ଆପଣଙ୍କ ପାଇଁ ଦିନଟି ବହୁତ୍ ଭଲ ରହିଛି, କିଛି ଜରୁରୀ କାର୍ଯ୍ୟ ପୂର୍ଣ୍ଣ ହେବ

Published By : Prameya-News7 Bureau | February 06, 2023 IST

ମେଷ - ଆପଣଙ୍କ ପାଇଁ ଦିନଟି ବହୁତ୍ ଭଲ ରହିଛି । ଅନ୍ୟକୁ ସାହାଯ୍ୟ କରିବେ। ସମୟ ସହିତ ତାଳ ଦେଇ ଚଳିବେ । କିଛି ଜରୁରୀ କାର୍ଯ୍ୟ ପୂର୍ଣ୍ଣ ହେବ । ଛାତ୍ର ଛାତ୍ରୀଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି ।

ବୃଷ - ବନ୍ଧୁ ଏବଂ ପରିବାର ବର୍ଗଙ୍କ ସହ ସମୟ ଅତିବାହିତ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତିର ଯୋଗ ରହିଛି । ବ୍ୟବସାୟରେ ସଫଳତା ମିଳିବ ।ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ମାନସିକ ସ୍ତରରେ କିଛି ମାତ୍ରାରେ ଦ୍ୱେଷ ଦେଖାଦେବ ।

ମିଥୁନ - କାର୍ଯ୍ୟ କ୍ଷେତ୍ରରେ ନିଜକୁ ବ୍ୟସ୍ତ ରଖିବେ । ଅଟକିଥିବା କାର୍ଯ୍ୟର ପୁନଃ ଆରମ୍ଭ କରିବେ । ଛାତ୍ରଛାତ୍ରୀମାନେ ନିଜ କାର୍ଯ୍ୟରେ ମନୋନିବେଶ କରିବେ। ଦମ୍ପତିମାନଙ୍କ ପାଇଁ ଦିନଟି ବ୍ୟସ୍ତ ବହୁଳ ରହିବ ।

କର୍କଟ - ଦିନଟି ଆପଣଙ୍କୁ ମଧ୍ୟମ ଫଳ ଦେବ । କୁଚିନ୍ତାକୁ ଦୂରୀଭୂତ କରନ୍ତୁ । ଧନ ଲାଭର ସଂଯୋଗ ରହିଛି । ଖର୍ଚ୍ଚ ମଧ୍ୟ ଅଧିକ ହୋଇପାରେ । ଛାତ୍ର ଛାତ୍ରୀ ମାନେ ଭବିଷ୍ୟତ ଚିନ୍ତାରେ ରହିବେ।

ସିଂହ - ଦିନରେ କିଛି ବାଧା ବିଘ୍ନ ଦେଖା ଦେଇପାରେ । କରିଥିବା ଆର୍ଥିକ ଯୋଜନାରୁ ଲାଭ ପ୍ରାପ୍ତ ହେବ। ବିଦ୍ୟାର୍ଥୀମାନେ ପାଠରେ ମନୋନିବେଶ କରିବେ ନାହିଁ । ବ୍ୟବସାୟରେ ମଧ୍ୟମ ଫଳ ମିଳିବ ।

କନ୍ୟା - କିଛି ମାନସିକ ସମସ୍ୟା ଦେଖାଦେଇପାରେ । ମନୋବଳ ଦୃଢ଼ ରହିବ । କାର୍ଯ୍ୟରେ ସଫଳତା ଡେରିରେ ମିଳିବ । ବିଦ୍ୟାର୍ଥୀ ମାନେ ପାଠରେ ମନୋନିବେଶ କରିବେ। ପରିବାରରେ ମନୋମାଳିନ୍ୟା ଦେଖାଦେଇପାରେ।

ତୁଳା - କାର୍ଯ୍ୟ କ୍ଷେତ୍ରରେ କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି । ଆର୍ଥିକ ସ୍ଥିତି ଦୁର୍ବଳ ହେବ । ବନ୍ଧୁମାନଙ୍କ ସହଯୋଗ ମିଳିବ । ପରିବାରରେ ଚାଲିଥିବା ସମସ୍ୟାର ସମାଧାନ ହୋଇଯିବ ।

ବିଛା - ବିରୋଧୀମାନେ ହଇରାଣ କରିବାକୁ ପ୍ରୟାସ କରିବେ । କର୍ମ କ୍ଷେତ୍ରରେ ସାବଧାନତା ଅବଲମ୍ବନ କରନ୍ତୁ । ଆର୍ଥିକ ଅନଟନ ଦେଖା ଦେଇପାରେ ।ବିଦ୍ୟାର୍ଥୀମାନେ ଅବହେଳିତ ହେବେ ।

ଧନୁ - ଇଚ୍ଛା କରିଥିବା ଜିନିଷକୁ ପ୍ରାପ୍ତ କରିପାରନ୍ତି । ମନଧ୍ୟାନ ଦେଇ କାର୍ଯ୍ୟ କଲେ ନିଶ୍ଚୟ ସଫଳତା ମିଳିବ । ବିଦେଶ ଯାତ୍ରାର ଯୋଗ ରହିଛି । ଛାତ୍ରଛାତ୍ରୀ ମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ।

ମକର - ଭାଗ୍ୟ ଆପଣଙ୍କ ସାଥ ଦେବ । ଅଳ୍ପ ଧନ ପ୍ରାପ୍ତି ଯୋଗ ରହିଛି । ବୈବାହିକ ସମ୍ପର୍କରେ ମନ ମଳିନ୍ୟା ଦେଖିବାକୁ ମିଳିପାରେ। ଅଯଥା ଖର୍ଚ୍ଚରୁ ନିଜକୁ ବଞ୍ଚାଇବାକୁ ଚେଷ୍ଟା କରନ୍ତୁ । ବିଦ୍ୟାର୍ଥୀମାନେ ଆଶାୟୀ ହେବେ ।

କୁମ୍ଭ - ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଚାକିରିରେ ପଦୋନ୍ନତି ଘଟିବ । ବ୍ୟବସାୟରେ ଅଧିକ ଅର୍ଥ ଲାଭର ଯୋଗ ରହିଛି । ମାନସମ୍ମାନ ମିଳିବ। ଭାବିଚିନ୍ତି କାର୍ଯ୍ୟ ନିଷ୍ପତ୍ତି ନିଅନ୍ତୁ ।

ମୀନ - ଦିନଟି ଆପଣଙ୍କୁ ମଧ୍ୟମ ଫଳ ପ୍ରାପ୍ତ କରାଇବ । ନିର୍ଣ୍ଣୟ ଆପଣଙ୍କ ପକ୍ଷରେ ରହିବ । ସାମାନ୍ୟ ମାନସିକ ଅଶାନ୍ତି ଦେଖାଦେଇପାରେ । କିନ୍ତୁ ନିଜ ନିୟନ୍ତ୍ରଣ ଯୋଗୁଁ ତାହା ଆପଣ ସମାଧାନ କରିବାକୁ ସକ୍ଷମ ହେବେ । ବ୍ୟବସାୟରେ ଲାଭ କ୍ଷତି ଲାଗି ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.