ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ; ଜମିଜମା ବିବାଦ ଜଟିଳ ହେବ
13/09/2022 at 8:55 PM

ମେଷ:~ ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରଭୃତିରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାଖପଡୋଶୀ କେହି ପ୍ରତିବାଦର ସ୍ୱର ଉଠାଇ ପାରନ୍ତି।
ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୭
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।
କର୍ମଜୀବି- ସମ୍ମାନିତ ହେବେ।
ବ୍ୟବସାୟୀ- ଅର୍ଥ ହାନୀ ହେବ।
ଗୃହିଣୀ- ସୁଖଭାରା ଦିନଟି।
ବୃଷ:~ ଅଭାବନୀୟ ପରିସ୍ଥିତି ସଙ୍ଗକୁ କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡିପାରେ। ସାମୟିକ ଭାବେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ। କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ।
ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୨
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।
କର୍ମଜୀବି- ସରକାରୀ ସ୍ତରରୁ ଲାଭ ଉଠାଇବେ।
ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।
ମିଥୁନ:~ ପଡୋଶିନୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି। ଅଫିସରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇପାରନ୍ତି। ଧାର କରଜ କରି ପାରିବାରିକ ଆବଶ୍ୟକତା ଚଳାଇ ନେବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି।
ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~୬
ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।
ଛାତ୍ରଛାତ୍ରୀ- ବିଦ୍ୟା ଗ୍ରହଣ କରିବେ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ।
କର୍କଟ:~ ପାରିବାରିକ ସମସୟାର ସମାଧାନ ହେତୁ ସାୟାହ୍ନରେ ଟେନସନ ଦୁର ହେବ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ସବୁ କିଛି ଠିକ୍ ହୋଇଯିବ। କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ସନ୍ଦେହ କରି ନିଜ ଲୋକମାନଙ୍କ ଭୁଲ୍କୁ ଦେଖିପାରିବେ ନାହିଁ।
ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୧
ଗୃହିଣୀ- ସଦିଚ୍ଛା ଭାବ ରହିବ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।
କର୍ମଜୀବ- ଟ୍ରାନସ୍ଫର ହୋଇପାରେ।
ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍।
ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି।
ସିଂହ:~ ଆଜି ସବୁ କାମ ଶୃଙ୍ଖଳିତ ରହିବାରେ ବନ୍ଧୁଙ୍କ ସାହାର୍ଯ୍ୟ ଅବିସ୍ମରଣୀୟ ରହିବ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୫
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।
କର୍ମଜୀବି- ଅର୍ଥ ହାନୀ ହେବ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ।
କନ୍ୟା:~ ଆତ୍ମୀୟମାନଙ୍କ ସାହାର୍ଯ୍ୟ ସହ-ଯୋଗର ଅଭାବ ରହିବ ନାହିଁ। ଆଜି ଦିନଟି ଘର କାମ ସାଙ୍ଗକୁ ଅଫିସ କାମର ଜଞ୍ଜାଳ ବଳିଯିବ। ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ। ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଭାବପ୍ରବଣତା ବଶତଃ ଓଲଟା କଥାବାର୍ତ୍ତା କରି ଅପଦସ୍ଥ ହୋଇପାରନ୍ତି।
ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୨
ଚାଷୀ- ଆର୍ôଥକ ସ୍ଥିତି ସ୍ୱଚ୍ଛଳତା ଦେଖା ଦେବ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ।
ତୁଳା:~ ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ରରେ ଅନାଦର ପାଇପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଜୁଦ୍ଖୋର ମନୋଭାବ ତ୍ୟାଗ କଲେ କେତେକାଂଶରେ ଉପକୃତ ହେବେ । ଆଜି ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।
ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୭
ଗୃହିଣୀ- ସୁବିମଳ କୀର୍ତ୍ତିର ଅଧିକାରୀ ହେବେ।
ବ୍ୟବସାୟୀ- ଅର୍ଥ ହାନୀ ହେବ।
କର୍ମଜୀବ- ସୁ ସମ୍ବାଦ ପାଇବେ।
ଛାତ୍ରଛାତ୍ରୀ- ଅମାନିଆ ହୋଇପାରନ୍ତି।
ରୋଗୀ- ସୁସ୍ଥ ହେବେ।
ଚାଷୀ- ଆର୍ôଥକ ସ୍ଥିତି ସ୍ୱଚ୍ଛଳତା ଦେଖା ଦେବ।
ବିଛା:~ ସାମାଜିକ ସ୍ତରରେ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପ୍ରତିଟି ସମୟରେ ନୀଚ ସଂସର୍ଗରୁ ଦୂରେଇ ରହନ୍ତୁ। ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସରଳ ସମାଧାନ ହୋଇଯିବ। ଭାବୁଥିବା କାମଟିକୁ ଶେଷ କରିପାରିବେନି। କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
ଶୁଭ ରଙ୍ଗ:~ ବ୍ରାଉନ୍, ଶୁଭ ଅଙ୍କ:~ ୪
ଚାଷୀ- କର୍ମ ଲାଭଜନକ ହେବ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ।
ଗୃହିଣୀ- ଧାର୍ମିକ ହେବେ
ଧନୁ:~ ଯାହା ଆଜି ପର୍ଯ୍ୟନ୍ତ ପାଉ ନ ଥିଲେ ଆଜି ତାହା ପାଇଯିବେ। ଆଜିର ନୁତନ କର୍ମାରମ୍ଭ ପ୍ରୀତିପଦ ହେବ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ସାଧାରଣ କଥାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ଭୁଲ୍ ବୁଝାମଣା କାରଣରୁ ସ୍ତ୍ରୀ ଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ।
ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୬
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ।
କର୍ମଜୀବ- ସୁ ସମ୍ବାଦ ପାଇବେ।
ଛାତ୍ରଛାତ୍ରୀ- ବାପା ମା ଙ୍କ କଥା ମାନିବେ।
ରୋଗୀ- ଆତ୍ମ ସନ୍ତୋଷ ଲାଭ କରିବେ।
ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ।
ମକର:~ କର୍ମକ୍ଷେତ୍ରରେ ସହକର୍ମୀ ଙ୍କ ସହ ବିବାଦ ବୃଦ୍ଧି ହୋଇପାରେ, ଏଣୁ ସତର୍କତାର ସହ କିଛି ମତମନ୍ତବ୍ୟ ଦେବା ଭଲ ହେବ। କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ହଠାତ୍ କୌଣସି ଖବର ପାଇ ଖୁସି ହେବେ।
ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୯
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।
କୁମ୍ଭ:~ ଆଲୋଚନା କ୍ଷେତ୍ରରେ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ। ନେତୃସ୍ଥାନୀୟ ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ। ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଚିନ୍ତା କରୁଥିବା କଥାଟି ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ । ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ।
ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୧
ଗୃହିଣୀ- ଧର୍ଯ୍ୟବାନ୍ ହେବେ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ।
କର୍ମଜୀବି- ଜଳଯାତ୍ରା ମନା।
ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ।
ରୋଗୀ- ଆତ୍ମ ସନ୍ତୋଷ ଲାଭ କରିବେ।
ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ।
ମୀନ:~ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ। ଖଳ ଲୋକଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପଡୋଶୀଙ୍କ ସହ ମଧୁର ଆଳାପରେ ମାତି ରହିବେ।
ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୪ ।
ଚୀଷୀ- ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ।
କର୍ମଜୀବି- ସମ୍ମାନିତ ହେବେ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।