ସମସ୍ୟା ସମାଧାନ ହେବ; ବନ୍ଧୁଙ୍କୁ ଆପଣା କରିବେ

Published By : Prameya-News7 Bureau | December 21, 2022 IST

ମେଷ:~ ପାରିବାରିକ ଜୀବନରେ ଉଚିତ ବୁଝାମଣା ସହ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ବିଳମ୍ବିତ ସମୟରେ ଅଭିଳାଷ ପୂରଣ ହେବ ତଥାପି ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସ୍ଥାନ ପାଇବ। ଆଜି ସକାଳୁ ଅଫିସ କାମରେ ଦୂର ଯାତ୍ରା କରିବାକୁ ପଡିବ। ବ୍ୟବସାୟ, ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୮

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଅର୍ଥହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ:~ ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନେ ସହ-ଯୋଗ କରିବାର ପ୍ରତିଶ୍ରୁତି ଦେବେ। ବନ୍ଧୁଙ୍କ ସାହାର୍ଯ୍ୟରେ ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ। ରୋଗ ଶଯ୍ୟାରେ ପଡିଥିବା ନିକଟ ସମ୍ପର୍କୀୟଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଘଟିବ। ଉପକାର କରିଥିବା ବ୍ୟକ୍ତି ଙ୍କ ଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇ ପଡିବ। ଶତ୍ରୁ ଠାରୁ ଦୂରତା ରଖି କାମ କରିବା ଭଲ।

ଶୁଭ ରଙ୍ଗ:~  ପିଙ୍କ୍, ଶୁଭ ଅଙ୍କ:~  ୨

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ:~ ଆତ୍ମୀୟସ୍ୱଜନଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ପାଇଁ ଚିନ୍ତା ବଢିପାରେ। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି। ଘର କାମ ଛାଡି ଉପରିସ୍ଥ ନିର୍ଦ୍ଦେଶରେ କାମ କରିବାକୁ ବାଧ୍ୟ ହେବେ। ଶତ୍ରୁ କବଳରୁ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦମୁକ୍ତ ହେବେ। ଆଜି ଆକସ୍ମିକ ଭାବରେ ସମସ୍ୟାର ସରଳ ସମାଧାନ ହୋଇଯିବ ।

ଶୁଭ ରଙ୍ଗ:~  ୟେଲୋ, ଶୁଭ ଅଙ୍କ:~  ୬

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ:~ ବାଣିଜ୍ୟ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଯୋଗୁ ସାମାନ୍ୟ ହଡବଡେଇ ଯାଇପାରନ୍ତି। ଅସାବଧାନତାବଶତଃ କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ। ସନ୍ତାନଙ୍କ ଚିନ୍ତା ଦୂର ହେବ । ବନ୍ଧୁଙ୍କ ସଦ୍ଭାବ ଓ ସହକର୍ମୀଙ୍କ ସହ-ଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ। ଘରୋଇ ବ୍ୟାପାରରେ ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।

ଶୁଭ ରଙ୍ଗ:~  ଗ୍ରୀନ୍, ଶୁଭ ଅଙ୍କ:~  ୯

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ:~ କର୍ମକ୍ଷେତ୍ର ଓ ପାରିବାରିକ ପରିସ୍ଥିତି ପୂର୍ବ ପରି ରହିବ। ବାଣିଜ୍ୟରେ ଉନ୍ନତି ଘଟିବା ସହ ଋଣ ପରିଶୋଧ ସକାଶେ ଅନୁକୂଳ ସୁବିଧା ପାଇବେ। ସାମାଜିକ ସ୍ତରରେ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୌଣସି ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହୋଇପାରନ୍ତି। ପ୍ରତୀକ୍ଷିତ କାର୍ଯ୍ୟ ସକାଶେ ଆତ୍ମୀୟଙ୍କ ଉପସ୍ଥିତି ଯୋଗୁ ଖୁସି ହେବେ। ଅଫିସରେ ସହକର୍ମୀମାନଙ୍କ ସହ ମିଷ୍ଟାଳାପ ମଧ୍ୟରେ କାମ କରି ଚାଲିବେ।

ଶୁଭ ଅଙ୍କ:~  ପିଚ୍, ଶୁଭ ଅଙ୍କ:~  ୩

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା:~ ସାମୟିକ ଭାବରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ବ୍ୟବସାୟିକ ଦିଗରୁ ଦିନଟି ଭଲ କିନ୍ତୁ ସମ୍ପୂର୍ଣ୍ଣସ ସନ୍ତୋଷଜନକ ହେବ ନାହିଁ। ସଭାସମିତି ରେ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। କୌଣସି ବ୍ୟକ୍ତି ଠାରୁ ହଠାତ୍ ଦୁଃଖଦ ଖବର ପାଇ ବିଚଳିତ ବୋଧ କରିପାରନ୍ତି।

