ଶତୃମାନଙ୍କ ଉପରେ ନଜର ରଖନ୍ତୁ; ଆନୁଷ୍ଠାନିକ ସାହାଜ୍ୟ ସହଯୋଗ ମିଳିବ

Published By : Prameya-News7 Bureau | August 24, 2022 IST

ମେଷ:~ ଆଜିର କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। କଳା, ସାହିତ୍ୟ ଓ ସଙ୍ଗୀତ, ଆଲୋଚନା, ଧର୍ମଚର୍ଚ୍ଚାରେ ସୁନାମ ଅର୍ଜନ କରିବେ। ବନ୍ଧୁ ସହାୟତାରୁ ଉପକୃତ ହେବେ। ସ୍ୱଚ୍ଛ ଆୟର ସୂଚନା ମିଳୁଛି।

ଶୁଭ ରଙ୍ଗ:~ କଫି, ଶୁଭ ଅଙ୍କ:~ ୩

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

ବୃଷ:~ ଆନୁଷ୍ଠାନିକ କ୍ଷେତ୍ରରେ ସାହାର୍ଯ୍ୟ ସହ-ଯୋଗର ଅଭାବ ରହିବ ନାହିଁ। ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ ଏବଂ ଆନୁଷ୍ଠାନିକ ସହଯୋଗ ମଧ୍ୟ ମିଳିବ। କାର୍ଯ୍ୟ ସହଜ ସୁଲଭ ହେବ। କୁଳ ଉଦ୍ଧାରକ ହୋଇପାରନ୍ତି।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୬

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

ମିଥୁନ:~ ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। କାର୍ଯ୍ୟକୁ ଶୃଙ୍ଖଳିତ କରିପାରନ୍ତି। ଭ୍ରମଣରୁ ସୁଫଳ ମିଳିବ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସ-ବ୍ୟସନରେ କଟାଇ ପାରନ୍ତି।

ଶୁଭ ରଙ୍ଗ:~ ଲାଲ୍‌ , ଶୁଭ ଅଙ୍କ:~ ୯

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ।

କର୍କଟ:~ ପଡୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟରସୁଯୋଗ ପାଇବେ। ପାରିବାରିକ ଅଶାନ୍ତି ଦେଖାଦେଇ ପାରେ। ସ୍ୱାଭିମାନୀ ହେବେ। ଶତ୍ରୁମାନଙ୍କ ଉପରେ ନଜର ରଖିବାକୁ ପଡିବ।

ଶୁଭ ରଙ୍ଗ:~ ବ୍ରାଉନ୍‌, ଶୁଭ ଅଙ୍କ:~ ୫

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ଗୃହିଣୀ- ପରକୁ ଆପଣାର କରିବେ।

ସିଂହ:~ କଚେରି ମାମଲାରେ ଆଇନଜ୍ଞଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ। ଅନ୍ୟମନସ୍କ ହେଲେ କ୍ଷତିଗ୍ରସ୍ତ ହେବେ। ମିତ୍ର ଲାଭର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବୀ ହେବେ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୨

ଗୃହିଣୀ- ଧର୍ଯ୍ୟବାନ୍ ହେବେ।

ବ୍ୟବସାୟୀ- ବିଜୟୀ ହେବେ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ।

କନ୍ୟା:~ ଆଜି ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ସୁନାମ ଅର୍ଜନ କରିବେ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ଅଭାବ ଦୂର ହେବ।

ଶୁଭ ରଙ୍ଗ:~  ନୀଳ, ଶୁଭ ଅଙ୍କ:~  ୮

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ସୁଖ ଅନୁଭବ କରିବେ।

ତୁଳା:~ ସ୍ୱାସ୍ଥ୍ୟ ରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। କାର୍ଯ୍ୟ କରିବାକୁ ହେଲେ ପୂର୍ବରୁ ପରାମର୍ଶ ଗ୍ରହଣ କରିବେ। ଚଞ୍ଚଳ ପ୍ରକୃତିର

ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୪

ଗୃହିଣୀ- ଧର୍ଯ୍ୟବାନ୍ ହେବେ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

ବିଛା:~ ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ। ପରିସ୍ଥିତିବଶତଃ କେତେକ କ୍ଷେତ୍ରରେ ନିଜର ମତ ବଦଳାଇ ସମାଲୋଚିତ ହେବାକୁ ପଡିପାରେ। କଳହ ଠାରୁ ଦୂରେଇ ରହିବାକୁ ପଡିବ। ଉଦାର ପ୍ରକୃତିର ହେବେ।

ଶୁଭ ରଙ୍ଗ:~ ଲାଲ୍‌, ଶୁଭ ଅଙ୍କ:~ ୨

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ।

ଧନୁ:~ ଶୃଙ୍ଖଳା ରକ୍ଷା କରିବା ପାଇଁ ବନ୍ଧୁମାନଙ୍କ ସାହାର୍ଯ୍ୟ ଦରକାର କରିପାରନ୍ତି। କାର୍ଯ୍ୟ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ହୋଇପାରନ୍ତି। ମିଷ୍ଟଭାଷୀ ହେବେ। ଥଣ୍ଡା କଫରେ ସାମାନ୍ୟ ପୀଡା ଅନୁଭବ କରିବେ।

ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୭

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ମକର:~ କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହ କଳହ କାରଣରୁ ଦୁଶ୍ଚିନ୍ତା ବଢିଯାଇପାରେ। ପଡୋଶୀ ବନ୍ଧୁଙ୍କ ସ୍ପର୍ଶକାତର କଥାରେ ଚିହ୍ନା ପଡନ୍ତୁ ନାହିଁ। ଧନଲାଭର ସୁଯୋଗ ଅଛି। ସ୍ୱାଧୀନ କିଛି ନ କରି ଅନ୍ୟର ସହାୟତା ନେଇ ପାରନ୍ତି।

ଶୁଭ ରଙ୍ଗ:~ ସବୁଜ, ଶୁଭ ଅଙ୍କ:~ ୧

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ଔଷଧ ଖାଆନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ।

କୁମ୍ଭ:~ ଆଜି ନିଜ କାମ ପଛକୁ ପକାଇ ଅନୟର କାମରେ ବାହାରକୁ ଯିବାକୁ ପଡିପାରେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ସାମାନ୍ୟ ଅଧିକ ହେବ। ବନ୍ଧୁ ଓ ସରକାରୀ ସହାୟତା ମିଳିବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୫

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

କର୍ମଜୀବି- ଜଳଯାତ୍ରା ମନା।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ।

ମୀନ:~ ଅତୀତ କଥାକୁ ନେଇ ଗୁଡାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ଚେଷ୍ଟିତ ହେବେ।

ଶୁଭ ରଙ୍ଗ:~ କଫି, ଶୁଭ ଅଙ୍କ:~ ୯

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ସୁଖ ଅନୁଭବ କରିବେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.