ଭୂମି କ୍ରୟ କରିପାରନ୍ତି, ଚାକିରି କ୍ଷେତ୍ରରେ ମଧ୍ୟ ରହିଛି ଏହି ରାଶିଙ୍କ ପାଇଁ ଉନ୍ନତିର ଯୋଗ

Published By : Prameya-News7 Bureau | February 25, 2024 IST

ମେଷ- ପଞ୍ଚମ ଚନ୍ଦ୍ର ରହିଥିବାରୁ ଆର୍ଥିକ ସମସ୍ୟା ଦେଖାଦେବ । ପରିଶ୍ରମର ଫଳ ନିଶ୍ଚୟ ପ୍ରାପ୍ତ ହେବ । ନିଜ କର୍ମକୁ ନେଇ ଅଧିକ ବ୍ୟସ୍ତ ରହିବେ।ଦମ୍ପତ୍ତିଙ୍କ ପାଇଁ ଦିନଟି ବହୁତ ଶୁଭ ରହିଛି । ଛାତ୍ରଛାତ୍ରୀଙ୍କୁ ପରିଶ୍ରମ ଅନୁଯାୟୀ ଫଳ ମିଳିବ।

ବୃଷ- ପ୍ରତିରୋଧର ଶିକାର ହୋଇପାରନ୍ତି । ବନ୍ଧୁମାନଙ୍କ ଭ୍ରମଣର ଯୋଗ ରହିଛି । ବ୍ୟବସାୟୀମାନଙ୍କ ପାଇଁ ଦିନଟି ମଧ୍ୟମ ଫଳ ପ୍ରଦାନ କରିବ । ଅଙ୍ଗରେ ଆଘାତ ଲାଗିବା ଭଳି ସମସ୍ୟା ଦେଖା ଦେଇପାରେ । ଛାତ୍ରଛାତ୍ରୀମାନେ ନିଜର ଲୁଚିଥିବା ପ୍ରତିଭାକୁ ସାମ୍ନାକୁ ଆଣିବେ ।

ମିଥୁନ- କର୍ମଚଞ୍ଚଳ ହୋଇ କାର୍ଯ୍ୟ କରିବେ । ମନରେ କିଛି ନୂଆ କରିବାର ଇଚ୍ଛା ଜାଗୃତ ହେବ । ନିଜର ଜରୁରୀ ବସ୍ତୁ କ୍ରୟ କରିପାରନ୍ତି । ପ୍ରେମ ସମ୍ପର୍କରେ ଅନେକ ଖୁସି ଲାଭ କରିପାରନ୍ତି । ଅଣ୍ଟା ବ୍ୟଥା ଭଳି କିଛି ସମସ୍ୟା ଦେଖାଦେଇପାରେ ।

କର୍କଟ- ରାଶିକୁ ଘାତ ଚନ୍ଦ୍ର । କାର୍ଯ୍ୟ କ୍ଷେତ୍ରରେ ଅଶାନ୍ତି ଦେଖା ଦେଇପାରେ । ସୁଖ ହାନି ଘଟିପାରେ । ଅନେକ କାର୍ଯ୍ୟ ଏକ ସହ ଆସି ପହଞ୍ଚିବା ଯୋଗୁଁ ନିଜକୁ ଚିନ୍ତିତ ମନେକରିପାରନ୍ତି । ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ବ୍ୟବସାୟ ମଧ୍ୟମ ଫଳ ଦେବ।

ସିଂହ- ରାଶିକୁ ଶ୍ରୀ ଚନ୍ଦ୍ର ଯୋଗ ରହିଛି । ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି । ଭୂମି କ୍ରୟ କରିବେ । ବ୍ୟବସାୟରେ ସୁଫଳ ମିଳିବ । ଅଳଙ୍କାର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀମାନଙ୍କର ପାଠରେ ମନ ଲାଗିବ ନାହିଁ । ପ୍ରେମ ସମ୍ପର୍କରେ ନିଜକୁ ଭାଗ୍ୟଶାଳୀ ମନେକରିବେ ।

