WhatsApp Image 2023-12-03 at 20.27.35 (1)
WhatsApp Image 2023-12-03 at 20.27.35
WhatsApp Image 2023-12-03 at 20.27.36 (1)
WhatsApp Image 2023-12-03 at 20.27.36
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଆୟ ଠାରୁ ବ୍ୟୟ ଅଧିକ ହେବ, ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି

21/09/2023 at 7:33 PM

ମେଷ – ଅଷ୍ଟମ ଚନ୍ଦ୍ର ଯୋଗୁଁ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଆୟ ଠାରୁ ବ୍ୟୟ ଅଧିକ ହେବ । ଅଙ୍ଗରେ ଆଘାତ ଲାଗିପାରେ । ମାନସିକ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ବନ୍ଧୁ ମିଳନ ହୋଇପାରେ । ଅନାବଶ୍ୟକ ବିବାଦର ପରିସ୍ଥିତି ସୃଷ୍ଟି ହୋଇପାରେ ।

ବୃଷ – ବନ୍ଧୁ ସୁଖ ପ୍ରାପ୍ତ କରିବେ। ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି। ଭୂମି କ୍ରୟ କରିବେ। ବ୍ୟବସାୟରେ ସୁଫଳ ମିଳିବ । ଅଳଙ୍କାର କ୍ରୟ କରି ପାରନ୍ତି। ଛାତ୍ର ଛାତ୍ରୀ ମାନଙ୍କର ପାଠରେ ମନ ଲାଗିବ ନାହିଁ। ପ୍ରେମ ସମ୍ପର୍କରେ ନିଜକୁ ଭାଗ୍ୟଶାଳୀମାନେ କରିବେ ।

ମିଥୁନ – ଷଷ୍ଠ ଚନ୍ଦ୍ର ଯୋଗୁଁ ସର୍ବ ପ୍ରକାର ଶୁଭ ଫଳ ପ୍ରାପ୍ତ ହେବ। ଶୁକ୍ରବାର ଦିନଟିରେ ଅଧିକ ଧନ ଉପାର୍ଜନ ର ସମ୍ଭାବନା ରହିଛି। ବିଦ୍ୟାର୍ଥୀ ମାନେ ପରିଶ୍ରମ ର ଫଳ ପ୍ରାପ୍ତି କରିବେ । ଚାଷ ଭଲ ହେବ । କାର୍ଯ୍ୟ କ୍ଷେତ୍ରରେ ଆଶା ଅନୁସାରେ ସଫଳତା ପ୍ରାପ୍ତ ହେବ।

କର୍କଟ – ଚଲାପଥରେ ବାଧା ସୃଷ୍ଟି ହେବ । ଆର୍ଥିକ ଦୂରାବସ୍ଥା ଦେଖା ଦେବ । ଅର୍ଥ ବିଷୟରେ ଚିନ୍ତା କରିବେ। ବନ୍ଧୁଙ୍କ ସହ କିଛି ଦିନ ବିଶେଷ ଆଲୋଚନାରେ ଦିନରେ କଟିବ। ଦାମ୍ପତ୍ୟ ଜୀବନରେ ବିବାଦର ସମ୍ଭାବନା ଅଛି ।

ସିଂହ – କର୍ଯ୍ୟହାନି ହେବାର ଯଥେଷ୍ଟ ସମ୍ଭାବନା ରହିଛି ।ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଦେଖା ଦେବ। ବ୍ୟସ୍ତତା ଭିତରେ ଦିନଟି କଟିବ ପରିଶ୍ରମ ର ଫଳ ବହୁତ୍ ଭଲ ରହିବ ।ଭବିଷ୍ୟତ ପାଇଁ କିଛି ବଡ଼ ନିଷ୍ପତି ନେବେ। କୌଣସି ସ୍ଥାନ ରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇ ପାରେ ।

କନ୍ୟା – ଭ୍ରମଣର ଯୋଗ ରହିଛି । କୌଣସି ଉଚ୍ଚ ସ୍ଥାନରୁ ସମ୍ମାନ ପ୍ରାପ୍ତି ହୋଇ ପାରେ । ଲାଗି ରହିଥିବା ମାଲି ମୋକଦ୍ଦମାର ଆଜି ଅବନ୍ନତି ଘଟିବ । ପରିବାରରେ ସୁଖ ଶାନ୍ତି ଲାଗି ରହିବ । ସରକାରୀ ଚାକିରୀରେ ସ୍ଥାନ ପରିବର୍ତ୍ତନର ଯୋଗ ରହିଛି ।

