ଆୟୁର୍ବେଦିୟ ଚିକିତ୍ସା ଫଳପ୍ରଦ ହେବ; ପରକୁ ଆପଣାର କରିବେ

Published By : Prameya-News7 Bureau | September 26, 2022 IST

ମେଷ:~ ଅର୍ଥଲାଭ ସହ ସ୍ଥଗିତ କାର୍ଯ୍ୟ ସହଜରେ ସମ୍ପନ୍ନ ହୋଇଯିବ। ଆଜି କଳାନୁରାଗୀ,ସଂଗୀତ ପ୍ରିୟତା, ଚଳଚ୍ଚିତ୍ରପ୍ରେମୀ ଭାବରେ ସମୟ ଅତିବାହିତ କରିବେ। ବାରମ୍ବାର ଦେହ ଖରାପହେଉଥିବାରୁ ଅନୁଭ କରିପାରନ୍ତି। ଏଣେ କାମଗୁଡିକ ଯଥା ସମୟରେ ହେଉ ନ ଥିବାରୁ ମନ ବିରକ୍ତ ରହିବ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୭

ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ବୃଷ:~ ସାଧାରଣ କଥାକୁ କେନ୍ଦ୍ର କରି ସ୍ତ୍ରୀ ଙ୍କ ସହ ମତ ପାର୍ଥକ୍ୟ ଦେକା ହୋଇପାରେ। ଅନ୍ୟଦ୍ୱାରାପ୍ରଭାବିତ ହୋଇ ମନୋରଞ୍ଜନ କାର୍ଯ୍ୟରେ ଖର୍ଚ୍ଚ କରି ଅନୁତାପ କରିବେ। କେତେକ ସମୟରେପାଖରେ କାମ କରୁଥିବା ଲୋକଟି ଉପରେ ନିର୍ଭରଶୀଳ ହେବାକୁ ବାଧ୍ୟ ହୋଇପାରନ୍ତି। ଯାହାକିଣିବା ପାଇଁ ମନ ବଳାଇଛନ୍ତି, ଆଜି ମନ ନ ପାଇବା କାରଣରୁ ଫେରି ଆସିବାକୁ ପଡିବ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୨

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ମିଥୁନ:~ ସୁଖ ଦୁଃଖ ଓ ଭଲମନ୍ଦର ମିଶ୍ରିତ ଅନୁଭବ ପ୍ରଦାନ କରିବ। ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିଲେ ମଧ୍ୟ କର୍ମକ୍ଷେତ୍ରରେ କିଛିନା କିଛି କାରଣରୁ ନେଇ ଟେନ୍‌ସନ୍ ଲାଗି ରହିପାରେ।ଭୁଲ୍ ବୁଝାମଣା ବଶବର୍ତ୍ତୀ ହୋଇ ବନ୍ଧୁଙ୍କ ସହ ବିନା କାରଣରେ କଳହ ଲାଗିପାରେ। କୌଣସିବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିବ। ଖର୍ଚ୍ଚ କମାଇବା ପାଇଁ ଚେଷ୍ଟାକରି ଅସଫଳ ହେବେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୬

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ।

କର୍କଟ:~ ଜମା ପଡୁ ନ ଥିବା ଲୋକମାନଙ୍କ ଦ୍ୱାରା ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। କେତେକ କ୍ଷେତ୍ରରେ ଯିଏ ଯାହା କରିଲେ ମଧ୍ୟ ତାହାକୁ ଭିନ୍ନଅର୍ଥରେ ଗ୍ରହଣ କରିବେ। ଖଳଲୋକମାନେ ଅପପ୍ରଚାର କରିପାରନ୍ତି ତେଣେ ନିଜ ଲୋକଙ୍କଠାରୁ ମଧ୍ୟ ଆସ୍ଥାହରାଇ ବସିବେ। ବନ୍ଧୁ ବାନ୍ଧବଙ୍କ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡିବ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୯

ଚାଷୀ- ଜଳ ସଞ୍ଚୟ କରନ୍ତୁ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।

ସିଂହ:~ ଅନୁକୂଳ ଗ୍ରହସ୍ଥିତି ଯୋଗୁ ଆପଣଙ୍କ ମନ ପୁତାବକ କାର୍ଯ୍ୟ ସାଧନକରିପାରିବେ। କୌଣସି ମାଙ୍ଗଳିକ କାମରେ ବନ୍ଧୁଙ୍କୁ ସାହାର୍ଯ୍ୟ କଲେ ମଧ୍ୟ ପରକ୍ଷଣରେ ନିନ୍ଦିତହୋଇପାରନ୍ତି। ଆନୁଷ୍ଠାନିକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟ ଓ ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ। ଦେହ ଭଲ ରହିବ ମାତ୍ର ଶ୍ରମ ଜନିତଦୁର୍ବଳତା ଅନୁଭବ କରିବେ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୪

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

କନ୍ୟା:~ ସଂଗଠନ, ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ଆଜି ପ୍ରତିଦ୍ୱନ୍ଦ୍ୱିତା କଲେ ବିଜୟର ଆଶା ନିରର୍ଥକ ହୋଇପାରେ। ବିବାଦରେମନସ୍ତାପ କରିବା ବ୍ୟତୀତ ଲାଭ କିଛି ଦେବନି। ପାତର ଅନ୍ତର ନୀତିକୁ କେନ୍ଦ୍ର କରିପରିବାରରେ ଅଶାନ୍ତି ସୃଷ୍ଟି ହେବାର ଆଶଙ୍କାକୁ ଏଡି ହେବ ନାହିଁ।