କନ୍ୟା- ଆର୍ଥିକ ସମସ୍ୟାକୁ ନେଇ ଚିନ୍ତାରେ ରହିବେ । କୌଣସି କାର୍ଯ୍ୟ କରିବା ପୂର୍ବରୁ ଥରେ ପରାମର୍ଶ ନେବା ଆବଶ୍ୟକ । ଭ୍ରମଣ ସମୟରେ ସତର୍କତା ରକ୍ଷା କରନ୍ତୁ । ପ୍ରେମ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟୀଙ୍କ ପାଇଁ ଦିନଟି ମଧ୍ୟମ ଫଳ ପ୍ରଦାନ କରିବ ।

ତୁଳା- ଦିନଟି ସଫଳତାର ସହ ସଂପୂର୍ଣ୍ଣ ହେବ । ପରୋପକାର କରି ନିଜକୁ ଖୁସି ଅନୁଭବ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଛାତ୍ରଛାତ୍ରୀମାନେ କୃତ କାର୍ଯ୍ୟ ହେବେ । ଦମ୍ପତିମାନେ ଆଲୋଚନା କରି କିଛି ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି ।

ବିଛା- ନୂଆ ଚାକିରି ଆପଣଙ୍କୁ ପ୍ରାପ୍ତ ହୋଇ ପାରେ । ଅନେକ ସୁଖ ସମ୍ମାନ ଲାଭର ଯୋଗ ରହିଛି । ଇଚ୍ଛା କରିଥିବା କାର୍ଯ୍ୟ ସଫଳ ହେବ । ଛାତ୍ରଛାତ୍ରୀମାନେ କ୍ୟାରିୟରକୁ ନେଇ ଆଗକୁ ବଢ଼ିବେ । ବ୍ୟବସାୟରେ ଉତ୍ତମ ଫଳ ମିଳିବ ।

ଧନୁ- ସେବା ପୂଜାରେ ମନୋନିବେଶ କରିବେ । କିଛି ଘଟଣା ଆପଣଙ୍କୁ ଆଶ୍ଚର୍ଯ୍ୟ କରିପାରେ । ବନ୍ଧୁ ଆପଣଙ୍କ ଘରକୁ ଆସିପାରନ୍ତି । ବାକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ । ବ୍ୟବସାୟରେ ସଫଳତା ମିଳିବ । ମହିଳାମାନେ ଗୃହକାର୍ଯ୍ୟରେ ଅଧିକ ମନୋନିବେଶ କରିବେ ।

ମକର- ଚିନ୍ତା କରିଥିବା ବିଷୟରେ ପରିବର୍ତ୍ତନ ଆଣିପାରନ୍ତି । ଅହଙ୍କାରର ବଶବର୍ତ୍ତୀ ହୋଇ କିଛି ଭୁଲ ନିଷ୍ପତ୍ତି ନେବେ । ଦେହ ପୀଡ଼ା ଭଳି କିଛି ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇପାରେ । ଛାତ୍ରଛାତ୍ରୀମାନେ ନୂତନ ଚିନ୍ତାଧାରାର ବଶବର୍ତ୍ତୀ ହେବେ ।

କୁମ୍ଭ- ସହକର୍ମୀଙ୍କ ସହ ବିଶେଷ ଆଲୋଚନା କରିବେ । ବ୍ୟବସାୟରେ ବିଶେଷ ଭଲ ଫଳ ପ୍ରାପ୍ତି ହେବ । ପତିପତ୍ନୀଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି । ସ୍ବାସ୍ଥ୍ୟ ସଂପୂର୍ଣ୍ଣ ସୁସ୍ଥ ରହିବ । ଛାତ୍ରଛାତ୍ରୀମାନେ ଭବିଷ୍ୟତ ଚିନ୍ତାରେ ରହିବେ ।

ମୀନ- ସବୁ କର୍ମରେ ଆପଣ ସଂପୂର୍ଣ୍ଣ ଯୋଗ ଦାନ ଦେବେ । ଅନେକ ବାଧା ବିଘ୍ନର ସାମ୍ନା କରିବାକୁ ପଡ଼ିବ । ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟମ ଫଳ ପ୍ରାପ୍ତ ହେବ । ଉଚ୍ଚ ପଦବୀ ମିଳିବାର ଯୋଗ ଅଛି । ଦମ୍ପତ୍ତିମାନେ ଖୁସିରେ ଦିନଟି କାଟିବେ।

ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ, ଯାଜପୁର
ଯୋଗାଯୋଗ - 8249826682

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.