସ୍ଥ ରହିବ। ଛାତ୍ରଛାତ୍ରୀମାନେ ଭବିଷ୍ୟତ ଚିନ୍ତାରେ ରହିବେ।

ମିଥୁନ:~ ସବୁ କର୍ମ ରେ ଆପଣ ସଂପୂର୍ଣ୍ଣ ଯୋଗ ଦାନ ଦେବେ। ଅନେକ ବାଧାବିଘ୍ନର ସାମ୍ନା କରିବାକୁ ପଡ଼ିବ। ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟମ ଫଳପ୍ରାପ୍ତ ହେବ। ଉଚ୍ଚ ପଦବୀ ମିଳିବାର ଯୋଗ ଅଛି। ଦମ୍ପତିମାନେ ଖୁସିରେ ଦିନଟି କାଟିବେ।

କର୍କଟ:~ ଆଜି ଦିନଟିରେ ଆପଣ ଚିନ୍ତାରେ ପଡ଼ିବେ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଦେଖା ଦେବ। ମିତ୍ରଙ୍କ ଠାରୁ ଉପହାର ମିଳିବ। ମାଙ୍ଗଳିକ କାର୍ଯ୍ୟ ରେ ଯୋଗଦାନ କରିବେ। ବିଦ୍ୟାର୍ଥୀମାନେ ଅସଫଳ ହେବେ।

ସିଂହ:~ ଚାକିରିରେ ସଫଳତା ମିଳିବ। ଦିନଟିରେ ଉନ୍ନତି ଆଶାନୁରୂପ ହେବ। ବିଦେଶ ଯାତ୍ରା ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କିଛି ଲୁଚିରହିଥିବା ମିଥ୍ୟା ଆଜି ସର୍ବ ସମ୍ମୁଖକୁ ଆସି ପାରେ। ସନ୍ତାନଙ୍କ ସହ ମନୋମାଳିନ୍ୟ ହୋଇପାରେ। 

କନ୍ୟା:~ ଦିନଟି ଖୁସିରେ ବିତିବ। ରାଜନୀତି ରେ ପଦୋନ୍ନତିର ଯୋଗ ରହିଛି। ନୂଆ ଚାକିରି ଆଜି ଆପଣଙ୍କ ହାତ ପାଖରେ ପହଞ୍ଚିବ। ଅଧିକ ପରିଶ୍ରମ ହେଲେ ମଧ୍ୟ ତାହା ଫଳପ୍ରଦ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ବିକାଶ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ତୁଳା:~ ଗୃହ ରେ ମାଙ୍ଗଳିକ କାର୍ଯ୍ୟ ହେବ। ବନ୍ଧୁଙ୍କ ଗମନ ଗୃହକୁ ହେବ। କାର୍ଯ୍ୟ ସଂପୂର୍ଣ୍ଣ ହୋଇଯିବାରୁ ମନ ପ୍ରଫୁଲ୍ଲ ରହିବ। ଧନ ଆଗମନର ସୂଚନା ରହିଛି। ବ୍ୟବସାୟ ଆଗକୁ ବଢିବ। କର୍ମ କ୍ଷେତ୍ରରେ ସହଯୋଗ ଓ ଶିକ୍ଷା କ୍ଷେତ୍ରରେ ସଫଳତାର ଯୋଗ ରହିଛି।

ବିଛା:~ ଦିନଟି ରେ ବହୁତ୍ ଭଲ ଯୋଗ ରହିଛି। ରାଜନୀତି ରେ ସଫଳତା ପ୍ରାପ୍ତି ହେବ। ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ ହୋଇପାରେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ କରିବେ। ବ୍ୟବସାୟରେ ଅଟକି ଥିବା କାର୍ଯ୍ୟ ଆଗକୁ ବଢିବା।

ଧନୁ:~ ଦିନଟି ଉତ୍ତମ ଫଳ ଦେବ। ବ୍ୟବସାୟରେ ଆଶାନୁରୂପ ଫଳ ପ୍ରାପ୍ତି ହେବ। ଚାକିରି କ୍ଷେତ୍ରରେ ନିରବତା ରକ୍ଷା କରିବା ଆଜି ନିହାତି ଆବଶ୍ୟକ। ଦମ୍ପତିମାନଙ୍କର ଦୂର ଯାତ୍ରାର ଯୋଗ ରହିଛି। ବିଦ୍ୟାର୍ଥୀମାନେ ପାଠକୁ ଅଧିକ ଗୁରୁତ୍ଵ ଦେବେ।

ମକର:~ ଦିନଟି ଶୁଭ ରେ କଟିବ। ଦାମ୍ପତ୍ୟ ଜୀବନରେ ଶାନ୍ତି ଦେଖା ଦେବ। ଧାର୍ମିକ ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। ଆୟର ଯୋଗ ରହିଛି। ବ୍ୟବସାୟରେ ଅଟକି ଥିବା କାର୍ଯ୍ୟ ପୁଣି ଆରମ୍ଭ ହେବ। ଚାକିରୀରେ ପଦୋନ୍ନତିର ଯୋଗ ରହିଛି।

କୁମ୍ଭ:~ ଅଟକି ଥିବା ଧନ କୁ ପାଇ ଖୁସି ହେବେ। କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସା ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ଜଗିରଖି କାର୍ଯ୍ୟ କଲେ ଆୟ ଉତ୍ତମ ହେବ। ବିଦ୍ୟାର୍ଥୀଙ୍କ ପରିଶ୍ରମ ସଫଳତା ଦେବ।

ମୀନ:~ ଦିନଟି ବହୁତ୍ ଖୁସି ଖବର ଦେବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଶତ୍ରୁଙ୍କ ପରାଜୟ ହେବ। କର୍ମକ୍ଷେତ୍ରରେ ନୂତନ ପଦ ପଦବୀରେ ଯୋଗଦାନ କରିବେ। ବ୍ୟବସାୟ ଖୁବ୍ ଭଲ ହେବ। ଆଶା କରିଥିବା ଜିନିଷ ସହଜରେ ପ୍ରାପ୍ତି ହେବ। 

   Related Posts