ମେଷ- ପ୍ରତିରୋଧର ଶିକାର ହୋଇପାରନ୍ତି। ବନ୍ଧୁମାନଙ୍କ ସହ ଭ୍ରମଣର ଯୋଗ ରହିଛି। ବ୍ୟବସାୟରେ ଦିନଟି ମଧ୍ୟମ ଫଳ ପ୍ରଦାନ କରିବ। ଅଙ୍ଗରେ ଆଘାତ ଲାଗିବା ଭଳି ସମସ୍ୟା ଦେଖା ଦେଇପାରେ। ଛାତ୍ରଛାତ୍ରୀମାନେ ନିଜର ଲୁଚିଥିବା ପ୍ରତିଭାକୁ ଆଗକୁ ଆଣିବେ।
ବୃଷ- କୃଷ୍ଣ ପକ୍ଷ ଚତୁର୍ଥ ଚନ୍ଦ୍ର ରହିଥିବାରୁ ଆର୍ଥିକ ସମସ୍ୟା ଦେଖାଦେଲେ ମଧ୍ୟ ପରିଶ୍ରମର ଫଳ ନିଶ୍ଚିନ୍ତ ପ୍ରାପ୍ତି ହେବ। ନିଜ କର୍ମକୁ ନେଇ ଅଧିକ ବ୍ୟସ୍ତରେ ସମୟ କରିବେ। ଦମ୍ପତିଙ୍କ ପାଇଁ ଦିନଟି ବହୁତ ଶୁଭ ରହିଛି। ଛାତ୍ରଛାତ୍ରୀଙ୍କ ପାଇଁ ପରିଶ୍ରମ ନେଇ ଫଳ ପ୍ରାପ୍ତି।
ମିଥୁନ- କର୍ମଚଞ୍ଚଳ ହୋଇ କାର୍ଯ୍ୟ କରିବେ। କର୍ମ କ୍ଷେତ୍ରରେ ପଦୋନ୍ନତିର ଯୋଗ ରହିବ। ମନରେ କିଛି ନୂଆ କରିବାର ଇଚ୍ଛା ଜାଗ୍ରତ ହେବ। ନିଜର ଜରୁରୀ ବସ୍ତୁ କ୍ରୟ କରିପାରନ୍ତି। ପ୍ରେମ ସମ୍ପର୍କରେ ଅନେକ ଖୁସି ଲାଭ କରିପାରନ୍ତି। ଅଣ୍ଟା ବ୍ୟଥା ଭଳି କିଛି ସମସ୍ୟା ଦେଖା ଦେଇପାରେ ।
କର୍କଟ- ରାଶିକୁ ଘାତ ଚନ୍ଦ୍ର। କାର୍ଯ୍ୟ କ୍ଷେତ୍ରରେ ଅଶାନ୍ତି ଦେଖା ଦେଇପାରେ । ସୁଖ ହାନି ଘଟିପାରେ । ଅନେକ କାର୍ଯ୍ୟ ଏକ ସହ ଆସି ପହଞ୍ଚିବା ଯୋଗୁ ନିଜକୁ ଚିନ୍ତିତ ମନେ କରିପାରନ୍ତି। ମାଲିମୋକଦ୍ଦମାରେ ଜୟଯୁକ୍ତ ହେବେ। ବ୍ୟବସାୟ ମଧ୍ୟମ ଫଳ ଦେବ।
ସିଂହ- ରାଶିକୁ ଶ୍ରୀ ଚନ୍ଦ୍ର ଯୋଗ ରହିଛି। ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି। ଭୂମି କ୍ରୟ କରିବେ। ବ୍ୟବସାୟରେ ସୁଫଳ ମିଳିବ। ଅଳଙ୍କାର କ୍ରୟ କରିପାରନ୍ତି। ଛାତ୍ରଛାତ୍ରୀମାନଙ୍କର ପାଠରେ ମନ ଲାଗିବ ନାହିଁ। ପ୍ରେମ ସମ୍ପର୍କରେ ନିଜକୁ ଭାଗ୍ୟଶାଳୀ ମନେ କରିବେ ।
କନ୍ୟା- ଆର୍ଥିକ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। କୌଣସି କାର୍ଯ୍ୟ କରିବା ପୂର୍ବରୁ ଥରେ ପରାମର୍ଶ ନେବା ଆବଶ୍ୟକ। ଭ୍ରମଣ ସମୟରେ ସତର୍କତା ରକ୍ଷା କରନ୍ତୁ। ପ୍ରେମ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟୀଙ୍କ ପାଇଁ ଦିନଟି ମଧ୍ୟମ ଫଳ ପ୍ରଦାନ କରିବ।