ଶୁଭ ରଙ୍ଗ:~  ନୀଳ, ଶୁଭ ଅଙ୍କ:~  ୭

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା:~ ଆବଶ୍ୟକତା ପୂରଣ କରିବା କ୍ଷେତ୍ରରେ ହଠାତ୍ ଗୁଡିଏ ଟଙ୍କା ଖର୍ଚ୍ଚ କରି ଦୁଃଖିତ ହେବେ। ଯୋଜନାନୁଯାୟୀ କାର୍ଯ୍ୟ କରିବେ, ହେଲେ ପ୍ରତିବନ୍ଧକର ସାମନା କରିବେ। ପାରିବାରିକ ଭୁଲ୍ ବୁଝାମଣା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ। ପଡୋଶୀମାନେ ବିଭିନ୍ନ ପ୍ରକାରର ଝମେଲା କରିପାରନ୍ତି।

ଶୁଭ ରଙ୍ଗ:~ ପିଚ୍, ଶୁଭ ଅଙ୍କ:~ ୧

ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା:~ ଧୈର୍ଯ୍ୟର ସୀମା ଲଘଂନ ପୂର୍ବକ କଠୋର ବାକ୍ୟାଳାପ ପରିସ୍ଥିତି କୁ ଗମ୍ଭୀର କରିଦେବ। ପଡୋଶୀ ଈର୍ଷା ମନୋଭାବ ପୋଷଣ କରି ସମାଲୋଚନା କରିପାରନ୍ତି। ଆଜି ଅପରାହ୍ନ ରେ ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟ କରିବାରେ ସମର୍ଥ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି। ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତା ପୂରଣ କରିବେ।

ଶୁଭ ରଙ୍ଗ:~ କ୍ରୀମ୍, ଶୁଭ ଅଙ୍କ:~ ୭

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ଧନୁ:~ ଦୂରଦର୍ଶିତା ଅଭାବରୁ ହାତ ମିଠାରୁ ସୁଯୋଗ ଖସିଯାଇପାରେ। ସାମାଜିକ ସ୍ତରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ସ୍ୱାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ଚିନ୍ତା କରିବାକୁ ପଡିପାରେ। ସାମାନ୍ୟ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ବ୍ୟବସାୟ, ବାଣିଜ୍ୟ ଓ ପରିବହନ ରେ ଉନ୍ନତି ଘଟିବ। ରାସ୍ତାରେ ଅପରିଚିତଙ୍କୁ ବିଶ୍ୱାସ କରି ଖାଲରେ ପଡିପାରନ୍ତି। ଶୁଭରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୫

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର:~ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ ଏବଂ ଅର୍ଥ ସଂଗ୍ରହ କରିବାରେ ତତ୍ପରତା ପ୍ରକାଶ କରିବେ। ସାହିତ୍ୟ ଚର୍ଚ୍ଚା, ଶାସ୍ତ୍ରାଲୋଚନା, ସତ୍ ସଙ୍ଗ, ଆଧ୍ୟାତ୍ମିକ ଚିନ୍ତନ କ୍ଷେତ୍ରରେ ସହଯୋଗ ଲାଭକରି ଖୁସି ହେବେ। ଆକସ୍ମିକ ଭାବେ କୌଣସି ସମସ୍ୟାର ସମ୍ମୁଖୀନ ହୋଇ ନିର୍ମାଣଧୀନ କାମଟି ଆଜି ସମ୍ପୂର୍ଣ୍ଣ କରିପାରିବେ ନାହିଁ। ପ୍ରତ୍ୟେକ କାମ ଟିକିଏ ବିଳମ୍ବ ଓ ଜମେଲା ଭିତରେ ହିଁ ସମ୍ପନ୍ନ ହେବ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୨

ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ:~ ପାରିବାରିକ ଜଞ୍ଜାଳ ବୃଦ୍ଧି ଆଶଙ୍କା ଦେଖା ଦେବ। ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସାଧାରଣ ଘଟଣାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବ, ଯାନବାହନରେ ଅସୁବିଧାର ସମ୍ମୁଖୀନ ହେବେ। ମନ ବୁଝିଲା ଭଳି କଥା କହି କିମ୍ବା ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କୁ ଆପଣେଇ ନେଇପାରନ୍ତି। ସ୍ୱାସ୍ଥ୍ୟ ହାନି ଘଟିପାରେ। ନତୁବା ହଜିଯିବାର ସମ୍ଭାବନା ରହିଛି।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୬

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଧାର୍ମିକ ହେବେ ।

ମୀନ:~ ଦେହ ଭଲ ରହିଲେ ମଧ୍ୟ ରକ୍ତଚାପ କିମ୍ବା ଡାଇବେଟିସ୍ ରୋଗରେ କଷ୍ଟ ପାଇବେ। ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖା ଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ସାମଗ୍ରିକ ଦୃଷ୍ଟି କୋଣରୁ ଦିନଟି ପ୍ରୀତିପ୍ରଦ ରହିବ।

 ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୩

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.