 ଶୁଭ ରଙ୍ଗ:~ ୟେଲୋ, ଶୁଭଅଙ୍କ:~ ୧

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ।

ତୁଳା:~ ବ୍ୟବସାୟରେ ବିବାଦ ଏବଂ ପାରିବାରିକ ଅଶାନ୍ତିକୁ ଉଦ୍ରେକ କରିପାରନ୍ତି। ଦିନଟି ସାମଗ୍ରିକ ଦୃଷ୍ଟି କୋଣରୁ ଖୁସୀରେ ଅତିବାହିତ ହେବ। କୌଣସି ମନ ଭୁଲାଣିଆକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ। ଫାଇଲ୍ କାମରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ଅବଶ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ।

 ଶୁଭ ରଙ୍ଗ:~ ବ୍ରାଉନ୍, ଶୁଭ ଅଙ୍କ:~ ୮

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ।

ରୋଗୀ- ଚକ୍ଷୁ ପୀଡା ହେବ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ।

କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ।

ବିଛା:~ ଦୂରଯାତ୍ରାକୁ ଇଚ୍ଛା ନ ଥିଲେ ମଧ୍ୟ ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ସାଙ୍ଗରେ ଯିବାକୁବାଧ୍ୟ ହେବେ। ପାରିବାରିକ ତିକ୍ତତାରେ ସମାପ୍ତି ଘଟାଇବା ସକାଶେ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ସହକର୍ମୀମାନେ ସହ-ଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି। ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।

ଶୁଭ ରଙ୍ଗ:~ ନୀଳ,  ଶୁଭ ଅଙ୍କ:~ ୩ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

ଧନୁ:~ କର୍ମକ୍ଷେତ୍ର ରେ ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନିକଟସ୍ଥ ବନ୍ଧୁମାନଙ୍କୁ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଆଜି ଅପରାହ୍ନ ରେ ଜଣେ ବନ୍ଧୁଙ୍କ ସହ-ଯୋଗରୁ କାମ ହାସଲ କରିବେ। ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବାର ସମ୍ଭାବନା ରହିଛି।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୬

ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ।

ବ୍ୟବସାୟୀ- ମଧୁରଭାଷୀ ହେବେ।

ଗୃହିଣୀ- ପରକୁ ଆପଣାର କରିବେ।

ମକର:~ ଭାଗ୍ୟସ୍ଥାନରେ ଚନ୍ଦ୍ର ସମସ୍ୟା ସମାଧାନ ପୂର୍ବକ ପ୍ରତ୍ୟେକ କାର୍ଯ୍ୟ ବୁଝାମଣା ଓ ସହମତିଭିତ୍ତିରେ କରିବେ। କିଛି ନ ବୁଝି ନ ଶୁଣି କୌଣସି ବିବାଦ ସମ୍ପର୍କରେ ମନ୍ତବ୍ୟ ଦେବା ଠିକ୍‌ହେବ ନାହିଁ। ଯଦି କହିବେ ତେବେ ଅଶାନ୍ତିକୁ ଆପଣେଇ ନେବା ଭଳି ହିଁ ପରିଣାମହୋଇପାରେ। ରାସ୍ତାରେ ଯାନବାହନ ଚାଳନାରେ ସତର୍କତା ଅନଲମ୍ବନ କରନ୍ତୁ।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୧

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ।

ରୋଗୀ- ୟୋଗା କରନ୍ତୁ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ।

କୁମ୍ଭ:~ ମାନସିକ ସ୍ଥିରତା କେତେକାଂଶ ରେ ଅକ୍ଷୁର୍ଣ୍ଣ ରହିବ। ଆଜିର କର୍ମକ୍ଷେତ୍ରରେ ମଉଜିଆ କଥା କହି ପରିସ୍ଥିତିକୁ ହାଲ୍‌କା କରିବାରେ ସମର୍ଥ ହେବେ। ଅଧ୍ୟୟନ ଓଆଧ୍ୟାତ୍ମିକତାରେ ଏକାଗ୍ରତା ଆଣିପାରିବେ। ଫେରିବା ବାଟରେ ଅପରିଚିତ ବ୍ୟକ୍ତିଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୫

ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି।

ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ।

କର୍ମଜୀବି- ସମ୍ମାନ ପାଇବେ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

ଗୃହିଣୀ- ପରକୁ ଆପଣାର କରିବେ।

ମୀନ:~ ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ପିଠି ରେ ଯନ୍ତ୍ରଣାଜନିତ କଷ୍ଟ ପାଇବେ। ବିଭିନ୍ନ କାମ ହାତକୁ ନେଇ କଳ୍ପନା ରାଇଜରେ ଘୂରି ବୁଲିବେ। କର୍ମକ୍ଷେତ୍ରରେ ଆପୋସ ଆଲୋଚନା ଓମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ଅର୍ଥ ଲାଭ , ଶାରୀରିକ ସୁସ୍ଥତା,ବନ୍ଧୁଙ୍କ ପରାମର୍ଶ ଏବଂପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ।

ଶୁଭ ରଙ୍ଗ:~ କଫି,  ଶୁଭ ଅଙ୍କ:~ ୧

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.