ଦିନଟି ମିଶ୍ର ଫଳ ପ୍ରଦାନ କରିବ, ଏହି ରାଶିର ବ୍ୟକ୍ତିଙ୍କ ବଢ଼ିପାରେ ଖର୍ଚ୍ଚ

Published By : Prameya-News7 Bureau | May 27, 2024 IST

ମେଷ- ରାଶିକୁ ଦଶମ ଚନ୍ଦ୍ର ରହିଛି । ଦିନଟି ଉତ୍ତମ ଫଳ ପ୍ରଦାନ କରିବ । ମାଲିମକୋଦ୍ଦମାରେ ଜୟଯୁକ୍ତ ହେବେ । ଆର୍ଥିକ ସ୍ଥିତିରେ ସ୍ଵଚ୍ଛଳତା ଆସିବ । ବ୍ୟବସାୟରେ ଲାଭର ସୁଯୋଗ ମିଳୁଛି । ଚାକିରିରେ ସ୍ଥାନ ପରିବର୍ତ୍ତନ ହୋଇପାରେ ।

ବୃଷ- ଦୂର ଯାତ୍ରା କରିବାର ଯୋଗ ରହିଛି । ବ୍ୟବସାୟ ଲାଭ ଜନକ ହେବ। ପରିବାରର ସଂପୂର୍ଣ୍ଣ ସହଯୋଗ ପାଇବେ । କର୍ମକ୍ଷେତ୍ରରେ ଅଟକିଥିବା ଧନ ପ୍ରାପ୍ତି ହେବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ ।

ମିଥୁନ- ଦିନଟି ମିଶ୍ର ଫଳ ଦେବ । କର୍ମ କ୍ଷେତ୍ରରେ ସମସ୍ୟା ଦେଖା ଦେବ । ବ୍ୟବସାୟରେ କ୍ଷତି ହେବାର ଯୋଗ ରହିଛି । ପତି ପତ୍ନୀଙ୍କ ଭିତରେ ମନୋମାଳିନ୍ୟ ଦେଖାଦେବ । ପୈତୃକ ସମ୍ପତିକୁ ନେଇ ସମସ୍ୟା ଦେଖା ଦେଇପାରେ ।

କର୍କଟ- କିଛି ନୂଆ କାର୍ଯ୍ୟର ଆରମ୍ଭ କରିପାରନ୍ତି । ଜୀବନସାଥୀଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ । ସ୍ଵାସ୍ଥ୍ୟଗତ ସମସ୍ୟା କିଛି ଦେଖା ଦେଇପାରେ । ବ୍ୟବସାୟରେ ଉନ୍ନତି ହେବ । ବିଦ୍ୟାର୍ଥୀମାନେ ସଙ୍କୋଚରେ ରହିବେ ।

ସିଂହ- ଦିନଟି ମଧ୍ୟମ ଫଳ ଦେବ । ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିବ । ରାଜନୀତିରେ ସଫଳତା ପ୍ରାପ୍ତ ହେବ। ବ୍ୟବସାୟରେ ଏତେ ଭଲ ଫଳ ମିଳିବ ନାହିଁ । ଛାତ୍ର ଛାତ୍ରୀମାନେ ଗୁରୁଜନଙ୍କ ଆଶୀର୍ବାଦ ନେଇ କାର୍ଯ୍ୟ କରନ୍ତୁ ।

କନ୍ୟା-  ଚାକିରିରେ ଉନ୍ନତି ଯୋଗ ଅଛି । ଅଧାରୁ ଅଟକିଥିବା କାର୍ଯ୍ୟ ସମ୍ପର୍ଣ୍ଣ ହେବ । ରାଜନୀତିରେ ଉତ୍ତମ ଫଳ ପ୍ରାପ୍ତ ହେବ । ଭ୍ରମଣ ଯୋଗ ରହିଛି। ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ଲାଭ କରିବେ ।

ତୁଳା- ଦିନଟି ମିଶ୍ର ଫଳ ପ୍ରଦାନ କରିବ । ନୂତନ ବ୍ୟକ୍ତିଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଖର୍ଚ୍ଚର ପରିମାଣ ଅଧିକ ରହିଛି। ଭୂମି, ଗୃହ କରିବା ପାଇଁ ଦିନଟି ଅତ୍ୟନ୍ତ ଭଲ । ଅଟକିଥିବା ଧନ ଅକସ୍ମାତ ପ୍ରାପ୍ତି ହେବାର ଯୋଗ ରହିଛି ।

ବିଛା- ବିଶେଷ ଭାବେ ଭ୍ରମଣର ଯୋଗ ରହିଛି । ବ୍ୟବସାୟ କ୍ଷେତ୍ରରେ ଅନେକ ନୂଆ ନୂଆ ଯୋଜନା ମନକୁ ଆସିବ । କାର୍ଯ୍ୟ କ୍ଷେତ୍ରରେ ପ୍ରଗତି ହେବ। ପରିବାର ସହ ସମୟ ଅତିବାହିତ କରିବେ । ନିବେଶ ପାଇଁ ମଧ୍ୟ ଦିନଟି ଅନୁକୂଳ ରହିଛି ।

ଧନୁ- ପରିବାରରେ ଖସି ଖବର ଶୁଣିବାକୁ ମିଳିବ । ବନ୍ଧୁଙ୍କ ମାଧ୍ୟମରେ ଧନ ଆୟର ଯୋଗ ରହିଛି । ବ୍ୟବସାୟରେ ଅର୍ଥ ନିବେଶ କରିବେ। ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ । ବିଦ୍ୟାର୍ଥୀମାନେ ଖୁସି ଖବର ପାଇବେ ।

ମକର-  ରାଶି ପାଇଁ ଶ୍ରୀ ଚନ୍ଦ୍ର । କର୍ମ କ୍ଷେତ୍ରରେ ଉନ୍ନତି ହେବ । ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଦିନଟି ଅନୁକୂଳ ହେବ। ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

କୁମ୍ଭ- ଦିନଟିରେ ଆପଣ କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରିବେ । ମନୋବଳ ଦୃଢ଼ ରହିବ । ବନ୍ଧୁମାନଙ୍କ ସହ ସମୟ ଅତିବାହିତ କରିବେ । ଜୀବନ ସାଥୀଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ସଂକଳ୍ପ ନେବେ ।

ମୀନ- ଚାକିରି କ୍ଷେତ୍ରରେ ସମ୍ମାନ ଓ ପଦୋନ୍ନତିର ଯୋଗ ରହିଛି । ଗୃହକୁ ବନ୍ଧୁଙ୍କ ଆଗମନ ହୋଇପାରେ । ବ୍ୟବସାୟରେ ଲାଭ ଯୋଗ ରହିଛି । ମିଳୁନଥିବା ଧନ ପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ଅମନଯୋଗୀ ହୋଇପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.