ତୁଳା – ଅର୍ଥ ବ୍ୟୟ ହେବ । ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚାନ୍ତ ହୋଇ ମାନସିକ ଚିନ୍ତାରେ ରହିବେ । କୌଣସି କାର୍ଯ୍ୟ ପାଇଁ ଅଧିକ ଅପେକ୍ଷା କରିବାକୁ ପଡ଼ିବ ।ଶୀଘ୍ର ନିଷ୍ପତ୍ତି ନେବା ଠାରୁ ଦୂରେଇ ରହିବା ଉଚିତ୍। ପ୍ରେମ ସମ୍ପର୍କ ରେ ଦୃଢ଼ତା ଆସିବ ।

ବିଛା – ବିଛା ରାଶିକୁ ଆସନ୍ତାକାଲି ଶ୍ରୀ ଚନ୍ଦ୍ର । ଦିନଟି ଭଲ ଫଳ ପ୍ରଦାନ କରିବ । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିଛି । ନୂତନ ବ୍ୟବସାୟ ଆରମ୍ଭ ଆଜି କଲେ ଶୁଭ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପରିବାର ସହଯୋଗ ମିଳିବ ।

ଧନୁ – ଦ୍ଵାଦଶ ଚନ୍ଦ୍ରର ଯୋଗୁଁ ବ୍ୟୟ ବୃଦ୍ଧି ହେବେ । ଆଳସ୍ୟତା ଗ୍ରାସ କରିବ। ମାନସିକ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ପରିବାରରେ ସମନ୍ୱୟ ରକ୍ଷା କରିବାକୁ ଚେଷ୍ଟା କରନ୍ତୁ । ବନ୍ଧୁ ମିଳନ ହୋଇ ପାରେ । ଅନାବଶ୍ୟକ କଳହରୁ ଦୂରେଇ ରୁହନ୍ତୁ ।

ମକର – ଏକାଦଶ ଚନ୍ଦ୍ର ଯୋଗୁଁ ଅଧିକ ଆୟର ଯୋଗ ରହିବ । ଗୃହରେ କିଛି ନୂତନ ଶୁଭ କାର୍ଯ୍ୟାରମ୍ଭ ହେବ। ସର୍ବ କାର୍ଯ୍ୟ ରେ ସଫଳତା ପ୍ରାପ୍ତ ହେବ । ରାଜନୀତିରେ ପଦୋନ୍ନତିର ଯୋଗ ରହିଛି । ନୂଆ ଚାକିରି ଶୁକ୍ରବାର ଆପଣଙ୍କ ହାତ ପାଖରେ ପହଞ୍ଚିବ।

କୁମ୍ଭ – ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବ । ବନ୍ଧୁଙ୍କ ଗମନ ଗୃହକୁ ହେବ । କାର୍ଯ୍ୟ ସଂପୂର୍ଣ୍ଣ ହୋଇଯିବାରୁ ମନ ପ୍ରଫୁଲ୍ଲ ରହିବ। ଧନ ଆଗମନର ସୂଚନା ରହିଛି। ବ୍ୟବସାୟ ଆଗକୁ ବଢିବ । କର୍ମ କ୍ଷେତ୍ରରେ ସହଯୋଗ ଓ ଶିକ୍ଷା କ୍ଷେତ୍ରରେ ସଫଳତାର ଯୋଗ ରହିଛି ।

ମୀନ – ପରିବାରରେ ବାଦ ବିବାଦ ଲାଗି ରହିବ । ମନ ହାନି ହେବାର ସମ୍ଭାବନା ରହିଛି । ଦାମ୍ପତ୍ୟ ଜୀବନ ରେ ଦୁଃଖ ଆସିବ । ସନ୍ତାନ ଙ୍କୁ ନେଇ ଚିନ୍ତା ରେ ରହିବେ । ଯାନ ବାହାନରେ ସତର୍କତା ଅବଲମ୍ବନ କରନ୍ତୁ । ଅଙ୍ଗ ରେ ଆଘାତ ଲାଗିପାରେ ।

ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ, ଯାଜପୁର

ଯୋଗାଯୋଗ – 8249826682

   Related Posts