ତୁଳା- ଦିନଟି ସଫଳତାର ସହ ସଂପୂର୍ଣ୍ଣ ହେବ। ପରୋପକାର କରି ନିଜକୁ ଖୁସି ଅନୁଭବ କରିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଛାତ୍ରଛାତ୍ରୀମାନେ କୃତକାର୍ଯ୍ୟ ହେବେ। ଦମ୍ପତିମାନେ ଆଲୋଚନା କରି କିଛି ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି।
ବିଛା- ନୂଆ ଚାକିରି ପ୍ରାପ୍ତ ହୋଇପାରେ। ଅନେକ ସୁଖ ସମ୍ମାନ ଲାଭର ଯୋଗ ରହିଛି। ଇଚ୍ଛା କରିଥିବା କାର୍ଯ୍ୟ ସଫଳ ହେବ। ଛାତ୍ରଛାତ୍ରୀମାନେ କ୍ୟାରିୟରକୁ ନେଇ ଆଗକୁ ବଢ଼ିବେ। ବ୍ୟବସାୟରେ ଉତ୍ତମ ଫଳ ମିଳିବ। ଧନ ଲାଭର ଯୋଗ ରହିଛି।
ଧନୁ- ସେବା ପୂଜାରେ ମନୋନିବେଶ କରିବେ। କିଛି ଘଟଣା ଆପଣଙ୍କୁ ଆଶ୍ଚର୍ଯ୍ୟ କରିପାରେ। ଘରକୁ ବନ୍ଧୁଙ୍କ ଆଗମନ ହେବ। ବାକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।ବ୍ୟବସାୟରେ ସଫଳତା ମିଳିବ। ମହିଳାମାନେ ଗୃହ କାର୍ଯ୍ୟରେ ଅଧିକ ମନୋନିବେଶ କରିବେ।
ମକର- ଚିନ୍ତା କରିଥିବା ବିଷୟରେ ପରିବର୍ତ୍ତନ ଆଣିପାରନ୍ତି। ଅହଙ୍କାରର ବଶବର୍ତ୍ତୀ ହୋଇ କିଛି ଭୁଲ ନିଷ୍ପତ୍ତି ନେବେ। କିଛି ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ଛାତ୍ରଛାତ୍ରୀମାନେ ନୂତନ ଚିନ୍ତାଧାରାର ବଶବର୍ତ୍ତୀ ହେବେ।
କୁମ୍ଭ- ସହକର୍ମୀଙ୍କ ସହ ବିଶେଷ ଆଲୋଚନା କରିବେ। ବ୍ୟବସାୟରେ ବିଶେଷ ଭଲ ଫଳ ପ୍ରାପ୍ତି ହେବ। ପତିପତ୍ନୀଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି। ସ୍ବାସ୍ଥ୍ୟ ସଂପୂର୍ଣ୍ଣ ସୁସ୍ଥ ରହିବ। ଛାତ୍ରଛାତ୍ରୀମାନେ ଭବିଷ୍ୟତ ଚିନ୍ତାରେ ରହିବେ।
ମୀନ- ସବୁ କର୍ମରେ ସଂପୂର୍ଣ୍ଣ ଯୋଗଦାନ ଦେବେ। ଅନେକ ବାଧା ବିଘ୍ନର ସାମ୍ନା କରିବାକୁ ପଡ଼ିବ। ଛାତ୍ରଛାତ୍ରୀଙ୍କ ପାଇଁ ଦିନରେ ମଧ୍ୟମ ଫଳ ପ୍ରାପ୍ତ ହେବ। ଉଚ୍ଚ ପଦବୀ ମିଳିବାର ଯୋଗ ଅଛି। ଦମ୍ପତିମାନେ ଖୁସିରେ ଦିନଟି କାଟିବେ।
ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ
ଯୋଗାଯୋଗ– 8249826682